ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଦେଲେ ଭାଜପା ବିଧାୟକ

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମହିଳା ସୁରକ୍ଷା ନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଜପା ବିଧାୟକ ଦ ଚିଠି ଲେଖିଛି। ଭାଜପା ବିଧାୟକମାନେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ମହିଳାଙ୍କ ସୁରକ୍ଷା ନେଇ ଆପଣଙ୍କ ଦୋମୁହଁା ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇବା ନେଇ ପତ୍ର ଲେଖିଛୁ। ଅଞ୍ଜନା ମିଶ୍ରଙ୍କୁ ଗଣବଳାତ୍କାର ପରେ ଆପଣ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ନୈତିକତାର ପାଠ ପଢ଼ାଇଥିଲେ। ସେତେବେଳେ ରାଜ୍ୟରେ ଆଇନ ଶୃଙ୍ଖଳା ଧ୍ୱସ୍ତବିଧ୍ୱସ୍ତ ହୋଇଯିବା ଏବଂ ମହିଳା ଅସୁରକ୍ଷିତ ହେବା ନେଇ ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସଙ୍ଗିନ ଅଭିଯୋଗ ଆଣିଥିଲେ। ୨୦୦୦ ନିର୍ବାଚନରେ ବିଜେଡିର ପ୍ରମୁଖ ସ୍ଲୋଗାନ ଥିଲା ଅଞ୍ଜନା ଗଣବଳାତ୍କାର ପାଇଁ ଦାୟୀ କିଏ- ଜାନକୀ ପଟ୍ଟନାୟକ ଆଉ କିଏ। ଏବେ ଖୋଦ୍‌ ଅଞ୍ଜନା ନିଜେ କହିଲେଣି, ଜାନକୀ ଏବଂ ନବୀନଙ୍କ ମୁଖ୍ୟମନ୍ତ୍ରିତ୍ୱରେ ଓଡ଼ିଶାରେ କିଛି ଫରକ ଦେଖାଯାଉନାହିଁ। ଅଞ୍ଜନା ମାମଲାରେ ଯେପରି ଇନ୍ଦ୍ରଜିତ ରାୟଙ୍କୁ ଦୋଷୀ କରାଯାଇଥିଲା ଠିକ୍‌ ସେହିପରି ବର୍ତ୍ତମାନ ମମିତା ମେହେର ହତ୍ୟାକାଣ୍ଡରେ ଆପଣଙ୍କ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ରାଜ୍ୟବାସୀ ଦାୟୀ କରୁଛନ୍ତି। ଆପଣ ଜାନକୀଙ୍କୁ ନୈତିକତାର ପାଠ ପଢାଇଥିଲେ। ନୀତି ନୈତିକତାର ଦ୍ୱାହି ଦେଇ ଆପଣଙ୍କ ଅନେକ ମନ୍ତ୍ରୀଙ୍କୁ ମଧ୍ୟ ବାହାର କରିଛନ୍ତି। ଏବେ ମମିତା ଘଟଣାରେ ଦୋମୁହଁା ନୀତି କାହିଁକି ବୋଲି ଭାଜପା ପ୍ରଶ୍ନ କରିଛି। ଏହି ଘଟଣାରେ ମନ୍ତ୍ରୀ ମିଶ୍ରଙ୍କୁ ବହିଷ୍କାର ସହ ସିବିଆଇ ତଦନ୍ତ ଲାଗି ତୁରନ୍ତ ନିର୍ଦ୍ଦେଶ ଦେବାକୁ ଦାବି କରିଛନ୍ତି। ଏହାସହ ଏହି ଚିଠି ପୋଷ୍ଟ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରେରଣ କରିବା ସହିତ ବିଧାନସଭା ନବୀନ ନ ଆସୁଥିବାରୁ ବିରୋଧୀ ଦଳ ବିଧାୟକମାନେ ତାଙ୍କୁ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri