ଓବିସିଙ୍କ ପାଇଁ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ଓଡ଼ିଶାରେ ପଛୁଆ ବର୍ଗ ଅବହେଳିତ। ଓବିସିମାନଙ୍କୁ କେବଳ ୧୧.୨୫% ସଂରକ୍ଷଣ କଥା କହି ବାସ୍ତବ କ୍ଷେତ୍ରରେ ରାଜ୍ୟ ସରକାର ମାତ୍ର ୨ରୁ ୩ ପ୍ରତିଶତ ସଂରକ୍ଷଣ ଦେଉଛନ୍ତି। ସ୍କୁଲ କଲେଜରେ ଓବିସି ଛାତ୍ରୀଛାତ୍ରଙ୍କୁ ସଂରକ୍ଷଣ ବ୍ୟବସ୍ଥାରୁ ବଞ୍ଚିତ ରଖାଯାଉଛି। ଓଡ଼ିଶା ଜନସଂଖ୍ୟାର ୫୪ ପ୍ରତିଶତ ପଛୁଆ ବର୍ଗଙ୍କ ପ୍ରତି ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସମ୍ପୂର୍ଣ୍ଣ ଅନ୍ୟାୟ କରାଯାଇଛି। ମଣ୍ଡଳ କମିଶନ ସୁପାରିସ ଆଧାରରେ ରାଜ୍ୟ ସରକାର ୨୭% ସଂରକ୍ଷଣ ଦେଉନାହାନ୍ତି। ଭାଜପା ଏଥିପାଇଁ ଆଗକୁ ଆନ୍ଦୋଳନ କରିବ ଏବଂ ପଛୁଆବର୍ଗର ସ୍ବାର୍ଥ ପାଇଁ ଲଢ଼େଇ ଜାରି ରଖିବ ବୋଲି ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷ କେ.ଲକ୍ଷ୍ମଣ କହିଛନ୍ତି। ସୋମବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଓବିସି ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଇ ଲକ୍ଷ୍ମଣ କହିଛନ୍ତି, ଦେଶର ପଛୁଆ ବର୍ଗଙ୍କ ବିକାଶ ପାଇଁ ମୋଦି ସରକାର ବହୁ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର ନିଜ ମନ୍ତ୍ରିମଣ୍ଡଳରେ ଓବିସି ବର୍ଗକୁ ପ୍ରତିନିଧିତ୍ୱ କରୁଥିବା ୨୭ ଜଣଙ୍କୁ ସ୍ଥାନିତ କରି ପଛୁଆ ବର୍ଗକୁ ସମ୍ମାନ ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାରଙ୍କ ସମସ୍ତ ଜନ ଓ ଗରିବ କଲ୍ୟାଣ ଯୋଜନାର ସୁଫଳକୁ ସାଧାରଣ ଜନତାଙ୍କ ପାଖକୁ ପହଞ୍ଚାଇବା ଓବିସି ମୋର୍ଚ୍ଚା କାଯର୍‌ୟକର୍ତ୍ତାଙ୍କ ମୁଖ୍ୟ ଦାୟିତ୍ୱ ବୋଲି ସେ କହିଛନ୍ତି। ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ରାଜ୍ୟର ୮ ଜିଲାରେ ଗୋଟିଏ ବି ଜିଲା ପରିଷଦ ଅଧ୍ୟକ୍ଷ ସ୍ଥାନ ଓବିସିମାନଙ୍କ ପାଇଁ ସଂରକ୍ଷିତ ନାହିଁ। ଏହା ଅତ୍ୟନ୍ତ ବେଆଇନ ଓ ପଛୁଆବର୍ଗଙ୍କ ବିକାଶ ବିରୋଧୀ ମାନସିକତା ନୁହେଁ ତ ଆଉ କ’ଣ ବୋଲି କାଯର୍‌ୟକାରିଣୀ ପ୍ରଶ୍ନ କରିଛି। କାର୍ଯ୍ୟକାରିଣୀରେ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri