Posted inଜାତୀୟ

ଗତ ୪ ବର୍ଷରେ କେତେ ଚାଷୀ କରିଛନ୍ତି ଆତ୍ମହତ୍ୟା: ରେକର୍ଡ ସରକାରଙ୍କ ପାଖରେ ନାହିଁ

ନୂଆଦିଲ୍ଲୀ,୯।୭: ଗତ ୪ ବର୍ଷ ମଧ୍ୟରେ ଦେଶରେ କେତେ ଚାଷୀ ଆତ୍ମହତ୍ୟା କରିଛନ୍ତି ଏହାର ରେକର୍ଡ ସରକାରଙ୍କ ପାଖରେ ନାହିଁ। ଏନେଇ ଏକ ପ୍ରଶ୍ନର ଉତ୍ତରରେ ଲୋକ ସଭାରେ କୃଷିମନ୍ତ୍ରୀ ପୁରୁଷୋତ୍ତମ ରୁପାଲା ସୂଚନା ଦେଇଛନ୍ତି। ୨୦୧୫ ପରଠାରୁ ସରକାରଙ୍କ ପାଖରେ ଏ ସମ୍ପର୍କିତ କୌଣସି ତଥ୍ୟ ନ ଥିବା ସେ କହିଛନ୍ତି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ନିକଟରେ କିଛି ରାଜ୍ୟର ଚାଷୀ ଆତ୍ମହତ୍ୟା ତଥ୍ୟ ପହଞ୍ଚି ନ ଥିବାରୁ ରେକର୍ଡ ଉପଲବ୍ଧ ହୋଇପାରି ନ ଥିବା ସେ କହିଛନ୍ତି। ତେବେ କଂଗ୍ରେସ ସଦସ୍ୟ ତରୁଣ ଗୋଗୋଇ ସରକାର ଜାଣିଶୁଣି ଏହି ତଥ୍ୟ ଲୁଚାଉଥିତ୍ବା ଅଭିଯୋଗ ଆଣିଛନ୍ତି। ଗତବର୍ଷ ଲୋକ ସଭାରେ ଉପସ୍ଥାପିତ ହୋଇଥିବା ତଥ୍ୟ ଅନୁସାରେ ୨୦୧୬ରେ ୬, ୩୫୧ ଜଣ ଚାଷୀ ଆତ୍ମହତ୍ୟା କରିଥିଲେ। ଅର୍ଥାତ୍‌ ପ୍ରତିଦିନ ହାରାହାରି ୧୭ ଜଣ ଚାଷୀ ଆତ୍ମହତ୍ୟା କରିଥିଲେ। ଅପରପକ୍ଷରେ ୨୦୧୫ରେ ୮,୦୦୭ ଜଣ ଚାଷୀ ଆତ୍ମହତ୍ୟା କରିଥିଲେ। ଅର୍ଥାତ୍‌ ପ୍ରତିଦିନ ହାରାହାରି ୨୨ ଜଣ ଚାଷୀ ଆତ୍ମହତ୍ୟା କରିଥିଲେ। ମାତ୍ର କେନ୍ଦ୍ର ସରକାରଙ୍କ ପାଖରେ ୨୦୧୬ରୁ ୨୦୧୯ ପର୍ଯ୍ୟନ୍ତ ତଥ୍ୟ ନ ଥିବା ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଥଇଥାନ ଏବଂ ରିଲିଫ୍‌ ବିଭାଗ ଅନୁସାରେ ୨୦୧୫ରୁ ୨୦୧୮ ମଧ୍ୟରେ କେବଳ ମହାରାଷ୍ଟ୍ରରେ ୧୨,୦୦୪ ଜଣ ଚାଷୀ ଆତ୍ମହତ୍ୟା କରିଥିଲେ। ସେହିପରି ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ଅନୁସାରେ ମହାରାଷ୍ଟ୍ରରେ ୨୦୧୦ରୁ ୨୦୧୪ ମଧ୍ୟରେ ୮,୦୦୯ ଜଣ ଚାଷୀ ଆତ୍ମହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri