Posted inଜାତୀୟ

ପୁଅ ବୟସ୍କ ହେବା ପର୍ଯ୍ୟନ୍ତ ଭରଣ-ପୋଷଣ ଦାୟିତ୍ୱ ବାପାଙ୍କର…

ନୂଆଦିଲ୍ଲୀ,୨।୧୨: ସୁପ୍ରିମକୋର୍ଟ କହିଛନ୍ତି ଯେ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିବାଦରେ ପିଲାଙ୍କର କୌଣସି ସମସ୍ୟା ନହେବା ଉଚିତ। ପୁଅ ବୟସ୍କ ହେବା ପର୍ଯ୍ୟନ୍ତ ଭରଣ ପୋଷଣ ଦାୟିତ୍ୱ ବାପାଙ୍କର। ବିଚାରପତି ଏମ୍‌.ଆର୍‌. ଶାହା ଏବଂ ଏ.ଏସ୍‌. ବୋପାନ୍ନାଙ୍କ ନେତୃଥ୍ବରେ ଗଠିତ ଖଣ୍ଡପୀଠ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି।

ସ୍ବାମୀ-ସ୍ତ୍ରୀଙ୍କ ଝଗଡ଼ାରେ ପିଲାମାନେ ଯନ୍ତ୍ରଣା ଭୋଗିବା ଉଚିତ ନୁହେଁ। ଶିଶୁର ବିକାଶ ବଜାୟ ରଖିବା ପାଇଁ ପିତାଙ୍କ ଦାୟିତ୍ୱ। ମା’ ରୋଜଗାର କରୁ ନଥିବା ସ୍ଥଳେ ପିଲାଙ୍କ ସମ୍ପୂର୍ଣ୍ଣ ଦାୟିତ୍ୱ ପିତାଙ୍କର ବୋଲି ଶୀର୍ଷକୋର୍ଟ କହିଛନ୍ତି। ଜୟପୁରର ଏକ ମାମଲାରେ କୋର୍ଟ ଏଭଳି ରାୟ ଦେଇଛନ୍ତି।

ସମ୍ବିଧାନର ଧାରା ୧୪୨ ଅନୁଯାୟୀ ସୁପ୍ରିମକୋର୍ଟ ପରିବାର କୋର୍ଟ ଏବଂ ହାଇକୋର୍ଟଙ୍କ ଛାଡପତ୍ରର ନିଷ୍ପତ୍ତି ସମ୍ପର୍କରେ କହିଛନ୍ତି ଯେ,ଏଥିରେ ପିତାଙ୍କୁ ପ୍ରତି ମାସରେ ୫୦,୦୦୦ ଟଙ୍କା ଭରଣ ପୋଷଣ ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ ’୨୦୧୧ ଦମ୍ପତି ଏକାଠି ରହୁ ନାହାଁନ୍ତି। ଡିସେମ୍ବର ୨୦୧୯ ଠାରୁ ପିତା ଭରଣ ପୋଷଣ ଦେବା ବନ୍ଦ କରିଦେଇଛନ୍ତି। ୧୫ ନଭେମ୍ବର, ୨୦୧୨ ରେ ଦିଆଯାଇଥିବା ଆଦେଶର ପ୍ରତିପାଳନ କରାଯାଉ ନ ଥିବା ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି।

ଶୀର୍ଷକୋର୍ଟ ପୁଅର ଭରଣ ପୋଷଣ ପାଇଁ ମାସକୁ ଧାର୍ଯ୍ୟ ହୋଇଥିବା ୫୦,୦୦୦ ଟଙ୍କା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଡିସେମ୍ବର ୨୦୧୯ରୁ ନଭେମ୍ବର ୨୯୨୧ ପର୍ଯ୍ୟନ୍ତ ବକେୟା ଥିବା ଭରଣ ପୋଷଣ ଟଙ୍କା ଆଠ ସପ୍ତାହ ମଧ୍ୟରେ ପ୍ରଦାନ କରାଯିବାକୁ କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି।

୨୦୦୫ ନଭେମ୍ବର ୧୬ରେ ଏହି ଦମ୍ପତି ବିବାହ କରିଥିଲେ ଏବଂ ଅଭିଯୁୂକ୍ତ ବ୍ୟକ୍ତି ଜଣକ ସେତେବେଳେ ଭାରତୀୟ ସେନାରେ ମେଜର ଭାବରେ କାର୍ଯ୍ୟ କରୁଥିଲେ। ବର୍ତ୍ତମାନ ସେମାନଙ୍କ ପୁଅକୁ ୧୩ ବର୍ଷ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri