ପଞ୍ଚାୟତ ନିର୍ବାଚନ ଘୋଷଣା ଖୁବ୍‌ଶୀଘ୍ର

ଭୁବନେଶ୍ୱର,୧୪।୧୨(ବ୍ୟୁରୋ):  ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରସୋର ଚାଲିଛି। ୨୦୨୨ ଫେବୃୟାରୀ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହେବ। ଚଳିତ ମାସ ଶେଷ ସପ୍ତାହରେ ନିର୍ବାଚନ ତାରିଖ ଘୋଷଣା ହେବା ନେଇ ସୂଚନା ମିଳିଛି। ଆସନ୍ତା ୩ ଦିନ ପରେ ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ନିର୍ବାଚନ କମିଶନ ଭୋଟର ତାଲିକା ନଭେମ୍ବରରୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ୨୦୨୧ ନଭେମ୍ବର ୧ ସୁଦ୍ଧା ୧୮ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ପାଖାପାଖି ୬, ୭୯୪ ସରପଞ୍ଚ ଓ ସମିତି ସଭ୍ୟ, ୯୨ ହଜାର ୱାର୍ଡ ମେମ୍ବର, ୮୫୩ ଜିଲା ପରିଷଦ ସଦସ୍ୟ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।
କମିଶନ ଚଳିତ ବର୍ଷ ଓ୍ବାର୍ଡ ମେମ୍ବରଙ୍କଠାରୁ ଆରମ୍ଭ କରି ଜିଲା ପରିଷଦ ସଦସ୍ୟଙ୍କ ପର୍ଯ୍ୟନ୍ତ ଖର୍ଚ୍ଚ ସୀମା ବୃଦ୍ଧି କରିଛନ୍ତି। ମୋଟ ଆସନ ମଧ୍ୟରୁ ୩,୫୦୦ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ପଛୁଆବର୍ଗ ମହିଳାଙ୍କ ପାଇଁ ୪୨୯ଟି ଆସନ ସଂରକ୍ଷିତ ଥିବା ବେଳେ ଅନୁସୂଚିତ ଜାତିର ମହିଳାଙ୍କ ପାଇଁ ୫୨୫ ଓ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ୧୩୭୬ ଆସନ ସଂରକ୍ଷିତ ରହିଛି। ସମିତି ସଭ୍ୟ ପ୍ରାର୍ଥୀ ପାଇଁ ୩,୫୩୮ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଜିଲା ପରିଷଦରେ ୪୩୩ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ଆସନ୍ତା ପଞ୍ଚାୟତ ନିର୍ବାଚନ ୨୯ ଜିଲାର ୬୭୯୪ ପଞ୍ଚାୟତର ୯୧,୯୧୩ ଓ୍ବାର୍ଡରେ ଅନୁଷ୍ଠିତ ହେବ। ତେବେ ବାଲେଶ୍ୱର ଜିଲାକୁ ଏହି ପ୍ରକ୍ରିୟାରୁ ବାଦ୍‌ ଦିଆଯାଇଛି। ରେମୁଣା ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନରେ ହେଉଥିବା ସ୍ଥାନ ସଂରକ୍ଷଣ ଏବଂ ଓ୍ବାର୍ଡ ପୁନର୍ଗଠନ କାର୍ଯ୍ୟ ସାମୟିକ ବିଳମ୍ବ ହେତୁ ଏହାକୁ ବାଦ୍‌ ଦିଆଯାଇଛି। ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକର କାର୍ଯ୍ୟକାଳ ଆସନ୍ତା ୨୦୨୨ ମାର୍ଚ୍ଚ ସୁଦ୍ଧା ଶେଷ ହେଉଛି। ଏହା ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri