Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜି ସତ୍‌କାର୍ଯ୍ୟରେ ବ୍ୟୟ କରିବା ସଙ୍ଗକୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ମିଠା ପ୍ରତିଶ୍ରୁତି ପାଇବେ ସତ, ମାତ୍ର ଆଶା କରିଥିବା ଦିଗରୁ ମୂଲ୍ୟବାନ୍‌ ଜିନିଷଟି ପ୍ରାପ୍ତି ହେବ ନାହିଁ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ବ୍ୟସ୍ତ ବିବ୍ରତ ରହିପାରନ୍ତି।
ବୃଷ
ବୃଷ
ନିଜର ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ଅନ୍ୟମାନଙ୍କ ସହ ମିତ୍ରତା କରିବା ସକାଶେ ମନ ବଳାଇବେ। ପରିସ୍ଥିତି ବଶତଃ ବହୁ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଅପରାହ୍ନରେ ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନସନ୍‌ ଦୂର ହେବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ସାମୟିକ ବ୍ୟସ୍ତତା ବଢ଼ିଯିବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ହେଁ ସେଥିରୁ ଓହରି ଆସି ପାରିବେ ନାହିଁ। ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ଉପର ଅଧିକାରୀମାନେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
କର୍କଟ
କର୍କଟ
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ। ଗୁରୁତ୍ୱପୂର୍ଣ୍ଣ ଆଲୋଚନାର ଶେଷ ପର୍ଯ୍ୟାୟରେ ବନ୍ଧୁ ବିଶ୍ୱାସ ଘାତକତା କରି ପାରନ୍ତି। ଅର୍ଥ ସମ୍ପର୍କୀୟ ଆଲୋଚନା ସୁରୁଖୁରୁରେ ସମ୍ପନ୍ନ ହେବ, ଅବଶ୍ୟ ଏଥିପାଇଁ କିଛିଟା ହଇରାଣ ହେବାକୁ ପଡ଼ିପାରେ। ଆବଶ୍ୟକୀୟ ବିଳାସ ଉପକରଣ କିମ୍ବା ଯାନ୍ତ୍ରିକ ଜିନିଷ କିଣିପାରନ୍ତି।
ସି˚ହ
ସି˚ହ
ପ୍ରତ୍ୟେକ କାମ ସମସ୍ୟା ବହୁଳ ହେଉଥିବା କାରଣରୁ ମନରେ ସରସତା ରହିବ ନାହିଁ। ଈର୍ଷାପର ମନୋଭାବ ନେଇ ଆକସ୍ମିକ ଭାବରେ ଶତ୍ରୁମାନେ ମିତ୍ର ଭଳି ଆଚରଣ କରିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ କୌଣସି ସୁଯୋଗ ହାତଛଡ଼ା ହୋଇପାରେ। ପିଲାମାନଙ୍କ ଶିକ୍ଷା ଓ ପରୀକ୍ଷା ସମ୍ପର୍କୀୟ ସମସ୍ୟା ବଢ଼ିଯାଇପାରେ।
କନ୍ୟା
ବିଭିନ୍ନ ପ୍ରକାରର ସମସ୍ୟାକୁ ସାମନା କରି ମାନସିକ ଦୁର୍ବଳତା ଦେଖାଦେଇପାରେ। ଶତ୍ରୁ ଆପଣଙ୍କ ପଛରେ ଛାଇଭଳି ଲାଗି ରହିପାରନ୍ତି, ଏଣୁ ସାବଧାନ ରହିବା ଭଲ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଭାଇଙ୍କ ଅସୁବିଧା ପରିସ୍ଥିତି ବିଷୟ ଚିନ୍ତା କରି ଅଶାନ୍ତ ରହିବେ।
ତୁଳା
ତୁଳା
ଶାରୀରିକ ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। ସାମୂହିକ କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି। ମନୋରଞ୍ଜନ କାର୍ଯ୍ୟକ୍ରମ,ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ବିଛା
ବିଛା
ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ସାହାଯ୍ୟ ଲାଭ ଆଶାରେ କର୍ମକ୍ଷେତ୍ରରେ ହଠାତ୍‌ ଜଣେ ବନ୍ଧୁ ପ୍ରଗାଢ଼ ଅନୁରକ୍ତି ପ୍ରକାଶ କରିବେ। ଯେଉଁ କାମ ଅନ୍ୟ ମାନଙ୍କ ସକାଶେ ସହଜ ହେଉଛି, ଆପଣଙ୍କ କ୍ଷେତ୍ରରେ କିନ୍ତୁ ତାହାର ଠିକ୍‌ ଓଲଟା ହେବାରୁ ମନ ଭଲ ରହିବ ନାହିଁ। କ୍ରୟବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ସାଧାରଣ ଟିକିଏ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ପରିବାରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବିଚଳିତବୋଧ କରିବେ। ଆର୍ଥିକ ଅନଟନ କେତେକ କାମକୁ ସ୍ଥଗିତ ରଖି ଦେଇପାରେ।
ମକର
ମକର
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, ସହଯୋଗର ଅଭାବ ରହିବ ନାହିଁ। କର୍ମ କ୍ଷେତ୍ରରେ ଖୁବ୍‌ ଆଶାବାଦୀ ହେବେ ମାତ୍ର ସମ୍ପର୍କ ହାନି ଯୋଗୁଁ ଚିନ୍ତିତ ହେବେ। ବକେୟା ଆଦାୟରେ ସକ୍ଷମ ନ ହେବା କାରଣରୁ ମନ ଭାରାକ୍ରାନ୍ତ ରହିପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
କୁମ୍ଭ
କୁମ୍ଭ
ଦୀର୍ଘ ଦିନର ଅପୂରଣୀୟ ଆଶା ମନରେ ଭାବାନ୍ତର ସୃଷ୍ଟି କରିବ। ଆତ୍ମୀୟସ୍ବଜନମାନେ ସ୍ବାର୍ଥ ସାଧନ ଆଶା କ୍ଷୀଣ ଦେଖି ଦୂରେଇ ଯାଇପାରନ୍ତି। ବ୍ୟବସାୟରେ ଉନ୍ନତି, ନିର୍ମାଣରେ ଅଗ୍ରଗତି, ଜମିଜମା କାରବାରରେ ଚୁକ୍ତି ଆଦି କାମ ସମ୍ପନ୍ନ କରିପାରିବେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ।
ମୀନମୀନ
ପରିବାରର ଖର୍ଚ୍ଚ ବଢ଼ିଯିବା କାରଣରୁ ମନରେ ସରସତା ରହିବ ନାହିଁ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଆଲୋଚନା, ରାଜନୀତି, ସଂଗଠନ, କଳା, ସାହତ୍ୟରେ ଚେଷ୍ଟା ସଫଳ ରୂପ ନେବ । ଆତ୍ମୀୟଙ୍କ ଦ୍ୱାରା ଆମନ୍ତ୍ରିତ ହୋଇ ଭ୍ରମଣ ସୁଯୋଗ ଲାଭ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri