Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ
ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣ ମଧ୍ୟରେ ରହିବାରୁ ଆଶ୍ୱସ୍ତି ଅନୁଭବ କରିବେ। ଆଜି ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢ଼ିପାରେ। ଆର୍ଥିକ ସ୍ଥିତି ଓ ପାରିବାରିକ ପରିସ୍ଥିତି ପ୍ରାୟତଃ ଚଳନୀୟ ରହିପାରେ। ବ୍ୟବସାୟ, ଯାତ୍ରା, କୌଣସି କର୍ମ କ୍ଷେତ୍ରରେ ମଧ୍ୟମ ପ୍ରକାର ଫଳ ପାଇବେ।
ବୃଷ
ବୃଷ
ପ୍ରତିବନ୍ଧକ ଲାଗି ରହିଥିବା କାରଣରୁ ସ୍ଥଗିତ କାମ ଆରମ୍ଭ କରିବା କଷ୍ଟକର ହେବ। ପରିଜନଙ୍କ ସମ୍ବନ୍ଧରେ କୌଣସି ଶୁଭ ଖବର ଶୁଣି ଖୁସି ହେବେ। ଦିନ ଭରି କଠିନ ପରିଶ୍ରମ ଯୋଗୁ ରାତିରେ ଅନିଦ୍ରାଜନିତ ପୀଡ଼ା ଅନୁଭବ କରିପାରନ୍ତି। ସକାଳୁ ସକାଳୁ ବ୍ୟସ୍ତତା ମଧ୍ୟରେ ଯାତ୍ରାରେ କୌଣସି ଜିନିଷ ସାଙ୍ଗରେ ନେବାକୁ ଭୁଲି ଯାଇ ପାରନ୍ତି।
ମିଥୁନ
ମିଥୁନ
ସହକର୍ମୀଙ୍କ ସହ ସହମତିରେ କାମ କଲେ ଉପକୃତ ହେବେ। ସଭାସମିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଲାଭବାନ ହେବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ। ଆରର୍ଦ୍ରା ନକ୍ଷତ୍ରର ଅଧ୍ୟାତ୍ମ ବାତାବରଣ ମଧ୍ୟରେ ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ।
କର୍କଟ
କର୍କଟ
ଭାବପ୍ରବଣତା ମଧ୍ୟରେ ମାନସିକ ଅସ୍ଥିରତା ସୃଷ୍ଟିହେବ। ଅତୀତ ସମସ୍ୟା ସମୀକ୍ଷା କରି ତଦନୁଯାୟୀ କାର୍ଯ୍ୟପନ୍ଥା ସ୍ଥିର କରିବାକୁ ମନସ୍ଥ କରିପାରନ୍ତି। ନିର୍ମାଣାଧୀନ ଗୃହ କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାର ଆଶଙ୍କା ରହିଛି। ପୁଷ୍ୟା ନକ୍ଷତ୍ର ସକାଶେ ଯାନବାହନରେ ସତର୍କତା ବିଧେୟ।
ସି˚ହ
ସି˚ହ
ଆଜି ସାମାନ୍ୟ ବଚସାରୁ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ପୂର୍ବାଫାଲଗୁନୀ ନକ୍ଷତ୍ର ପରିବାରର ଅସଜଡ଼ା ପରିସ୍ଥିତିକୁ ସଜାଡି ନେବେ। ପାଖ ପଡ଼ୋଶୀଙ୍କ ସହ ପିଲାମାନଙ୍କର କନ୍ଦଳକୁ କେନ୍ଦ୍ରକରି ସାଧାରଣ ଘଟଣାରେ ଉଚ୍ଚବାଚ ଘଟିପାରେ। ଯାତ୍ରାରେ ସଫଳତା ପାଇବେ ସତ କିନ୍ତୁ ଶ୍ରମଜନିତ କ୍ଳାନ୍ତିବୋଧ କରିବେ।
କନ୍ୟା
ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରୁଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ ପଡ଼ୋଶୀଙ୍କଠାରୁ କାମ ହାସଲ କରିବେ। ଉତ୍ତରାଫାଲଗୁନୀ ନକ୍ଷତ୍ର ପାରସ୍ପରିକ ମତଭେଦ କାରଣରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଘଟିପାରେ। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ସମସ୍ୟାର ସମାଧାନ ହେବ।
ତୁଳା
ତୁଳା
ଆନୁଷ୍ଠାନିକ ଆଲୋଚନା କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବ୍ୟବସାୟରେ ମନାନ୍ତର ଦେଖା ଦେଇପାରେ କିନ୍ତୁ ବିଶେଷ କ୍ଷତି ହେବ ନାହିଁ। ମାଲିମକଦ୍ଦମାରେ ନିଜ ପକ୍ଷ ସବଳ ରହିବା ହେତୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ବିଶାଖା ନକ୍ଷତ୍ର ପରିବାରରେ ଭୁଲ୍‌ କାମକରି ସଫେଇ ଦେଇପାରନ୍ତି।
ବିଛା
ବିଛା
ଆଜିର କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ସ୍ବାଭାବିକ ରହିବ। ପଡ଼ୋଶୀଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ନୂଆ ଯୋଜନାକୁ ବାସ୍ତବ ରୂପ ଦେବାରେ ଅବଶ୍ୟ ସଫଳ ହେବେ। ଜ୍ୟେଷ୍ଠା ନକ୍ଷତ୍ର ଆନୁଷ୍ଠାନିକ କ୍ଷେତ୍ରରେ ସାମୂହିକ ସମସ୍ୟାର ସରଳ ସମାଧାନ କରି ପରୋକ୍ଷ ଭାବରେ ବହୁ ପ୍ରଶଂସିତ ହେବେ।
ଧନୁ
ଧନୁ
ଭୁଲ୍‌ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାର ମଉକା ପାଇପାରିବେ। ବିଭିନ୍ନ ସମସ୍ୟାର ସମାଧାନ କରିବା ମଧ୍ୟରେ ମୁଳା ନକ୍ଷତ୍ରର ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ।
ମକର
ମକର
ଆଜି ସକାଳୁ ଇଚ୍ଛା କରିଥିବା ଜିନିଷଟି ନ ପାଇବାରୁ ମାନସିକ ଶାନ୍ତି ବ୍ୟାହତ ହେବ। ଧନିଷ୍ଠା ନକ୍ଷତ୍ରର ବନ୍ଧୁଙ୍କ ଅନାଦର ଭାବ ଯୋଗୁ ସାମୟିକ ମନ ଦୁଃଖ ଘଟିବ। କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବାର ସୂଚନା ମିଳିପାରେ। ଯାତ୍ରା ସମୟରେ ସତର୍କତା ଅଭାବରୁ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ।
କୁମ୍ଭ
କୁମ୍ଭ
ଆଜି ସକାଳୁ ସ୍ଥଗିତ କାମକୁ ପୂରାଦମ୍‌ରେ କରିଚାଲିବେ। ଶତଭିଷା ଅଟକି ରହିଥିବା କାମକୁ ଆରମ୍ଭ କରିବାକୁ ମନ ବଳାଇବେ। ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ନିଜ ଚତୁଃପାର୍ଶ୍ୱରେ ବିରୋଧ ମନୋଭାବ ପୋଷଣ କରୁଥିବା ଲୋକମାନେ ଶତ୍ରୁତା ଆଚରଣ କରିବେ।
ମୀନମୀନ
ରେବତୀ ନକ୍ଷତ୍ର କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବିବାଦୀୟ ଘଟଣାରେ ଟେନ୍ସନ ଲାଗି ରହିଥିଲେ ମଧ୍ୟ କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ। କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହି ନ ପାରେ, ଫଳତଃ ସ୍ବାସ୍ଥ୍ୟହାନିର ସମ୍ଭାବନା ରହଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri