ଏଥର ଛାଡ଼ିବୁନି : ଅଙ୍ଗନଓ୍ବାଡି କର୍ମୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ବର୍ଷ ତଳେ ରାଜରାସ୍ତାକୁ ଓହ୍ଲାଇଥିଲୁ । ଆନ୍ଦୋଳନ କରିଥିଲୁ। ଦାବି ପୂରଣ କରିବାକୁ ନେହୁରା ହୋଇଥିଲୁ। ଆମକୁ ଆଶ୍ୱାସନା ଦେଇ ଉଠାଇଦେଲେ। କିଛି ପୂରଣ କଲେ, କିଛି ଭୁଲିଗଲେ। ହେଲେ ଏଥର ଛାଡ଼ିବୁନି ଭଲରେ ଭଲରେ ଆମ ଦାବି ନ ମାନିଲେ ଆମ ହକ ଛଡ଼ାଇ ନେବୁ। ଆଗକୁ ପଞ୍ଚାୟତ ନିର୍ବାଚନ । ମୁହଁତୋଡ଼ ଜବାବ ଦେବୁ। ଏପରି କହି ଆଜି ବିଧାନ ସଭା ସମ୍ମୁଖରେ ଗର୍ଜିଛନ୍ତି ଅଙ୍ଗନଓ୍ବାଡି କର୍ମୀ । ୩ ଦଫା ଦାବି ପୂରଣ ନେଇ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିଜ ୱାର୍କର୍ସ ଆସୋସିଏଶନ । ଭାରତୀୟ ମଜଦୁର ସଂଘ ମଧ୍ୟ ଏଥିରେ ସାମିଲ ହୋଇଛି । ହଜାର ହଜାର ସଂଖ୍ୟାରେ ଅଙ୍ଗନୱାଡି କର୍ମୀ ମାଷ୍ଟରକ୍ୟାଣ୍ଟିନ୍ଠାରୁ ବିଧାନସଭା ପର୍ଯ୍ୟନ୍ତ ରାସ୍ତା ଉପରେ ବସି ନିଜ ଦାବି ପୂରଣ ପାଇଁ ଆରମ୍ଭ କରିଛନ୍ତି ଜୋରଦାର ଲଢ଼େଇ। ଏଥର ଖାଲି ହାତରେ ଯିବେନି, ନିଜ ଦାବି ପୂରଣ ହେବା ପରେ ହିଁ ରାଜଧାନୀ ଛାଡ଼ି ଗାଁ ମୁହାଁ ହେବେ ବୋଲି ପଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri