ଦାବି ନେଇ ଚାଷୀଙ୍କ ୨୨ କି.ମି. ପଦଯାତ୍ରା

ସମ୍ବଲପୁର,୨୭।୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ପଡିଆବାହାଳ ଜୟଦୁର୍ଗା କୃଷକ କ୍ଲବ ବିଭିନ୍ନ ଦାବି ପୂରଣ ପାଇଁ ଅଭିନବ ପ୍ରତିବାଦ କରିଛି। କ୍ଲବ କର୍ମକର୍ତ୍ତା ଶୁକ୍ରବାର ଖଲିଆପାଲି ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରୁ ପ୍ରାୟ ୨୨ କି.ମି. ପଦଯାତ୍ରା କରି ଜିଲାପାଳଙ୍କ ଅଫିସ ଆଗରେ ପହଞ୍ଚତ୍ଥିଲେ। ସେଠାରେ ବିକ୍ଷୋଭ ପ୍ରଦର୍ଶନ ସହ ବିଭିନ୍ନ ଦାବି ଉଠାଇ ନାରାବାଜି କରିଥିଲେ। ସେମାନଙ୍କ ପ୍ରମୁଖ ଦାବି ମଧ୍ୟରେ ଶୀତଳ ଭଣ୍ଡାର ବ୍ୟବସ୍ଥା, ଟୋକନ ବ୍ୟବସ୍ଥା, ଫସଲ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ଦେବା, ଇନ୍‌ପୁଟ ସବ୍‌ସିଡି ପ୍ରଦାନ, ଇ ପରିବହନ ବ୍ୟବସ୍ଥା ବନ୍ଦ କରାଯିବା, କୃଷିଋଣ ଛାଡ କରିବା, ବନ୍ୟପ୍ରାଣୀ ନଷ୍ଟ କରୁଥିବା ଫସଳର ଶୀଘ୍ର କ୍ଷତିପୂରଣ ଦେବା, ଚାଷୀମାନଙ୍କ ପାଇଁ ବୁର୍ଲା ଭିମସାରରେ ସ୍ବତନ୍ତ୍ର ଅଇସିୟୁ ବ୍ୟବସ୍ଥା ଅନ୍ୟତମ। ଜିଲାପାଳଙ୍କ ଅଫିସ ଭିତରକୁ ଯିବା ସମୟରେ ପୋଲିସ ଅଟକାଇଥିଲା। ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ସରାଜ ମିଶ୍ର ଦାବିପତ୍ର ନେବାକୁ ଆସିଥିଲେ ମଧ୍ୟ ଚାଷୀମାନେ ୨୨କି.ମି. ଚାଲି ଚାଲି ଆସିଛୁ, ଜିଲାପାଳଙ୍କୁ ଭେଟି ଦାବିପତ୍ର ଦେବାକୁ ଜିଦ୍‌ କରିଥିଲେ। ଅନୁମତି ଦିଆଯିବା ପରେ ଏକ ପ୍ରତିନିଧି ଦଳ ଜିଲାପାଳ ଶୁଭମ୍‌ ସକସେନାଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଅଗାମୀ ଦିନରେ ଦାବି ପୂରଣ ନ ହେଲେ ପୁଣି ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ଚଳିତବର୍ଷ ଅଣ ଜଳସେଚିତ ଜମିରେ ଫସଲ ନଷ୍ଟ ହୋଇଥିବାରୁ ମରୁଡି ଅଞ୍ଚଳ ଘୋଷଣା କରାଯାଉ ବୋଲି ଦାବି କରିଥିଲେ। କ୍ଲବ ସଭାପତି ମୃତ୍ୟୁଞ୍ଜୟ ପାଣିଗ୍ରାହୀ, ନନ୍ଦ କିଶୋର ସାହୁ, କପିଲ ପ୍ରଧାନ, ଅମୂଲ୍ୟ କୁମାର ପୂଜାରୀ, ଦିଲୀପ କୁମାର ମିର୍ଦ୍ଧା, ରୁଦ୍ର ପ୍ରସନ୍ନ ବଡପଣ୍ଡା, ଝସକେତନ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri