ସୁମିତ-ତପସ୍ବିନୀ ଆଉ ୭ ଦିନ ଏକାଠି ରହିବେ

ବ୍ରହ୍ମପୁର ଅଫିସ,୧୦ା୧୨:ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ନ୍ୟାୟ ପାଇଁ ବୋହୂ ତପସ୍ବିନୀ ଦାଶ ରୁଜୁ କରିଥିବା ପିଟିଶନ୍‌ର ଶୁଣାଣି ପାଇଁ ଗୁରୁବାର ତାରିଖ ଧାର୍ଯ୍ୟ ହୋଇଥିଲା। ତପସ୍ବିନୀଙ୍କ ପକ୍ଷରୁ ରୁଜୁ ହୋଇଥିବା ପିଟିଶନ୍‌ ଉପରେ ଉତ୍ତର ରଖିବାକୁ ଶ୍ୱଶୁର ପ୍ରମୋଦ ସାହୁଙ୍କ ଓକିଲ ୭ଦିନ ସମୟ ମାଗିଥିଲେ। ଏସ୍‌ଡିଜେଏମ୍‌ ମାମଲାର ଶୁଣାଣି କରି ସମୟ ଦେଇଛନ୍ତି। ସେହିପରି ଡାକ୍ତର ସ୍ବାମୀ ସୁମିତ ସାହୁ ଓ ତପସ୍ବିନୀଙ୍କୁ ଏକ ଭଡ଼ାଘରେ ୭ ଦିନ ଏକାଠି ରହିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଡା.ସୁମିତଙ୍କ କାର୍ଯ୍ୟସ୍ଥଳ ଆସିକା ଅଞ୍ଚଳରେ ଭଡ଼ାଘରେ ରଖିବା ସହ ସ୍ତ୍ରୀ ତପସ୍ବିନୀଙ୍କ ସମସ୍ତ ଖର୍ଚ୍ଚ ବହନ କରିବେ। ତାଙ୍କ ୭ ଦିନ ରହଣି ସମୟରେ ଆସିକା ଥାନାଧିକାରୀ ଓ ସୁରକ୍ଷା ଅଧିକାରୀ ତାଙ୍କ ସହ କଥା ହୋଇ କୋର୍ଟରେ ରିପୋର୍ଟ ଦାଖଲ କରିବେ। ଏହି ସମୟରେ ସୁମିତ ଓ ତପସ୍ବିନୀ ତାଙ୍କ ସମ୍ପର୍କୀୟଙ୍କ ସହିତ ଦେଖାକରିବା ସହ କଥା ହୋଇ ପାରିବେ। ଏହା ସହିତ ପୋଲିସର ସୁରକ୍ଷା ବ୍ୟବସ୍ଥା ମଧ୍ୟ ରହିବ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିବା ତପସ୍ବିନୀଙ୍କ ଓକିଲ ରଞ୍ଜନ କୁମାର ଉପାଧ୍ୟାୟ, ପ୍ରଦୀପ ବେହେରା ସୂଚନା ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୧୭ତାରିଖକୁ ଧାର୍ଯ୍ୟ କରାଯାଇଛି।
ସୂଚନାଯୋଗ୍ୟ, ଛତ୍ରପୁରର ତପସ୍ବିନୀ ଓ ବ୍ରହ୍ମପୁରର ଜଣେ ଯୁବ ଡାକ୍ତର ସୁମିତଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଉଭୟେ ଗତବର୍ଷ କୋର୍ଟରେ ବିବାହ କରିବା ସହ ଏକାଠି ରହିଥିଲେ। ଗତ କିଛି ମାସ ହେବ ସ୍ବାମୀ, ଶାଶୁ ଓ ଶ୍ୱଶୁର ମିଶି ତାଙ୍କୁ ନିର୍ଯାତନା ଦେଇଥିବା ନେଇ ତପସ୍ବିନୀ ବ୍ରହ୍ମପୁର ମହିଳା ଥାନାରେ ଅଭିଯୋଗ କରିଥିଲେ। ଏହା ପରେ ଡାକ୍ତରଙ୍କ ପରିବାର ଲୋକେ ମାମଲା ଉଠାଇବା ପାଇଁ ବୋହୂଙ୍କୁ ମନାଇବା ସହ ବାହାଘର କରାଇବାକୁ ପ୍ରତିଶ୍ରୁତି ଦେଇଥିଲେ। ଗତ ୨୨ ତାରିଖରେ ବାହାଘର ଲଗ୍ନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶ୍ୱଶୁର ଘର ଲୋକ କୌଣସି ଆୟୋଜନ କରି ନ ଥିବାରୁ ତପସ୍ବିନୀ ବଧୂ ବେଶରେ ସଜେଇ ହୋଇ ସମାଜସେବୀ ପ୍ରମିଳା ତ୍ରିପାଠୀଙ୍କ ସହାୟତାରେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗରସ୍ଥିତ ଶ୍ୱଶୁର ଘର ଆଗରେ ଧାରଣା ଜାରି ରଖିଥିଲେ। ନ୍ୟାୟ ନ ମିଳିବାରୁ ଶେଷରେ ତପସ୍ବିନୀ କୋର୍ଟରେ ଆଶ୍ରୟ ନେଇଥିଲେ। ସ୍ବାମୀଙ୍କ ସହିତ ରହିବା ପାଇଁ ନିର୍ଦ୍ଦେଶ ଦେବାକୁ ସେ ପିଟିଶନରେ ଆବେଦନ କରିଥିଲେ। ଗତ ୨ତାରିଖରେ ଏହାର ଶୁଣାଣି କରି ଏସ୍‌ଡିଜେଏମ୍‌ ଉଭୟ ସ୍ବାମୀ-ସ୍ତ୍ରୀଙ୍କୁ ଡା. ସୁମିତଙ୍କ କର୍ମସ୍ଥଳ ଆସିକାଠାରେ ଏକାଠି ରହିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ସମୟରେ ପୁଅ କି ଝିଅର ପରିବାରବର୍ଗ କେହି ସେମାନଙ୍କ ସହିତ ଦେଖା କରି ପାରିବେ ନାହିଁ କି ଫୋନରେ କଥା ହୋଇପାରିବେ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆସିକା ପୋଲିସ ହେପାଜତରେ ଉଭୟ ସ୍ବାମୀ-ସ୍ତ୍ରୀ ଚିନିକଳସ୍ଥିତ ଆଇବିରେ ରହୁଛନ୍ତି। ଗୁରୁବାର ପୂର୍ବାହ୍ନରେ ଆସିକା ଥାନା ଅଧିକାରୀ ପ୍ରଶାନ୍ତ ସାହୁ ଓ ସୁରକ୍ଷା ଅଧିକାରୀ ସଙ୍ଗୀତା ପାତ୍ର କୋର୍ଟରେ ତାଙ୍କର ରିପୋର୍ଟ ଦାଖଲ କରିଥିଲେ। ଏହି ରିପୋର୍ଟକୁ ତର୍ଜମା କରି କୋର୍ଟ ତାଙ୍କର ନିର୍ଦ୍ଦେଶ ଦେଇଛନ୍ତି। ଏଣୁ ଶୁକ୍ରବାରଠାରୁ ସୁମିତ ଓ ତପସ୍ବିନୀ ଏକ ଭଡ଼ାଘର ନେଇ ଏକତ୍ରିତ ରହିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri