Posted inଜାତୀୟ

ଜେୱର ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କରିବେ ମୋଦି

ନୂଆଦିଲ୍ଲୀ,୨୫ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଅର୍ଥାତ୍ ୨୫ ନମେଭ୍ୱର ଦିନ ୧ଟା ବେଳେ ଉତ୍ତର ପ୍ରଦେଶର ଗୌତମବୁଦ୍ଧ ନଗର ଜେୱରରେ ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କରିବେ । ଏହାସହ ଏବେ ଉତ୍ତର ପ୍ରଦେଶ ୫ ଅନ୍ତର୍ଜାତୀୟ ବିମାନ ବନ୍ଦର ଥିବା ପ୍ରଥମ ରାଜ୍ୟ ପାଲଟିଯିବ । ଜେୱରରେ ନିର୍ମାଣ କରାଯାଉଥିବା ଏହି ବିମାନ ବନ୍ଦର ଦିଲ୍ଲୀ-ଏନ୍‌ସିଆରରେ ଦ୍ୱିତୀୟ ଅନ୍ତର୍ଜାତୀୟ ବିମାନ ବନ୍ଦର ହେବ । କେବଳ ସେତିକି ନୁହେଁ ଏହା କାର୍ଯ୍ୟକ୍ଷମ ହେଲେ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦର ଉପରେ ଚାପ କମିଯିବ ।
ବିମାନ ବନ୍ଦରର ପ୍ରଥମ ଭାଗ ଶେଷ କରିବାକୁ ୨୦୨୪ ଟାର୍ଗେଟ ରଖାଯାଇଛି । ପ୍ରଥମ ପର୍ଯ୍ୟାୟର ବିକାଶ ପାଇଁ ୧୦,୦୫୦ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ ହେବ ବୋଲି ଅନୁମାନ କରାଯାଉଛି । ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ସରକାର ଏହି ବିମାନବନ୍ଦର ପାଇଁ ୫,୮୪୫ ହେକ୍ଟର ଜମି ଯୋଗାଇ ଦେଇଛନ୍ତି । ମୋଦି ସରକାର ଦାବି କରିଛି ଜେୱର ବିମାନ ବନ୍ଦର ଏସିଆର ସବୁଠାରୁ ବଡ ଓ ବିଶ୍ୱର ସବୁଠାରୁ ବଡ ଚତୁର୍ଥ ବିମାନ ବନ୍ଦର ଭାବେ ଗଣାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri