ତେଜିଲା ଅସନ୍ତୋଷ, ହେବ ଆଉ ଏକ ବିଦ୍ରୋହ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପାଇକ ବିଦ୍ରୋହ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ନୁହେଁ ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗୁରୁବାର ରାଜ୍ୟ ସଭାରେ କହିବା ପରେ ଓଡ଼ିଶାରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହା ସାଢେ ୪କୋଟି ଓଡ଼ିଶାବାସୀଙ୍କ ଭାବାବେଗକୁ ଆଘାତ ଦେଇଥିବା ନିଖିଳ ଓଡ଼ିଶା ପାଇକ ମହାସଂଘ କହିବା ସହ ସରକାରଙ୍କ ବିରୋଧରେ ଆଉ ଏକ ପାଇକ ବିଦ୍ରୋହ ହେବ ବୋଲି ଚେତାବନୀ ଦେଇଛନ୍ତି। ଏପଟେ ଉତ୍କଳ ସମ୍ମିଳନୀ ମଧ୍ୟ ତୀବ୍ର ନିନ୍ଦା କରିବା ସହ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛି।
ପାଇକ ମହାସଂଘ ରାଜ୍ୟ ସଭାପତି ଅଶୋକ କୁମାର ପାଲଟାସିଂହ କ୍ଷୋଭ ପ୍ରକାଶ କରି କହିଛନ୍ତି, ୧୮୧୭ ମସିହାରେ ଇଂରେଜ ସରକାରଙ୍କ ବିରୋଧରେ ନିଜ ମାଟି ମାଆର ସୁରକ୍ଷା ପାଇଁ ଖୋର୍ଦ୍ଧା ମାଟିରୁ ପାଇକମାନେ ବିଦ୍ରୋହ ଆରମ୍ଭ କରିଥିଲେ। ଏହି ଐତିହାସିକ ପାଇକ ବିଦ୍ରୋହର ୨୦୦ବର୍ଷ ପୂର୍ତ୍ତି ପାଳନ ଅବସରରେ ତତ୍କାଳୀନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏହାକୁ ଭାରତବର୍ଷର ସର୍ବପ୍ରଥମ ସ୍ବାଧୀନତା ସଂଗ୍ରାମ ବୋଲି କହିଥିଲେ। ଏପରିକି କେନ୍ଦ୍ର ବଜେଟରେ ପାଇକ ବିଦ୍ରୋହର ସ୍ମାରକୀ ନିର୍ମାଣ ପାଇଁ ବ୍ୟୟବରାଦ କରାଯାଇଥିଲା। ପାଇକ ମହାସଂଘର ଦାବି ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉଦ୍ୟମରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ‘ବକ୍ସି ଜଗବନ୍ଧୁ’ ପାଇକ ଚେୟାର ପ୍ରତିଷ୍ଠା କରାଯାଇ ଏହା ଉପରେ ଗବେଷଣା ପାଇଁ ସୁଯୋଗ ସୃଷ୍ଟି କରାଯାଇଥିଲା। ୨୦୧୯ରେ ପାଇକ ବିଦ୍ରୋହର ସ୍ମାରକୀ ନିର୍ମାଣ ପାଇଁ ବରୁଣେଇ ପାହାଡ଼ ପାଦଦେଶରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଥିଲେ। କେବଳ ସେତିକି ନୁହେଁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆଗମନ ସମୟରେ ପାଇକ ବିଦ୍ରୋହରେ ସାମିଲ ହେବା ସହ ଶହୀଦ ହୋଇଥିବା ପାଇକ ପରିବାରର ଦାୟାଦମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଇତିହାସକୁ ପୁନରୁଦ୍ଧାର କରାଯାଇ ପାଇକ ବିଦ୍ରୋହ ଭାରତବର୍ଷର ପ୍ରଥମ ସ୍ବାଧୀନତା ସଂଗ୍ରାମ ବୋଲି ପାଠ୍ୟପୁସ୍ତକରେ ସ୍ଥାନ ପାଇବ ଏବଂ ଆଗାମୀ ପିଢି ପାଇଁ ଏହା ଏକ ବାର୍ତ୍ତା ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ। ମାତ୍ର ଏତେସବୁ ପରେ କେନ୍ଦ୍ର ସରକାର ନିଜର ପ୍ରତିଶ୍ରୁତି ଭୁଲି ପାଇକ ବିଦ୍ରୋହକୁ ଅଣଦେଖା କରିଛନ୍ତି। କେନ୍ଦ୍ରର ହୀନ ରାଜନୈତିକ ମନୋଭାବ, ଫମ୍ପା ପ୍ରତିଶ୍ରୁତି, ମିଥ୍ୟା ବାର୍ତ୍ତା ମାଧ୍ୟମରେ ‘ପାଇକ ବିଦ୍ରୋହ’କୁ ପଦଦଳିତ କରି ପାଇକମାନଙ୍କୁ ଉପହାସ କରାଯାଇଛି। କେନ୍ଦ୍ର ସରକାର ଏହା ଉପରେ ତୁରନ୍ତ ପଦକ୍ଷେପ ଗ୍ରହଣ କରି ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ବୋଲି ଘୋଷଣା କରି ପାଠ୍ୟପୁସ୍ତକରେ ସ୍ଥାନ ଦିଅନ୍ତୁ। ନଚେତ୍‌ ରଣରଙ୍କା ପାଇକମାନଙ୍କର ଢାଲ ଓ ତରବାରି ପୁଣି ଗର୍ଜି ଉଠିବ। ନିଜର ହକ୍‌ ପାଇଁ ସେମାନେ ରାଜରାସ୍ତାକୁ ବାହାରିବେ। କେନ୍ଦ୍ର ସରକାରଙ୍କ କୁତ୍ସିତ ରାଜନୀତି ଓ ଓଡ଼ିଶା ସରକାରଙ୍କ ଅପାରଙ୍ଗମତା ବିରୋଧରେ ଆଉଏକ ‘ପାଇକ ବିଦ୍ରୋହ’ ଆରମ୍ଭ ହେବ ବୋଲି ସଭାପତି ପାଲଟାସିଂହ କହିଛନ୍ତି।
ସେହିପରି ଉତ୍କଳ ସମ୍ମିଳନୀର ମଞ୍ଚେଶ୍ୱର ଶାଖା ସଭାପତି ଦିଲୀପ ଦାଶଶର୍ମା କହିଛନ୍ତି, କେନ୍ଦ୍ର ସରକାରଙ୍କ ଏଭଳି ଆଭିମୁଖ୍ୟ ନିନ୍ଦନୀୟ। କେଉଁ ଆଧାରରେ ଇଣ୍ଡିଆନ କାଉନ୍‌ସିଲ୍‌ ଅଫ୍‌ ହିଷ୍ଟୋରିକାଲ ରିସର୍ଚ୍ଚ (ଆଇସିଏଚ୍‌ଆର୍‌)ର ତଥ୍ୟକୁ ଆଧାର କରି କେନ୍ଦ୍ର ସରକାର ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା ଦିଆଯାଇ ପାରିବ ନାହିଁ ବୋଲି କହିଛନ୍ତି ଏବଂ କାହାକୁ ମାନ୍ୟତା ଦିଆଯାଇ ପାରିବ ତାହା ସ୍ପଷ୍ଟ କରନ୍ତୁ ବୋଲି ଦାଶଶର୍ମା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri