‘ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ଦିଗ୍‌ଦର୍ଶନ ଦେବ’

ଯାଜପୁର ଟାଉନ,୧୬ା୧୨(ଡି.ଏନ.ଏ.): ଯାଜପୁର ଏନ୍‌ସି କଲେଜ ପଡ଼ିଆଠାରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭର୍ଚ୍ଚୁଆଲ ମାଧ୍ୟମରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)ର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରାଯାଇଛି। ଯାଜପୁର ଜିଲାର ୩୧୧ ପଞ୍ଚାୟତ, ୨ଟି ପୌରପରିଷଦ ଅଞ୍ଚଳର ମୋଟ୍‌ ୪ ଲକ୍ଷ ୧୦ ହଜାର ୮୭ ପରିବାରର ୧୫ ଲକ୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତି ଏହି ଯୋଜନାରେ ସାମିଲ ହୋଇଛନ୍ତି। ଏହାଦ୍ୱାରା ପ୍ରତ୍ୟେକ ହିତାଧିକାରୀ ପରିବାର ସଦସ୍ୟଙ୍କ ଚିକିତ୍ସା ନିମନ୍ତେ ୫ ଲକ୍ଷ ଟଙ୍କା ଓ ମହିଳାଙ୍କ ପାଇଁ ୧୦ଲକ୍ଷ ଟଙ୍କା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ ପ୍ରଥମେ ମା’ ବିରଜାଙ୍କୁ ପ୍ରଣାମ ଜଣାଇବା ସହ ଜିଲାର ୨୮ଶହ କୋଟି ଟଙ୍କାର ପ୍ରକଳ୍ପକୁ ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କରିଥିଲେ। ଉତ୍ସବରେ ୩୦ ଜିଲାର ନୃତ୍ୟ ପ୍ରତିନିଧିମାନେ ଯୋଗଦେଇ ସେମାନଙ୍କ କଳାନୈପୁଣ୍ୟ ପରିବେଷଣ କରିଥିଲେ। ଉତ୍ସବକୁ କୋରେଇର ପୂର୍ବତନ ବିଧାୟକ ଆକାଶ ଦାସ ନାୟକ ଏବଂ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ପରିଚାଳନା କରିଥିଲେ। ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଯୋଗଦେଇ ଓଡ଼ିଶାର ସାଢ଼େ ଚାରି କୋଟି ପରିବାର ମୁଖ୍ୟମନ୍ତ୍ରୀଙ୍କ ପରିବାର ବୋଲି କହିବା ସହ କୌଣସି ବ୍ୟକ୍ତି ଅର୍ଥ ଅଭାବରୁ ଚିକିତ୍ସାରୁ ବଞ୍ଚତ୍ତ ନ ହେଉ ବୋଲି ମୁଖ୍ୟମନ୍ତ୍ରୀ ଚାହାନ୍ତି। ଏଥିପାଇଁ ନବୀନ ପଟ୍ଟନାୟକ ଯେଉଁ ପଦକ୍ଷେପ ଗ୍ରହଣ କରିଛନ୍ତି ତାହା ଭାରତ ବର୍ଷରେ ଦିଗ୍‌ଦର୍ଶନ ଦେବ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗଦେଇ ସ୍ମାର୍ଟକାର୍ଡର ଦିଗ ଉପରେ ଆଲୋଚନା କରିଥିଲେ।
ଉତ୍ସବରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ, ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ, ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ, କୋରେଇ ବିଧାୟକ ଅଶୋକ ବଳ, ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ବରୀ ବିଧାୟିକା ସୁନନ୍ଦା ଦାସ ଓ ଏମ୍‌ପି ସର୍ମିଷ୍ଠା ସେଠୀ ଯୋଗ ଦେଇଥିଲେ। ଅତିଥି ୩୦ଜଣ ମହିଳାଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ କରିଥିଲେ। ୧୬ ତାରିଖଠାରୁ ଜିଲାର ସମସ୍ତ ବ୍ଲକ୍‌ ଓ ପୌରପରିଷଦର ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri