ପ୍ରାଥମିକ ବିଦ୍ୟାଳୟ ପରିସରରେ ରହିବ ଅଙ୍ଗନଓ୍ବାଡି କେନ୍ଦ୍ର

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକ ପ୍ରତିଷ୍ଠା ହେବ। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ହୋଇଛି। ଏନେଇ ଗୁରୁବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ସଚିବ ଅନୁ ଗର୍ଗ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ସତ୍ୟବ୍ରତ ସାହୁ ମିଳିତ ଭାବେ ଜିଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ଚିଠିରେ ଉଲେଖ ରହିଛି ଯେ, ରାଜ୍ୟରେ ଏପର୍ଯ୍ୟନ୍ତ ବହୁ ସଂଖ୍ୟାରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଭଡ଼ାଘରେ ଅଥବା କମ୍ୟୁନିଟି ସେଣ୍ଟରରେ ପରିଚାଳିତ ହେଉଛି। ତେଣୁ ଏଭଳି ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକ ପାଇଁ ଯଥା ସମ୍ଭବ ସରକାରୀ ବିଦ୍ୟାଳୟ ପରିସରରେ କୋଠା ନିର୍ମାଣ କରାଯାଉ। ଏଥିପାଇଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯଥାସମ୍ଭବ ସହଯୋଗ କରିବେ। ଅନ୍ୟପକ୍ଷରେ, କମ୍‌ ପିଲା ଥିବାରୁ ରାଜ୍ୟର ଅଧିକାଂଶ ପ୍ରାଥମିକ ବିଦ୍ୟାଳୟଗୁଡ଼ିକ ଅନ୍ୟ ବିଦ୍ୟାଳୟ ସହିତ ମିଶି ଯିବା ଫଳରେ ଅନେକ ସ୍କୁଲ ବନ୍ଦ ହୋଇଯାଇଛି। କିନ୍ତୁ ସେହି କୋଠାଗୁଡ଼ିକ ମଜବୁତ ସ୍ଥିତିରେ ଅଛି। ସେଠାରେ ପାନୀୟ ଜଳ, ଶୌଚାଳୟ ଓ ରୋଷେଇ ଘର ବ୍ୟବସ୍ଥା ରହିଛି। ତେଣୁ ଏଭଳି କୋଠାରେ ଅଙ୍ଗନଓ୍ବାଡ଼ି ପରିଚାଳିତ ହେବାରେ କୌଣସି ଅସୁବିଧା ନାହିଁ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି। ସେହିପରି ସରକାରୀ ସ୍କୁଲ ପରିସରରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର କରିବା ପାଇଁ ସରକାରଙ୍କ ପଲିସି ରହିଛି। ତେଣୁ ଜିଲା ଶିକ୍ଷାଧିକାରୀ, ବ୍ଲକ୍‌ ଶିକ୍ଷାଧିକାରୀ, ଏସ୍‌ଏମ୍‌ସି, ପ୍ରଧାନଶିକ୍ଷକ କିମ୍ବା ଅନ୍ୟ କୌଣସି କର୍ତ୍ତୃପକ୍ଷଙ୍କଠାରୁ ଅନୁମତି ଆବଶ୍ୟକ ନାହିଁ। ଯଦି କୌଣସି ଗାଁରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଭଡ଼ା ଘରରେ ଚାଳିଛି ଏବଂ ସେହି ଗାଁରେ ଥିବା ପ୍ରାଥମିକ ବିଦ୍ୟାଳୟରେ ଅତିରିକ୍ତ କ୍ଲାସ୍‌ରୁମ୍‌ ରହିଛି, ତେବେ ନୂତନ ବିଲ୍ଡିଂ ନିର୍ମାଣ ନ ହେବା ପର୍ଯ୍ୟନ୍ତ ସେହି ଅତିରିକ୍ତ କ୍ଲାସ୍‌ରୁମ୍‌ରେ ଅଙ୍ଗଓ୍ବାଡ଼ି କେନ୍ଦ୍ର ଚାଲିବା ପାଇଁ ଅନୁମତି ଦିଆଯାଇପାରିବ। କିନ୍ତୁ କୌଣସି ପରିସ୍ଥିତିରେ ବି ସ୍କୁଲ ବାରଣ୍ଡାରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଚାଲିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri