Posted inଖେଳ

ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ନିରାଶ ହେଲା ଭାରତ

ଭୁବନେଶ୍ୱର,୫।୧୨: ଜୁନିୟର ହକି ବିଶ୍ୱକପରେ ଗତ ସଂସ୍କରଣର ଚାମ୍ପିୟନ ଭାରତ ଏଥର ୪ର୍ଥ ସ୍ଥାନରେ ରହି ପ୍ରତିଯୋଗିତା ଶେଷ କରିଛି। କଳିଙ୍ଗ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର ବ୍ରୋଞ୍ଜ ପଦକ ମ୍ୟାଚରେ ଭାରତ ୧-୩ ଗୋଲରେ ଫ୍ରାନ୍ସ ନିକଟରୁ ହାରିଯାଇଛି। ସୁଯୋଗର ସଦ୍‌ବ୍ୟବହାର କରି ନ ପାରିବା ଘରୋଇ ଦଳପାଇଁ ମହଙ୍ଗା ପଡ଼ିଛି। ଭାରତ ପକ୍ଷରୁ ଓଡ଼ିଆ ଖେଳାଳି ସୁଦୀପ ଚିରମାକୋ ଏକମାତ୍ର ଗୋଲଟି ଦେଇଥିବାବେଳେ ଅଧିନାୟକ ଟିମୋଥି କ୍ଲିିମେଣ୍ଟଙ୍କ ହ୍ୟାଟ୍ରିକ ଫ୍ରାନ୍ସକୁ ବିଜୟ ସ୍ବାଦ ଚଖାଇଥିଲା। ଚଳିତ ବିଶ୍ୱକପରେ ଫ୍ରାନ୍ସ ନିକଟରୁ ପରାଜୟ ସହ ଭାରତ ଅଭିଯାନ ଆରମ୍ଭ କରିଥିଲା। ସମାନ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ପରାସ୍ତ ହୋଇ ଅଭିଯାନ ଶେଷ କରିଛି। ମ୍ୟାଚ ଆରମ୍ଭରେ ଅର୍ଥ ସଚିବ ବିଶାଳ କୁମାର ଦେବ ଓ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଡିଜି ସନ୍ଦୀପ ପ୍ରଧାନ ଅତିଥିଭାବେ ଯୋଗ ଦେଇଥିଲେ। ହ୍ୟାଟ୍ରିକ ଗୋଲ ସ୍କୋରର କ୍ଲିମେଣ୍ଟ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ। ୨୦୧୩ରେ ରନର୍ସଅପ୍‌ ହୋଇଥିବା ଫ୍ରାନ୍ସ ପ୍ରଥମଥର ପାଇଁ ତୃତୀୟ ସ୍ଥାନ ଅଧିକାର କରିଛି। ଜୁନିୟର ହକି ବିଶ୍ୱକପରେ ଫ୍ରାନ୍ସର ଏହା ଦ୍ୱିତୀୟ ଶ୍ରେଷ୍ଠ ସଫଳତା।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri