ଆଜିଠୁ ୨ଦିନିଆ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର,୧୬।୧୨: କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ପକ୍ଷରୁ ୨ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଛି। ଚଳିତ ମାସ ୧୬ ଏବଂ ୧୭ ତାରିଖରେ ଦେଶର ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଶାଖା ବନ୍ଦ ରହିବ। ଏହି ପରିପ୍ରେକ୍ଷୀରେ ଅନ୍‌ଲାଇନ ବ୍ୟାଙ୍କିଙ୍ଗ୍‌ ସେବା ଓ ଏଟିଏମ୍‌ କେନ୍ଦ୍ରଗୁଡିକ ଖୋଲା ରହିବ ବୋଲି ୟୁଏଫ୍‌ବିୟୁ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଅବସରରେ ୟୁଏଫ୍‌ବିୟୁର ଓଡିଶା ଶାଖା ପକ୍ଷରୁ ବୁଧବାର ଏକ ଖବରଦାତା ସମ୍ମିଳନୀ କରାଯାଇ ବ୍ୟାଙ୍କ ଧର୍ମଘଟ ଓ ଘରୋଇକରଣ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରି ଏହାର ରାଜ୍ୟ ଆବାହକ ରଘୁନାଥ ପ୍ରସାଦ ଦାସ କହିଛନ୍ତି, ଦେଶର ୧% ପୁଞ୍ଜିପତିଙ୍କ ସ୍ବାର୍ଥ ସାଧନ ପାଇଁ ୯୯% ଲୋକଙ୍କ ଅର୍ଥ କାରବାର ଓ ସେବାକୁ ସରକାର ବଳି ପକାଇଦେବାକୁ ବସିଛନ୍ତି। ସେହିଭଳି ଦେଶର ୭୨% ଋଣ ଅର୍ଥ ଅସାଧୁ ବ୍ୟବସାୟୀଙ୍କ ନିକଟରେ ରହିଥିବା ବେଳେ ମାତ୍ର ୨୮% ଋଣ ଅର୍ଥ ସାଧାରଣ ବର୍ଗର ଗ୍ରାହକଙ୍କ ପାଖରେ ପଡିରହିଛି। ସରକାର ପୁଞ୍ଜିପତିଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଯେଉଁ ବ୍ୟାଙ୍କିଙ୍ଗ୍‌ ଆଇନ (ସଂଶୋଧନ) ବିଲ୍‌ ପାରିତ କରିବାକୁ ଯୋଜନା କରୁଛନ୍ତି। ସେସବୁ ଯୋଜନା ଦେଶର ସ୍ବାର୍ଥ ପାଇଁ ଆମେମାନେ ଏକତ୍ର ହୋଇ ନିଜ ନିଜ ଶାଖା ସମ୍ମୁଖରେ ହରତାଳ ସହ ବ୍ୟାଙ୍କ ଘରୋଇକରଣକୁ ବିରୋଧ କରିବାକୁ ରାଜ୍ୟର ସମସ୍ତ ବ୍ୟାଙ୍କ କର୍ମଚାରୀ ଓ ଅଧିକାରୀମାନଙ୍କୁ ଆହ୍ବାନ ଦିଆଯାଇଛି। ଏହି ୨ଦିନିଆ ଧର୍ମଘଟରେ ଓଡ଼ିଶାରୁ ପ୍ରାୟ ୬୦୦୦ ଶାଖା ଓ ୩୦ହଜାର ସବୁ ବର୍ଗର କର୍ମଚାରୀ ସହଯୋଗ ପ୍ରଦାନ କରିବେ ବୋଲି ୟୁଏଫ୍‌ବିୟୁ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମ୍ମିଳନୀରେ ୟୁଏଫ୍‌ବିୟୁର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ଏହାର ଉପଦେଷ୍ଟା ବରିଷ୍ଟ ବ୍ୟାଙ୍କର ଦାମୋଦର ନନ୍ଦ ରାଜ୍ୟର ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କର କର୍ମଚାରୀ ଓ ଅଧିକାରୀଙ୍କୁ ସହଯୋଗ ପାଇଁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri