Posted inଫୁରସତ

ମାଟିରୁ ସୃଜନର ଓଁକାର

ଜୀବନ୍ତ ପୃଥିବୀରେ ଜୀବନସତ୍ତାକୁ ସୁରକ୍ଷିତ ରଖିବାରେ ମାଟି ବା ମୃତ୍ତିକାର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଛି। ମାଟିରୁ ହିଁ ସୃଜନର ଓଁକାର ସମ୍ଭବ ହୋଇପାରିଥାଏ। ତେବେ ମୃତ୍ତିକା ସଂରକ୍ଷଣ ଏବଂ ଏହାକୁ ପ୍ରଦୂଷଣ ମୁକ୍ତ କରିବା ସାମ୍ପ୍ରତିକ ଶିଳ୍ପାୟନ ପୃଥିବୀରେ ଅପରିହାର୍ଯ୍ୟ ହୋଇ ପଡ଼ିଛି। ମାଟି ରହିଲେ ହିଁ ଇକୋସିଷ୍ଟମ୍‌ରେ ସମନ୍ବୟ ସମ୍ଭବ ହୋଇପାରିଥାଏ। ତେଣୁ ମୃତ୍ତିକା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଡିସେମ୍ବର ୫ରେ ବିଶ୍ୱ ମୃତ୍ତିକା ଦିବସ ପାଳନ କରାଯାଇଥାଏ।

ମୃତ୍ତିକା ସମ୍ପଦର ସୁପରିଚାଳନା ଲାଗି ୨୦୦୨ରେ ଆନ୍ତର୍ଜାତୀୟ ମୃତ୍ତିକା ବିଜ୍ଞାନ (ଆଇୟୁଏସ୍‌ଏସ୍‌) ଦ୍ୱାରା ଏକ ଆନ୍ତର୍ଜାତୀୟ ଦିବସ ପାଳନ ଲାଗି ପ୍ରସ୍ତାବ ଆଗତ କରାଯାଇଥିଲା। ଥାଇଲାଣ୍ଡର ନେତୃତ୍ୱରେ ଏବଂ ଗ୍ଲୋବାଲ ମୃତ୍ତିକା ସଂଗଠନ ସହଯୋଗରେ, ଏକ ସଚେତନତା ବୃଦ୍ଧି ପ୍ଲାଟଫର୍ମ ଗଠନ କରାଯାଇଥିଲା। ସର୍ବସମ୍ମତି କ୍ରମେ ଜୁନ ୨୦୧୩ରେ ବିଶ୍ୱ ମୃତ୍ତିକା ଦିବସ ପାଳନ ପାଇଁ ସ୍ବୀକୃତି ପ୍ରଦାନ କରାଯାଇଥିଲା। ଜାତିସଂଘର ୬୮ତମ ସାଧାରଣ ସଭାରେ ଏହାକୁ ଡିସେମ୍ବର୨୦୧୩ରେ ଅନୁମୋଦନ କରାଯାଇଥିଲା। ଏହାପରୋ ୫ ଡିସେମ୍ବର ୨୦୧୪ରେ ପ୍ରଥମ ବିଶ୍ୱ ମୃତ୍ତିକା ଦିବସ ପାଳନ କରାଯାଇଥିଲା।

ମୃତ୍ତିକା ପ୍ରଦୂଷଣକୁ ରୋକିବା ପାଇଁ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାରରୁ ଦୂରେଇ ରହିବା, ଇକୋ-ଫ୍ରେଣ୍ଡଲି ଉିତ୍ପାଦ ବ୍ୟବହାର କରିବା ଏବଂ କ୍ଷତିକାରକ ବର୍ଜ୍ୟ ପଦାର୍ଥ ମାଟିରେ ନ ପକାଇବା ସମ୍ପର୍କରେ ଏହି ଦିବସ ପାଳନ ଅବସରରେ ସଚେତନତା ସୃଷ୍ଟି କରାଯାଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri