Odisha Elections 2024

ଗାଁରେ ଆତଙ୍କ ଖେଳାଉଛନ୍ତି ହାତୀପଲ

ବାଲେଶ୍ୱର ଅଫିସ,୫ା୧୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧିନସ୍ଥ ନଟାକଟା ପଞ୍ଚାୟତରେ ଶନିବାର ରାତିରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ମୟୂରଭଞ୍ଜ ଜିଲା ମୋରଡ଼ା ଅଞ୍ଚଳରୁ ୧୫ରୁ ଊଦ୍ଧର୍‌ବ ହାତୀପଲ ଅମର୍ଦ୍ଦାରୋଡ୍‌ ଷ୍ଟେଶନ ନିକଟସ୍ଥ ରେଳ ଲାଇନ ଡେଇଁ ନଟାକଟା ପଞ୍ଚାୟତର ପ୍ରଥମେ ସଦାନନ୍ଦପୁର ଗାଁ ଓ ପରେ ନରଣପୁର ଚାରିଗାଁ, ବଡ଼ଚାରିଗାଁ,ବସନ୍ତପୁରକୁ ପଶିଥିଲେ। ନରଣପୁର ଗ୍ରାମରେ ଆଶୁତୋଷ ରାଉଳ ଓ ରାମହରି ଦାସଙ୍କ ଘର ବାଡ଼ି ଭିତରେ ପଶି ବ୍ୟାପକ କ୍ଷତି କରିଥିଲେ। ଏଥିସହିତ ଏହି ହାତୀପଲ ଧାନ ବିଲ ଭିତରେ ପଶି ଅନେକ ଚାଷ ନଷ୍ଟ କରିଛନ୍ତି। ବାଲେଶ୍ୱର ବନ ବିଭାଗର ଏସିଏଫ୍‌ ସୁଶାନ୍ତ ଜେନାଙ୍କ ନେତୃତ୍ୱରେ ୧୫ ଜଣିଆ ଟିମ୍‌ ଓ ସ୍ଥାନୀୟ ଲୋକେ ମିଶି ହାତୀମାନଙ୍କୁ ଘଉଡ଼ାଇବା ପାଇଁ ଚେଷ୍ଟା ଜାରି ରଖିଛନ୍ତି। ଏବେ ହାତୀ ଦଳ ସ୍ଥାନୀୟ ବେତନାସିଆ ଜଙ୍ଗଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କାହା ପାଇଁ ଦୁଃଖ ତ କାହାର ସୁଖ

ପଟ୍ଟାମୁଣ୍ଡାଇ,୨୬ା୫ (କଳ୍ପତରୁ ନାୟକ): ସାଧାରଣ ନିର୍ବାଚନ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ରରେ ଜୁନ ୧ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏଥିନେଇ ରାଜନଗର...

ଯାଜପୁର ଜିଲା: ଫୋକସ୍‌ରେ ମହିଳା ପ୍ରାର୍ଥୀ

ଯାଜପୁର,୨୬ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅଧୀନ ୭ ବିଧାନସଭା ଆସନରେ ଆସନ୍ତା ୧ ତାରିଖରେ ଭୋଟଗ୍ରହଣ ହେବ। ପ୍ରାର୍ଥୀ ଓ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି, ଘରକୁ ଫେରିବା ପାଇଁ କରାଯାଉଛି ଟିକେଟ ବ୍ୟବସ୍ଥା

କେନ୍ଦ୍ରାପଡ଼ା,୨୬ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ସାଧାରଣ ନିର୍ବାଚନ ପାଇଁ ଜୁନ ୧ରେ ମତଦାନ ହେବ। ଏଥିପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରାର୍ଥୀଙ୍କର ଭୋଟରଙ୍କୁ...

ମାର୍କେଟ କମ୍ପ୍ଲେକ୍ସ, ଶୌଚାଳୟରେ ଝୁଲୁଛି ତାଲା

ପାରଳାଖେମୁଣ୍ଡି, ୨୫ା୫ (ଗିରିଧାରୀ ପରିଛା): ସରକାର କୋଟି କୋଟି ଟଙ୍କା ବ୍ୟୟ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ବେଳେ ପ୍ରଶାସନ ଓ କିଛି ମୁଷ୍ଟିମେୟ...

ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭୋଟ ହାର ୭୪.୬୫%, ରାତି ସାଢ଼େ ୧୦ଟା ଯାଏ ଚାଲିଲା ମତଦାନ

ହାଟଡିହୀ,୨୬।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୯୧ଟି ଭୋଟ କେନ୍ଦ୍ରରେ ଭୋଟ ଗ୍ରହଣ ହୋଇଛି। ଉକ୍ତ ବିଧାନସଭା କ୍ଷେତ୍ର ଅଧୀନରେ ହାଟଡିହୀ ଏବଂ...

ଋଷିକୁଲ୍ୟା ମୁହାଣରେ ବିଦେଶୀ ପକ୍ଷୀଙ୍କ ସମାଗମ

ଗଞ୍ଜାମ,୨୫ା୫(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଋଷିକୁଲ୍ୟା ମୁହାଣଠାରେ ଗତ କିଛିଦିନ ହେବ ବିଦେଶୀ ପକ୍ଷୀଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଛି। ଭାରତ ମହାସାଗର ଦକ୍ଷିଣରେ...

ଖଡ଼ିପଦାରେ ଫାଣ୍ଡି ପ୍ରତିଷ୍ଠା ଦାବି

ଧାମନଗର,୨୬।୫ (ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବ୍ଲକର ଖଡ଼ିପଦାଠାରେ ଏକ ଫାଣ୍ଡି ପ୍ରତିଷ୍ଠା ପାଇଁ ଦାବି ହୋଇଆସୁଛି। ପ୍ରଶାସନ କିମ୍ବା ଶାସକ ଦଳର ଇଚ୍ଛାଶକ୍ତି...

ବାତ୍ୟା ‘ରେମାଲ’ ଭୟ, କୂଳରେ ହାଇଆଲର୍ଟ

ଭୋଗରାଇ, ୨୬।୫(ପ୍ରଦୀପ ଦାସ):ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳ ଆଡକୁ ଘଣ୍ଟାକୁ ୧୭କି.ମି. ବେଗରେ ଉତ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri