ଜିଲା ପରିଷଦ ଅନୁଦାନ ଦେଇ ଫେରାଇ ନେଲେ

ଯାଜପୁର ଟାଉନ,୨୭।୧୧(ଡି.ଏନ.ଏ.): ଯାଜପୁର ଟାଉନ ସର୍କିଟ ହାଉସ ସଭାଗୃହରେ ୫ମ ଜିଲା ପରିଷଦର ତ୍ରୟୋଦଶ ତଥା ଶେଷ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଜିଲାପରିଷଦ ସଭାପତି ନରେଶ ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଯୋଗଦେଇ ସମସ୍ତଙ୍କୁ ସ୍ବାଗତ କରିଥିଲେ। ଏମ୍‌ପି ଶର୍ମିଷ୍ଠା ସେଠୀ, ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ, ବରୀ ବିଧାୟିକା ସୁନନ୍ଦା ଦାସ ଓ ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ ବେହୁରିଆ ପ୍ରମୁଖ ମଞ୍ଚାସୀନ ଥିଲେ। ସ୍ବାସ୍ଥ୍ୟ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, କୃଷି, ପଞ୍ଚଦଶ କେନ୍ଦ୍ର ଅର୍ଥ କମିଶନ ଓ ପଞ୍ଚମ ରାଜ୍ୟ ଅର୍ଥ କମିଶନ ସମ୍ପର୍କରେ ଆଲୋଚନା ହୋଇଥିଲା। ଜିଲାପରିଷଦ ସଭ୍ୟା ଭାଗ୍ୟଲକ୍ଷ୍ମୀ ରାଉତ କହିଥିଲେ, ଜିଲାପରିଷଦ ପକ୍ଷରୁ ବ୍ଲକ ଜରିଆରେ ଆମ୍ଭମାନଙ୍କୁ ଜୁନରେ ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ୯ ଲକ୍ଷ ଟଙ୍କା ଅନୁଦାନ ପାଇଁ ପ୍ରକଳ୍ପ ତାଲିକା ପଠାଯାଇଥିଲା। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଦ୍ୱାରା ନିର୍ଦ୍ଦେଶିତ ହୋଇ ବିଡିଓମାନେ ପ୍ରୋଜେକ୍ଟ ଲିଷ୍ଟ ପଠାଇବା ପରେ କାର୍ଯ୍ୟ କରାଯାଇଛି। ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇସାରିଥିବା ବେଳେ ଚିଠି ନଂ.୬୮୧୪/୨୭ା୧୦ା୨୦୨୧ରେ ପ୍ରକଳ୍ପ ନିର୍ଦ୍ଦେଶକ ବ୍ଲକ ପ୍ରଶାସନକୁ ଚିଠି କରି ସମ୍ପୃକ୍ତ ପ୍ରକଳ୍ପ କାର୍ଯ୍ୟର ଅନୁଦାନ ଦେଇହେବ ନାହିଁ ବୋଲି କହିଥିଲେ। ଏବେ ଏହି ଅନୁଦାନରେ କାର୍ଯ୍ୟ କରିଥିବା ଲୋକେ ଜିଲାପରିଷଦ ସଭ୍ୟଙ୍କ ଦୁଆରେ ଧାରଣା ଦେଉଛନ୍ତି ବୋଲି ରାଉତଙ୍କ ସମେତ ସଭ୍ୟ ଅରବିନ୍ଦ ସାମଲ, ବିପିନ ଜେନା, ଅଶୋକ ସାମଲ, ଧରଣୀଧର ଘଡ଼େଇ, ମଧୁସ୍ମିତା ଧଳ, ବିନୋଦିନୀ ସାହୁ, ଚତୁର୍ଭୁଜ ଦ୍ୱିବେଦୀ, ନିରଞ୍ଜନ ରାଉତ, ଆଦିକନ୍ଦ ସନ୍ଦିବିଗ୍ରହ ପ୍ରମୁଖ କହିବା ସହ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଜିଲାପରିଷଦ ସଭାପତି କହିଥିଲେ, ମୋଟର ଭେହିକିଲ ଅନୁଦାନ ପ୍ରତିବର୍ଷ ଜିଲାପରିଷଦ ସଭ୍ୟଙ୍କ ପାଇଁ ସରକାର ପ୍ରଦାନ କରୁଥିବା ବେଳେ ଚଳିତବର୍ଷ ତାହା ବିଧାୟକମାନେ ପ୍ରଦାନ ବ୍ୟବସ୍ଥା ହୋଇଥିବାରୁ ବ୍ୟତିକ୍ରମ ଘଟିଛି ଓ ଏହାର ସମାଧାନ କରାଯିବ। କିନ୍ତୁ ମହାନ୍ତିଙ୍କ ଏ ଉତ୍ତର ସଭ୍ୟଙ୍କୁ ସନ୍ତୁଷ୍ଟ କରି ପାରି ନ ଥିଲା। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ଆଲୋଚନାବେଳେ ପ୍ରତିଥର ଭଳି ଏଥର ମଧ୍ୟ ବଡ଼ଚଣା ବ୍ଲକ ଭୁଷଣ୍ଡପୁର(ମହାଖଳା) ଏଏନଏମ କେନ୍ଦ୍ର, ଗୋପାଳପୁର ପିଏଚସିକୁ ସିଏଚ୍‌ସି ମାନ୍ୟତା, ବଡ଼ଚଣା ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥା, ବ୍ରହ୍ମବରଦା ଚିକିତ୍ସାକେନ୍ଦ୍ର ଦୁରବସ୍ଥା, ଡାକ୍ତର ଅଭାବ, ଧର୍ମଶାଳା ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସମ୍ପର୍କରେ ସଭ୍ୟାସଭ୍ୟ ଅସନ୍ତୋଷ ବ୍ୟକ୍ତ କରିଥିଲେ। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରୋଗୀଙ୍କୁ ବେଡ୍‌ଶିଟ ଦିଆଯାଉ ନ ଥିବା ନେଇ ସଭ୍ୟ ଅଶୋକ ସାମଲ ଅଭିଯୋଗ କରିବା ପରେ ଜିଲାପାଳ ସ୍ବାସ୍ଥ୍ୟ ସମସ୍ୟା ସମ୍ପର୍କିତ ଅଭିଯୋଗ ଉପରେ ଉତ୍ତର ରଖିଥିଲେ। ବୈଠକରେ ସଦର ବ୍ଲକ ଅଧ୍ୟକ୍ଷ ପ୍ରଦୀପ ନାୟକ, ବଡ଼ଚଣା ଅଧ୍ୟକ୍ଷ ଭାଗ୍ୟଧର ମଲ୍ଲିକ, ଧର୍ମଶାଳା ଅଧ୍ୟକ୍ଷ ପ୍ରଭାତ ବଳବନ୍ତରାୟ, ସୁକିନ୍ଦା ବ୍ଲକ ଅଧ୍ୟକ୍ଷା ପଦ୍ମାବତୀ ଜେନା, ସଭ୍ୟ ସରୋଜ ମହାପାତ୍ର, ରବୀନ୍ଦ୍ର ଜେନା, ରଞ୍ଜିତା ସାମଲ, ମାମିନା ମଲ୍ଲିକ, ବିଷ୍ଣୁପ୍ରିୟା ମହାକୁଡ଼ ଓ ରଞ୍ଜିତା ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ...

ମକର ସଂକ୍ରାନ୍ତି ପୂର୍ବରୁ ଏହି ୩ ରାଶିର ଚମକିବ ଭାଗ୍ୟ, ଘଟିବାକୁ ଯାଉଛି…

୨୦୨୬ରେ, ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପାଳନ କରାଯିବ, ଯେତେବେଳେ ସୂର୍ଯ୍ୟ ଧନୁ ରାଶି ଛାଡି ମକର ରାଶିରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ମକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri