ଦୈନିକ ମୃତ୍ୟୁ ସଂଖ୍ୟା ବଢ଼ାଇଲା ଚିନ୍ତା…

ନୂଆଦିଲ୍ଲୀ,୨୮।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୭୭୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୬୨୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସେହିପରି ୯ ହଜାର ୪୮୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୪ ପ୍ରତିଶତ ରହିଛି

। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୫ ହଜାର ୬୯୧ ରହିଛି। ୫୪୩ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୧ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୬ ହଜାର ୫୮୪ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୫ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୨୧ କୋଟି ୯୪ ଲକ୍ଷ ୭୧ ହଜାର ୧୩୪ ଜଣଙ୍କୁ ଟିକାଦାନ ସରିଛି। ସେହିପରି ଇତିମଧ୍ୟରେ ୬୩ କୋଟି ରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି ବୋଲି ଆଇସିଏମ୍‌ଆର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୯ ଲକ୍ଷ ୯୮ ହଜାର ୨୭୮ ଲୋକ ସୁସ୍ଥ ହୋଇସାରିଛନ୍ତି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୫ ଲକ୍ଷରୁ ଅଧିକ ରହିଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ...

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ...

ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି: ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଗିରଫ କରିବା ପାଇଁ ନୋଟିସ ଜାରି କରାଯାଇଛି। ଏହି ମାମଲା...

ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!

ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି...

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ହାଇକୋର୍ଟରେ ଏମିତି ଦାବି କଲେ ସିସୋଡିଆ, ଜଜ କହିଲେ କାଲିକି ଆସନ୍ତୁ…

ନୂଆଦିଲ୍ଲୀ,୨।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ପୁଣିଥରେ ଦିଲ୍ଲୀ ହାଇକୋର୍ଟରେ ହାଜର ହୋଇଛନ୍ତି। ଦିଲ୍ଲୀର ମଦ...

ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ

ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri