କୁଜଙ୍ଗରେ ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି : ପ୍ରସ୍ତାବିତ ଟ୍ରକ୍‌ ଟର୍ମିନାଲ ସ୍ଥାନାନ୍ତର କରିବାକୁ ଦାବି

କୁଜଙ୍ଗ,୯ା୭(ସ୍ବ.ପ୍ର.): କୁଜଙ୍ଗ ବ୍ଲକରେ ସୋମବାର ନୂତନ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ପ୍ରଥମ ଜନଶୁଣାଣି ସ୍ଥାନୀୟ ସୂଚନା କେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୧୭୪ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୧୪୯ଟି ବ୍ୟକ୍ତିଗତ ସମସ୍ୟା ସମ୍ପର୍କିତ ଅଭିଯୋଗ ଥିଲା। ଇନ୍ଦିରା ଆବାସ ଓ ବିଜୁ ପକ୍କାଘର ସମ୍ପର୍କିତ ୯୨ଟି, ରାଶନ କାର୍ଡ ସମ୍ବନ୍ଧୀୟ ୮, ଭତ୍ତା ୯, ଆଇନ ସହାୟତା ୪, ପାନୀୟଜଳ ସମସ୍ୟା ସମ୍ପର୍କିତ ୫, ଜମିଜମା ସମସ୍ୟା ୭, ଗ୍ରାମ୍ୟ ସମସ୍ୟା ସମ୍ପର୍କିତ ୨୨ ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ସମ୍ପର୍କିତ ୩ଟି ଅଭିଯୋଗ ହୋଇଥିଲା। ଜିଲାପାଳ ତୁରନ୍ତ ଗୋଟିଏ ଅଭିଯୋଗ ସମାଧାନ କରିଥିଲେ। ଏହି ଅବସରରେ ଭୂତମୁଣ୍ଡାଇଠାରେ ପାରାଦୀପ ବନ୍ଦର ପକ୍ଷରୁ ହେବାକୁ ଥିବା ଟ୍ରକ୍‌ ଟର୍ମିନାଲ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଆଞ୍ଚଳିକ ସୁରକ୍ଷା ସମିତି ପକ୍ଷରୁ ଜିଲାପାଳଙ୍କ ନିକଟରେ ଦାବି ଉପସ୍ଥାପନ କରାଯାଇଥିଲା। ସମିତିର ମୁଖ୍ୟ ଆବାହକ ରଘୁନାଥ ସାହୁ ଏହି ପ୍ରକଳ୍ପ ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ପ୍ରଦୂଷଣ ବୃଦ୍ଧି ପାଇବା ଆଶଙ୍କା ଥିବାରୁ ଏହାକୁ ଜନବସତିଠାରୁ ଦୂରରେ କରିବାକୁ ଜିଲାପାଳଙ୍କୁ ଜଣାଇଥିଲେ। ୨୦୧୨ରେ ପାରାଦୀପ ଉନ୍ନୟନ କର୍ତ୍ତୃପକ୍ଷ (ପିଡିଏ) ପକ୍ଷରୁ ସ୍ଥାନୀୟ ଜନପ୍ରତିନିଧିଙ୍କ ସମ୍ମତି କ୍ରମେ ମହାନଦୀ ଓ ତାଳଦଣ୍ଡା କେନାଲ ମଧ୍ୟବର୍ତ୍ତୀ ୬୫ ଏକର ଜାଗାରେ ଟ୍ରକ୍‌ ଟର୍ମିନାଲ ନିର୍ମାଣ ପାଇଁ ନକ୍ସା ପ୍ରସ୍ତୁତ ହୋଇଥିଲା। ମାତ୍ର ୨୦୧୮ରେ ସ୍ଥାନୀୟ ଲୋକଙ୍କୁ ଏ ସମ୍ପର୍କରେ ନ ଜଣାଇ ଭୁତମୁଣ୍ଡାଇଠାରେ ଉକ୍ତ ଟର୍ମିନାଲ ନିର୍ମାଣ କରିବାକୁ ଉଦ୍ୟମ କରାଯାଉଛି। ଏହି ସ୍ଥାନରେ ଏକ ଅତ୍ୟାଧୁନିକ ସ୍ବାସ୍ଥ୍ୟକେନ୍ଦ୍ର ପ୍ରତିଷ୍ଠା କରିବାକୁ ଆଞ୍ଚଳିକ ସୁରକ୍ଷା ସମିତି ଦାବି କରିଆସୁଛି। କିନ୍ତୁ ଏଥିପ୍ରତି ଦୃଷ୍ଟି ନ ଦେଇ ଟ୍ରକ୍‌ ଟର୍ମିନାଲ ନିର୍ମାଣ ପାଇଁ ଉଦ୍ୟମ ଚାଲିଥିବାରୁ ସମିତି ବିରୋଧ କରିଥିଲା। ଜିଲାପାଳ ବ୍ୟକ୍ତିଗତ ଭାବେ ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବେ ବୋଲି କହିଥିଲେ। ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଏସପି ସୁଧା ସିଂ, ପାରାଦୀପ ଅତିରିକ୍ତ ଜିଲାପାଳ କାହ୍ନୁଚରଣ ଧୀର, ଉପଜିଲାପାଳ ମହେନ୍ଦ୍ର ପ୍ରସାଦ ମହାନ୍ତି, କୁଜଙ୍ଗ ତହସିଲଦାର ରମେଶ ପଣ୍ଡା, ବିଡିଓ କିଶୋର ଚନ୍ଦ୍ର ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବ୍ଲକ ଓ ତହସିଲ କାର୍ଯ୍ୟାଳୟରେ ଅଭିମତ ବାକ୍ସ ଲଗାଯାଇଥିଲା। ଜନସାଧାରଣ ସରକାରୀ କାର୍ଯ୍ୟାଳୟରେ ହଇରାଣ ହେଲେ ଏହି ବାକ୍ସରେ ଅଭିଯୋଗପତ୍ର ପକାଇ ସିଧାସଳଖ ତାଙ୍କୁ ଜଣାଇପାରିବେ ବୋଲି ଜିଲାପାଳ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri