Posted inଖେଳ

କଳିଙ୍ଗରେ ଗୋଲ ବର୍ଷା: କାନାଡ଼ାକୁ ୧୩-୧ରେ ହରାଇଲା ଭାରତ

ଭୁବନେଶ୍ୱର,୨୫।୧୧(କ୍ରୀଡ଼ା ପ୍ରତିନିଧି)-
କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର ଗୁରୁବାର ଗୋଲ ବର୍ଷା ହୋଇଛି। ଗୋଟିଏ ଦିନରେ ୭୦ଟି ଗୋଲ ହୋଇଥିବାବେଳେ ଭାରତ ୧୩-୧ ଗୋଲରେ କାନାଡ଼ାକୁ ପରାସ୍ତ କରିଛି। ଭାରତ ପକ୍ଷରୁ ସଞ୍ଜୟ ଓ ଅରିଜିତ ସିଂ ହୁଣ୍ଡାଲ ହ୍ୟାଟ୍ରିକ ଅର୍ଜନ କରିଥିଲେ। ଓଡ଼ିଶାର ଅଭିଷେକ ଲାକ୍ରା ମଧ୍ୟ ଖାତା ଖୋଲିଥିଲେ। ସେହିପରି ଗୋଟିଏ ମ୍ୟାଚରେ ସ୍ପେନ ୧୭-୦ ଗୋଲରେ ବିଜୟୀ ହୋଇ ବିରଳ ରେକର୍ଡର ମଧ୍ୟ ଅଧିକାରୀ ହୋଇଛି।

ଫ୍ରାନ୍ସଠାରୁ ବୁଧବାର ହାରିଥିବା ଭାରତର ଏହା ଚଳିତ ଟୁର୍ନାମେଣ୍ଟରେ ପ୍ରଥମ ବିଜୟ। ଅନ୍ୟପକ୍ଷରେ ୱାଇଲ୍ଡକାର୍ଡ ଯୋଗେ ଏଣ୍ଟ୍ରି କରିଥିବା କାନାଡ଼ା କ୍ରମାଗତ ଦ୍ୱିତୀୟ ପରାଜୟ ସହ କ୍ବାର୍ଟର ଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଛି।

ଗୁରୁବାର କଳିଙ୍ଗ ଷ୍ଟାଡିୟମରେ ଗୋଲବର୍ଷା ହୋଇଥିଲା। ୫ଟି ମ୍ୟାଚରେ ମୋଟ ୭୦ଟି ଗୋଲ ହୋଇଥିଲା। ଯାହାକି ଏକ ରେକର୍ଡ। ପ୍ରଥମ ୪ଟି ମ୍ୟାଚରେ ଆର୍ଜେଣ୍ଟିନା ୧୪-୦ ଗୋଲରେ ଇଜିପ୍ଟ, ନେଦରଲାଣ୍ଡ୍ସ ୧୨-୫ ଗୋଲରେ ଦକ୍ଷିଣ କୋରିଆ, ସ୍ପେନ ୧୭-୦ ଗୋଲରେ ଆମେରିକା ଓ ଫ୍ରାନ୍ସ ୭-୧ ଗୋଲରେ ପୋଲାଣ୍ଡକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

୨୦୨୬ ଟି-୨୦ ବିଶ୍ୱକପ ଭାରତୀୟ ଦଳ: ଏହି ୫ ଖେଳାଳି ଦଳରୁ ପଡିପାରନ୍ତି ବାଦ୍‌, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧୯।୧୨: ୨୦୨୫ ବର୍ଷ ଶେଷ ହେବା ସହିତ, ୨୦୨୬ ଟି୨୦ ବିଶ୍ୱକପ ପାଇଁ ଅପେକ୍ଷା ମଧ୍ୟ କମ ହେବାରେ ଲାଗିଛି। ଆସନ୍ତା ବର୍ଷ ଟି୨୦ ବିଶ୍ୱକପ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri