ଓମିକ୍ରନ୍‌ ବିରୋଧରେ ଟିକା କାମ ଦେବନି, ନୂଆ ଟିକା ଆବଶ୍ୟକ…

ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଅପରପକ୍ଷରେ ନୂଆ ଭାରିଆଣ୍ଟର ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ ସର୍ବାଧିକ ଟିକାକରଣ ଉପରେ ଧ୍ୟାନ ଦିଆଯାଉଛି। ଅପରପକ୍ଷରେ, ନୀତି ଆୟୋଗର ସଦସ୍ୟ ଡ.ଭି.କେ ପଲଙ୍କ ବିବୃତ୍ତି ନେଇ ଅଜଣା ବିପଦର ଆଶଙ୍କା କରାଯାଉଛି।

ପଲ କହିଛନ୍ତି ଯେ ପରିବର୍ତ୍ତିତ ପରିସ୍ଥିତିରେ ବର୍ତ୍ତମାନର କରୋନା ଟିକା ପ୍ରଭାବହୀନ ହେବାର ଆଶଙ୍କା ରହିଛି। ତେଣୁ କରୋନାର ନଆ ଭାରିଆଣ୍ଟ ବିରୋଧରେ ଲଢ଼େଇ ପାଇଁ ସଭିଏଁ ଏକଜୁଟ ହେବା ଆବଶ୍ୟକ। ଏହା ସହିତ ନୂଆ ଟିକାପ୍ରସ୍ତୁତି ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଇଣ୍ଡିଆ ଟୁଡେ ଖବର ଅନୁଯାୟୀ, ପଲ କହିଛନ୍ତି ଯେ ବର୍ତ୍ତମାନ ଟିକା କିପରି ବିଶ୍ୱସ୍ତରରେ ପହଞ୍ଚିବା ଏବଂ କେହି ଯେପରି ଏକ୍ଷେତ୍ରରେ ପଛରେ ନ ପଡ଼ିଯାଆନ୍ତି ତାହା ନିଶ୍ଚିତ କରିବା ହେଉଛି ପ୍ରାଥମିକତା।

ମହାମାରୀର ମୁକାବିଲା ପାଇଁ ବିଜ୍ଞାନରେ ବିନିଯୋଗ ଉପରେ ମଧ୍ୟ ଗୁରୁତ୍ୱାରୋପ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ପାଲ ସିଆଇଆଇ ପାର୍ଟନରଶିପ୍‌ ସମ୍ମିଳନୀରେ ଯୋଗଦେଇ ଏଭଳି କହିଛନ୍ତି।

ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ୬୧କୁ ବୃଦ୍ଧି ପାଇଛି। ଏଥି ସହିତ, ଏହା ବ୍ରିଟେନରେ ମଧ୍ୟ ଦ୍ରୁତ ଗତିରେ ବ୍ୟାପୁଛି। ବ୍ରିଟେନରେ ଚଳିତ ବର୍ଷ ଜାନୁଆରୀ ପରେ ଏବେ ସର୍ବାଧିକ କୋଭିଡ ଆକ୍ରାନ୍ତ ସଂଖ୍ୟାକୁ ରେକର୍ଡ କରିଛି।

କେବଳ ବ୍ରିଟେନରେ, ଓମିକ୍ରନ ଭାରିଆଣ୍ଟର ୫ ହଜାର ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri