ଶ୍ରେଷ୍ଠ ୧୮ ପ୍ରତିଯୋଗୀ ଜାତୀୟ ସ୍ତରରେ ଭାଗନେବେ

ଭୁବନେଶ୍ୱର, ୯।୧୨(ବ୍ୟୁରୋ): ଓସେପା ପକ୍ଷରୁ ଚାଲିଥିବା ଦୁଇ ଦିନିଆ ରାଜ୍ୟସ୍ତରୀୟ କଳା ଉତ୍ସବ-୨୦୨୧ ବୁଧବାର ଶେଷ ହୋଇଛି। କରୋନା କଟକଣା ଯୋଗୁ ଛାତ୍ରୀଛାତ୍ରମାନେ ଭର୍ଚୁଆଲ ମାଧ୍ୟମରେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଜିଲା ସ୍ତରରେ କୃତିତ୍ୱ ହାସଲ କରିଥିବା ୯୦ଜଣ ପ୍ରତିଯୋଗୀ ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ୧୮ଜଣ ପ୍ରତିଯୋଗୀଙ୍କୁ ଜାତୀୟସ୍ତରୀୟ କଳା ଉତ୍ସବରେ ଭାଗ ନେବାକୁ ସୁଯୋଗ ମିଳିବ।
କାର୍ଯ୍ୟକ୍ରମକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଉଦ୍‌ଘାଟନ କରି ପିଲାମାନଙ୍କୁ ତଥା ଶିକ୍ଷକ ଓ ଅଭିଭାବକମାନଙ୍କୁ ପାଠପଢ଼ା ସହିତ ପିଲାର ସାମଗ୍ରିକ ଦକ୍ଷତା ବିକାଶ ପ୍ରତି ବିଶେଷ ଦୃଷ୍ଟି ଦେବାକୁ ପରାମର୍ଶ ଦେଇଥିଲେ। ଏହି ମଅବସରରେ ଗତବର୍ଷର ଜାତୀୟସ୍ତର ବିଜେତା ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ପୁରସ୍କୃତ କରାଯାଇଥିଲା। ଉତ୍ସବରେ ଓସେପାର ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ ଉପସ୍ଥିତ ରହି ଛାତ୍ରୀଛାତ୍ରଙ୍କ କଳା ଓ ସଂସ୍କୃତି ପାଇଁ ଆଗ୍ରହ ତଥା ସାମଗ୍ରିକ ବିକାଶର ଉନ୍ନତି ଉପରେ ଗୁରୁତ୍ୱାରୋପ କରିଥିଲେ। କଳା ଓ ସଂସ୍କୃତି ମାଧ୍ୟମରେ ଓଡ଼ିଶାର ପାରମ୍ପରିକ କଳାକୁ ଦେଶ ତଥା ବିଶ୍ୱସମୂହରେ ପହଞ୍ଚାଇବା ପାଇଁ ପିଲାଙ୍କ ପ୍ରଚେଷ୍ଟାକୁ ପ୍ରଶଂସା କରିବା ସହ ଉତ୍ସାହିତ କରିଥିଲେ। ବିଦ୍ୟାର୍ଥୀଙ୍କ ପ୍ରତିଯୋଗିତା ମୂଲ୍ୟାୟନ ଏକ ସ୍ବତନ୍ତ୍ର ବିଚାରକ ମଣ୍ଡଳୀ ଦ୍ୱାରା କରାଯାଇଥିଲା। ୯ ବିଭାଗରେ ପ୍ରତିଯୋଗିତା କରାଯାଇଥିଲା। ସେଗୁଡ଼ିକ ମଧ୍ୟରୁ ଭୋକାଲ ଶାସ୍ତ୍ରୀୟ ସଙ୍ଗୀତ, ଶାସ୍ତ୍ରୀୟ ନୃତ୍ୟ, ଲୋକ ନୃତ୍ୟ, ବାଦ୍ୟଯନ୍ତ୍ର ଶାସ୍ତ୍ରୀୟ, ବାଦ୍ୟଯନ୍ତ୍ର ଲୋକ ଏବଂ ସ୍ବଦେଶୀ ଖେଳ ଇତ୍ୟାଦି ଅନ୍ୟତମ ଥିଲା। ଓସେପାର ଅତିରିକ୍ତ ନିର୍ଦ୍ଦେଶକ ପ୍ରଦୀପ କୁମାର ନାୟକ ଓ ଉପ ନିର୍ଦ୍ଦେଶିକା କଳ୍ପନା ହାଁସଦା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri