ଆମ୍ବୁଲାନ୍ସକୁ ଧକ୍କା ଦେଲା ଇଣ୍ଟରସିଟି ଏକ୍ସପ୍ରେସ

ବ୍ରହ୍ମପୁର ଅଫିସ, ୨୭।୧୧: ଅନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଇଣ୍ଟରସିଟି ଏକ୍ସପ୍ରେସ(୨୨୮୨୦) ପଲାସା ଷ୍ଟେଶନ ନିକଟରେ ଏକ ୧୦୮ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଏଥିରେ ଆମ୍ବୁଲାନ୍ସ ଡ୍ରାଇଭର୍‌ ସମେତ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି।

ରେଳ ବିଭାଗର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଟ୍ରାକ୍‌ରେ ଫସି ରହିଥିବା ଆମ୍ବୁଲାନ୍ସକୁ ବାହାର କରିବା ପରେ ଟ୍ରେନ୍‌ ପ୍ଲାଟଫର୍ମରେ ପ୍ରବେଶ କରିଥିଲା।

ସୂଚନା ଅନୁସାରେ, ଶନିବାର ସନ୍ଧ୍ୟାରେ ପଲାସା ଷ୍ଟେଶନରୁ ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି ପ୍ରବେଶ କରୁଥିଲା। ଏହି ସମୟରେ ପ୍ଲାଟଫର୍ମ ପୂର୍ବରୁ ଥିବା ଏକ ଖୋଲା ଫାଟକ ଦେଇ ଆମ୍ବୁଲାନ୍ସ ଯାଉଥିବା ବେଳେ ଟ୍ରେନ୍‌ ଧକ୍କା ଦେଇଥିଲା। ଟ୍ରେନ ଚାଳକ ଜରୁରୀକାଳୀନ ବ୍ରେକ୍‌ ଦେଇଥିଲେ। ତଥାପି ପ୍ରାୟ ୨ଶହ ମିଟର୍‌ ପର୍ଯ୍ୟନ୍ତ ଟ୍ରେନ୍‌ଟି ଆମ୍ବୁଲାନ୍ସକୁ ଘୋଷାଡ଼ି ନେଇଥିଲା। ଫଲକନାମା ଟ୍ରେନ୍‌ରୁ ଓହ୍ଲାଉଥିବା ଜଣେ ଯାତ୍ରୀ ଅସୁସ୍ଥ ହୋଇ ପଡ଼ିବାରୁ ପଲାସା ଷ୍ଟେଶନ କର୍ମଚାରୀମାନେ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ସମ୍ପୃକ୍ତ ଯାତ୍ରୀଙ୍କୁ ମେଡିକାଲ ନେବା ପାଇଁ ଆମ୍ବୁଲାନ୍ସ ପଲାସା ଷ୍ଟେଶନକୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri