Posted inଖେଳ

ଭାରତୀୟ କ୍ରିକେଟ୍‌ର ‘ବାବୁଲ୍‌’ କିଏ ଜାଣନ୍ତି

ବିଶ୍ୱର ପ୍ରସିଦ୍ଧ ମହିଳା କ୍ରିକେଟ୍‌ରଙ୍କ ମଧ୍ୟରୁ ଭାରତର ଝୁଲନ ଗୋସ୍ବାମୀ ଅନ୍ୟତମ। ସେ ଆଜି ନିଜର ୩୯ତମ ଜନ୍ମଦିନ ପାଳନ କରୁଛନ୍ତି। ଝୁଲନ ୨୦୦୩ରେ ଭାରତ ପକ୍ଷରୁ ଡେବ୍ୟୁ କରିଥିଲେ। ଏପର୍ଯ୍ୟନ୍ତ ସେ ଅନେକ ରେକର୍ଡ ନିଜ ନଁାରେ କରିଛନ୍ତି। ଦିନିକିଆ କ୍ରିକେଟ୍‌ରେ ସେ ବିଶ୍ୱର ସର୍ବାଧିକ ଉଇକେଟ୍‌ ନେଇଥିବା କ୍ରିକେଟର୍‌ ଅଟନ୍ତି। ପଶ୍ଚିମବଙ୍ଗର ନଦିଆ ଜିଲାରେ ଜନ୍ମିତ ଝୁଲନ ଦିନିକିଆରେ ମୋଟ ୨୪୦ଟି ଉଇକେଟ୍‌ ନେଇଛନ୍ତି। ତାଙ୍କୁ ଭାରତୀୟ ମହିଳା ଦଳର ‘ବାବୁଲ’ ମଧ୍ୟ କୁହାଯାଏ। ୨୦୧୦ରେ ଝୁଲନଙ୍କୁ ପ୍ରତିଷ୍ଠିତ ଅର୍ଜୁନ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା। ଦୁଇବର୍ଷ ପରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନ ଦିଆଯାଇଥିଲା। ଝୁଲନ ନିଜ କ୍ରିକେଟ୍‌ କ୍ୟାରିୟର୍‌ରେ ୧୨ଟି ଟେଷ୍ଟରେ ୪୪ଟି ଉଇକେଟ୍‌, ୧୯୨ଟି ଦିନିକିଆରେ ୨୪୦ଟି ଉଇକେଟ୍‌ ଏବଂ ୬୮ଟି ଟି-୨୦ରେ ସେ ୫୬ଟି ଉଇକେଟ୍‌ ନେଇଛନ୍ତି। ୨୦୦୬ରେ ଇଲଂଣ୍ଡ ବିପକ୍ଷ ସିରିଜ୍‌ର ଦ୍ୱିତୀୟ ଟେଷ୍ଟରେ ସେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ସେ ଏହି ଟେଷ୍ଟରେ ୭୮ ରନ୍‌ ଦେଇ ୧୦ ଉଇକେଟ୍‌ ନିଜ ନାମରେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri