କର୍କଟ ରୋଗୀଙ୍କ ପାଇଁ ନୂଆ ଆଶା

ଭୁବନେଶ୍ୱର, ୮।୧୨(ବ୍ୟୁରୋ): କର୍କଟ ରୋଗୀଙ୍କ ନିମନ୍ତେ ଭୁବନେଶ୍ୱର ଗଣ୍ଡମୁଣ୍ଡାଠାରେ ବାଗ୍‌ଚୀ-କରୁଣାଶ୍ରୟ ଗୃହଭିତ୍ତିକ ସେବା (ହୋମ୍‌ କେୟାର ସର୍ଭିସ୍‌) କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ମଙ୍ଗଳବାର ଏହି କେନ୍ଦ୍ରକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଉଦ୍‌ଘାଟନ କରିଛନ୍ତି। ଓଡ଼ିଶା ସରକାର, ବାଙ୍ଗାଲୋର ହସ୍ପିସ୍‌ ଟ୍ରଷ୍ଟ ଏବଂ ବାଗ୍‌ଚୀ କରୁଣାଶ୍ରୟ ମିଳିତ ପ୍ରଚେଷ୍ଟାରେ ଓଡ଼ିଶାରେ ପ୍ରଥମଥର ପାଇଁ ଏହି ଅନୁଷ୍ଠାନ ଆରମ୍ଭ ହୋଇଛି। ସ୍ବେଚ୍ଛାସେବୀ ସଂସ୍ଥାଗୁଡ଼ିକର ସହାୟତା ନେଇ ବିଭିନ୍ନ ଅଞ୍ଚଳକୁ ଏହି ସେବା ସମ୍ପ୍ରସାରିତ କରିବା ପାଇଁ ମହାପାତ୍ର ପରାମର୍ଶ ଦେଇଥିଲେ। ଇନ୍‌ଫୋଭ୍ୟାଲି-୨ରେ ବାଗ୍‌ଚୀ-ଶ୍ରୀ ଶଙ୍କର କର୍କଟ ଚିକିତ୍ସାଳୟ ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାର ଜମି ଦେଇଛନ୍ତି। ବାଗ୍‌ଚୀ ଶ୍ରୀ ଶଙ୍କର କର୍କଟ ଚିକିତ୍ସାଳୟ ଓ କରୁଣାଶ୍ରୟ ନିର୍ମାଣ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେବ। ଏହା ପୂର୍ଣ୍ଣାଙ୍ଗ ହେଲେ କର୍କଟ ଚିକିତ୍ସା କ୍ଷେତ୍ରରେ ଓଡ଼ିଶା ଏକ ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।
ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ ଗବେଷଣା ପ୍ରତିଷ୍ଠାନର ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଡ଼ଙ୍ଗୀ କହିଥିଲେ, ଆଗାମୀ ପାଞ୍ଚବର୍ଷ ମଧ୍ୟରେ ଓଡ଼ିଶାରେ କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ଅନେକ ପରିବର୍ତ୍ତନ ଆସିବ। ବାଙ୍ଗାଲୋର ହସ୍ପିସ୍‌ ଟ୍ରଷ୍ଟର ପରିଚାଳନା ଟ୍ରଷ୍ଟି ଗୁରୁମିତ ସିଂ ରନ୍ଧାୱା କହିଥିଲେ, ଏହି କେନ୍ଦ୍ର ଭୁବନେଶ୍ୱର ଏମ୍ସ, ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ ଗବେଷଣା ପ୍ରତିଷ୍ଠାନ ଏବଂ ରାଜଧାନୀ ଚିକିତ୍ସାଳୟ ସହ ସମନ୍ବିତ ଭାବେ କାର୍ଯ୍ୟ କରିବ। ଏହି ଅବସରରେ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ ଗବେଷଣା କେନ୍ଦ୍ର (ଏଏଚ୍‌ଆର୍‌ସିଆର୍‌ସି) ଏବଂ ବାଗ୍‌ଚୀ କରୁଣାଶ୍ରୟ ହସ୍ପିସ୍‌ ଟ୍ରଷ୍ଟ ମଧ୍ୟରେ କର୍କଟ ଚିକିତ୍ସା ନିମନ୍ତେ ସହଯୋଗିତା ପାଇଁ ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଥିଲା। ବାଙ୍ଗାଲୋର ହସ୍ପିସ୍‌ ଟ୍ରଷ୍ଟର ସହ-ନିର୍ଦ୍ଦେଶକ ଡା. ବବିତା ଭାରକେ କର୍କଟ ରୋଗୀଙ୍କୁ ଗୃହଭିତ୍ତିକ ସେବା ଯୋଗାଉଥିବା କର୍ମଚାରୀ ଏବଂ ଅନୁଷ୍ଠାନ ବିଷୟରେ ବିବରଣୀ ଦେଇଥିଲେ। କାର୍ଯ୍ୟକ୍ରମରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ ଏବଂ ମୋ ସ୍କୁଲ୍‌ ଅଭିଯାନ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡା. ଲକ୍ଷ୍ମୀଧର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri