ଘର ଭାଙ୍ଗି ଧାନ ଖାଇଲେ

ପାଟଣା,୧୩|୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ମାଛଗଡ଼ ବିଟ୍‌କୁ ଶନିବାର ବିଳମ୍ବିତ ରାତିରେ କରଞ୍ଜିଆ ସେକ୍ସନରୁ ୨୬ ଟିକିଆ ବଣୁଆ ହାତୀପଲ ପଶି ଉପଦ୍ରବ ଜାରି ରଖିଛନ୍ତି। ଏହି ହାତୀପଲ ଖଡ଼ିକାପଦା, ଗୋହିରା, ଜୟପୁର ଅଞ୍ଚଳରେ ବ୍ୟାପକ ଧାନ ଫସଲ ଖାଇବା ସହ ମାଡି ଦଳି ନଷ୍ଟ କରିବା ସହ ଅମଳ ପାଇଁ ରଖା ଯାଇଥିବା ଧାନକୁ ଖାଇ ନଷ୍ଟ କରିଛନ୍ତି। ଏଥିସହ ହାତୀପଲ ଦୁଇଟି ଘର ଭାଙ୍ଗି ଘର ଭିତରୁ ଧାନ ଚାଉଳ ଖାଇ ନଷ୍ଟ କରିଛନ୍ତି। ହାତୀପଲ ଶନିବାର ରାତିରେ ଜୟପୁର ଗ୍ରାମର ସାଲ ମାଝୀଙ୍କ ଆଜବେଷ୍ଟସ ଘର ଓ ଖଡିକା ପଦା ଗ୍ରାମର ଦୈତାରି ମୁଣ୍ଡାଙ୍କ ଖପରଘର ଭାଙ୍ଗି ଦେଇଛନ୍ତି। ପରିବାର ଲୋକେ ଘରେ ଶୋଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏବେ ହାତୀପଲ ଫୁଲପାହାଡ଼ି ଗାଁ ନିକଟ ପୁରୁଣା ପାଣି ସଂରକ୍ଷିତ ଜଙ୍ଗଲରେ ଡେରା ପକାଇଥିବା ରେଞ୍ଜର ଟିକେଶ୍ୱର ମହାନ୍ତ ସୂଚନା ଦେଇଛନ୍ତି। ଗାଁ ନିକଟ ଜଙ୍ଗଲରେ ହାତୀପଲ ଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଖୁବ ଶୀଘ୍ର ହାତୀପଲଙ୍କୁ ଅଞ୍ଚଳରୁ ଘଉଡ଼ାଇବା ସହ କ୍ଷତିଗ୍ରସ୍ତ ଲୋକଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri