ବିଶ୍ୱ ଦରବାରରେ ପହଞ୍ଚିବ କୋରାପୁଟ କଫି

କୋରାପୁଟ/ନବରଙ୍ଗପୁର, ୨୮ା୧୧(ସ୍ବ.ପ୍ର./ବି.ପ୍ର.): କୋରାପୁଟ ଓ ନବରଙ୍ଗପୁର ଜିଲାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଶନିବାରଠାରୁ ଆରମ୍ଭ ହୋଇଛି। ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରିଛନ୍ତି। ଏଥିସହ କୋରାପୁଟରେ ପ୍ରାୟ ୧ ହଜାର କୋଟି ଟଙ୍କାରେ ୧୧୨ଟି ପ୍ରକଳ୍ପ ଓ ନବରଙ୍ଗପୁରରେ ୧୨୯ କୋଟି ଟଙ୍କା ବ୍ୟୟରେ ୬୯ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି। କୋରାପୁଟ ଜିଲାର ସାମଗ୍ରିକ ବିକାଶ ନେଇ ରାଜ୍ୟ ସରକାର ଚେଷ୍ଟା ଜାରି ରଖିଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। କୋରାପୁଟର କଫି ଏକ ନୂଆ ବ୍ରାଣ୍ଡ ମାକେର୍ଟରେ ପହଞ୍ଚତ୍ଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଆସନ୍ତା ୫ ବର୍ଷ ମଧ୍ୟରେ ଜିଲାରେ ୫ହଜାର ହେକ୍ଟର ଜମିରେ କଫି ଚାରାରୋପଣ ଲକ୍ଷ୍ୟ ରଖାଯାଇଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। କୋରାପୁଟ ଅଞ୍ଚଳର ସାମଗ୍ରିକ ବିକାଶ ସହ ଅଧିବାସୀଙ୍କ ମୁହଁରେ ହସ ଫୁଟାଇବାକୁ ସବୁବେଳେ ଉଦ୍ୟମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କୋରାପୁଟ ଜିଲାର ୩ ଲକ୍ଷ ୭୦ ହଜାର ସ୍ବାସ୍ଥ୍ୟକାର୍ଡ ପ୍ରଦାନ କରାଯାଉଛି। ଏହାଦ୍ୱାରା ଜିଲାର ୧୨ ଲକ୍ଷ ଲୋକ ମାଗଣାରେ ଚିକିସତ୍ା ସୁବିଧା ପାଇପାରିବେ ବୋଲି ସେ କହିଥିଲେ। ସ୍ଥାନୀୟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ପ୍ରେକ୍ଷାଳୟଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ରାଜ୍ୟ ହସ୍ତତନ୍ତ୍ର ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ବିଧାୟକ ତଥା ଜିଲା ଯୋଜନା କମିଟିଅଧ୍ୟକ୍ଷ ରଘୁରାମ ପଡାଲ ଉପସ୍ଥିତ ଥିଲେ।

 

ନବରଙ୍ଗପୁର ଆର୍‌ସିଡି ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ସ୍ଥାନୀୟ ଏମ୍‌ପି ରମେଶ ଚନ୍ଦ୍ର ମାଝି, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ମଞ୍ଚାସୀନ ଥିଲେ। ସ୍ବାସ୍ଥ୍ୟ ଆମ ସମସ୍ତଙ୍କ ପାଇଁ ମୂଲ୍ୟବାନ୍‌। ଏହି କାର୍ଡ ଦ୍ୱାରା ଜିଲାର ୧୧,୩୧,୪୭୬ ଜଣ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପଞ୍ଜୀକୃତ ଓ ସମସ୍ତ ସରକାରୀ ଡାକ୍ତରଖାନାରେ ଏହି କାର୍ଡ ବ୍ୟବହାର ହୋଇପାରିବ। ସମସ୍ତଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ୍‌ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଅନେକ କାର୍ଯ୍ୟ କରିଛନ୍ତି। ଶିକ୍ଷାର ବିକାଶ ପାଇଁ ଇ-ସ୍ମାର୍ଟ ସ୍କୁଲ ହୋଇଛି। ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୧୧ ଲକ୍ଷରୁ ବେଶି ଲୋକ ଉପକୃତ ହେବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ହିତାଧିକାରୀଙ୍କୁ ସ୍ବାସ୍ଥ୍ୟମନ୍ତ୍ରୀ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରିଛନ୍ତି। ପରେ ଅତିଥିଙ୍କ ଦ୍ୱାରା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଏକ ପ୍ରଚାର ରଥର ଶୁଭାରମ୍ଭ କରାଯାଇଛି। କାର୍ଯ୍ୟକ୍ରମ ଶେଷରେ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri