ଅଭୟକାନ୍ତ ପାଠକଙ୍କ ଘରେ ଇଡି

ଭୁବନେଶ୍ୱର,୪।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକଙ୍କ ଘରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଛି। ଭୁବନେଶ୍ୱର ବିବେକାନନ୍ଦ ମାର୍ଗସ୍ଥିତ ତାଙ୍କ ବାସଭବନରେ ଇଡିର ୩ ଜଣିଆ ଟିମ୍‌ ସକାଳ ୭ଟାରୁ ଚଢ଼ାଉ କରିଥିଲା। ରାତି ପର୍ଯ୍ୟନ୍ତ ଚାଲିଥିବା ଏହି ଚଢାଉରେ ସେଠାରୁ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଓ ବ୍ୟାଙ୍କ ଦସ୍ତାବିଜ୍‌ ଇଡି ଜବତ କରିଥିବା ସୂଚନା ମିଳିଛି। ତେବେ ଖବର ଲେଖାହେବା ପର୍ଯ୍ୟନ୍ତ ଏହି ଚଢାଉ ଓ ଯାଞ୍ଚ ଚାଲିଥିଲା। ଏହାପୂର୍ବରୁ ଅକ୍ଟୋବର ୫ରେ ଅଭୟକାନ୍ତଙ୍କୁ ପ୍ରଥମଥର ଇଡି ଜେରା କରିଥିଲା। ନଭେମ୍ବର ୨୫ରେ ସେ ପୁଣିଥରେ ଜେରାର ସମ୍ମୁଖୀନ ହୋଇଥିଲେ। ତେବେ ଜେରାବେଳେ ଅଭୟକାନ୍ତ କିଛି ତଥ୍ୟ ଲୁଚାଇଥିବା ନେଇ ଇଡ଼ିର ସନ୍ଦେହ ହୋଇଥିଲା। ଫଳରେ ଇଡ଼ିର ଟିମ୍‌ ତାଙ୍କ ଘରେ ଏଭଳି ଅଚାନକ ଚଢ଼ାଉ କରିଥିବା କୁହାଯାଉଛି। ତେବେ ଅଧିକ ତଥ୍ୟ ହାସଲ ପାଇଁ ଚଢାଉବେଳେ ଅଭୟକାନ୍ତ ଓ ତାଙ୍କ ସ୍ତ୍ରୀଙ୍କୁ ଇଡିର ଅଧିକାରୀମାନେ ବିଭିନ୍ନ ଦିଗକୁ ନେଇ ପଚରାଉଚରା କରିଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଅଭୟକାନ୍ତ ପାଠକଙ୍କୁ ୨୦୨୦ ନଭେମ୍ବରରେ ଭିଜିଲାନ୍ସ ଗିରଫ କରିଥିଲା। ପରେ ସେ ଜାମିନ୍‌ରେ ଆସିଥିଲେ। ଅଭୟକାନ୍ତଙ୍କ ସମୁଦାୟ ୯ କୋଟି ୩୫ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ବାହାରିଥିଲା। ଅନ୍ୟପକ୍ଷରେ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଅଭୟକାନ୍ତଙ୍କ ପୁଅ ଆକାଶ ଗିରଫ ହୋଇ ଏବେ ଜେଲ୍‌ରେ ଅଛନ୍ତି। ଏହାପରେ ବେଆଇନ ଅର୍ଥ କାରବାରର ଖିଅ ଖୋଜିବାକୁ ଇଡି ନିଜଆଡୁ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri