ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ ଅଫିସ୍‌, ୧୬।୧୨ : ଶ୍ରୀମନ୍ଦିରରେ ଆଜିଠୁ ପହିଲି ଭୋଗ ଆରମ୍ଭ ହୋଇଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇଛି । ଏହି ନୀତି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ ।
ଏକ ମାସ ବ୍ୟାପି ମା’ ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି ପରମ୍ପରା ଥିବାରୁ, ମାତା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସକାଳୁ ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ କରିଛନ୍ତି । ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ ତଥା ବଡ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡ଼ବଡ଼ା, କାକରା, ଅମାଲୁ, ନଳୀ, ଏଣ୍ଡୁରି ଆଦି ମହାପ୍ରଭୁଙ୍କୁ ଭୋଗ କରିଛନ୍ତି । ପ୍ରତିଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କ ଅବକାଶ ଓ ମଙ୍ଗଳ ଆଳତୀ ପରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି କରାଯାଏ । ଏହି ଅବସରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗି ରହିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ

ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍‌ଚାର୍ଜ କଲା ବିଜେଡି

ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri