ଏମ୍‌କେୟୁଓ୍ବାଇ ପାଇଁ ୫୦୦ କୋଟି ବ୍ୟୟବରାଦ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟର କୃଷି ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବା, କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟବସାୟିକ ଉଦ୍ୟୋଗ ପ୍ରତିଷ୍ଠା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟ ନେଇ ୨୦୧୮ରୁ କାର୍ଯ୍ୟକାରୀ ହୋଇଛି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା (ଏମ୍‌କେୟୁଓ୍ବାଇ)। ଆସନ୍ତା ୫ ବର୍ଷ ପାଇଁ ସରକାର ଏହି ଯୋଜନାରେ ୪୮୪.୧୦ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହା କୃଷି ଉଦ୍ୟୋଗୀଙ୍କୁ ରିହାତି ପ୍ରଦାନ କରିବା ଦିଗରେ ସହାୟକ ହେବ। ସେହିପରି କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ଉଦ୍ୟାନ କୃଷି ସେବା (ନିଯୁକ୍ତି ପ୍ରଣାଳୀ ଓ ସେବା ସର୍ତ୍ତ) ନିୟମାବଳୀ-୨୦୧୪ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର କରିଛି। ପୂର୍ବରୁ ଥିବା ନିୟମ ପଦୋନ୍ନତି ଜରିଆରେ ପଦବୀ ପୂରଣରେ ସମସ୍ୟା ସୃଷ୍ଟି କରୁଥିଲା। ଓଡ଼ିଶା ଉଦ୍ୟାନ କୃଷି ସେବା (ନିଯୁକ୍ତି ପ୍ରଣାଳୀ ଓ ସେବା ସର୍ତ୍ତ) ସଂଶୋଧନ ନିୟମାବଳୀ-୨୦୨୧ କାର୍ଯ୍ୟକାରୀ ହେବା ଫଳରେ ଖାଲିଥିବା ପଦବୀ ନିର୍ଦ୍ଧାରିତ ସମୟରେ ପଦୋନ୍ନତି ଜରିଆରେ ପୂରଣ କରାଯାଇପାରିବ। ଅନୁରୂପ ଭାବେ ରାଜ୍ୟ ସରକାର ଶିଳ୍ପ ନୀତି-୨୦୧୫କୁ ସଂଶୋଧନ କରିଛନ୍ତି। ପ୍ରସ୍ତାବିତ ସଂଶୋଧନଗୁଡିକରେ ରାଜ୍ୟରେ ପ୍ରାୟ ୧୨ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ସହ ୩୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ଶିଳ୍ପ ବିଭାଗର ଏହି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି।
ସେହିପରି ରାଜ୍ୟ ସରକାର ୨୦୨୧ ନଭେମ୍ବର ୬ରୁ ଓଡ଼ିଶା ମୂଲ୍ୟଯୁକ୍ତ କର ଅଧିନିୟମ-୨୦୦୪ ଅଧୀନରେ ପେଟ୍ରୋଲ ଉପରେ ଲାଗୁ ହୋଇଥିବା ଟିକସକୁ ୩୨%ରୁ ୨୮%କୁ ଏବଂ ଡିଜେଲ ଉପରୁ ୨୮% ୨୪%କୁ ହ୍ରାସ କରିଛନ୍ତି। ଏହା ମଧ୍ୟ କ୍ୟାବିନେଟରେ ଅନୁମୋଦନ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri