Posted inଭଦ୍ରକ

୬୫ ହଜାର ହେକ୍ଟର ଜମିରେ ଧାନଚାଷ କ୍ଷତି

dhana gacha - paddy field submerged in water

ଭଦ୍ରକ ଅଫିସ, ୧୬।୧୨: ଭଦ୍ରକ ଜିଲାରେ ‘ଜଓ୍ବାଦ’ ପ୍ରଭାବରେ ବର୍ଷା ଯୋଗୁ ପ୍ରାୟ ୬୫ ହଜାର ହେକ୍ଟର ଜମିରେ ଧାନ ଚାଷ କ୍ଷତିଗ୍ରସ୍ତ ହୋଇଥିବା ଜିଲା କୃଷି ବିଭାଗ ପ୍ରାଥମିକ ଆକଳନ କରିଛି। ୭ ବ୍ଲକର ୧୯୬ ପଞ୍ଚାୟତ ଓ ୩ ପୌରାଞ୍ଚଳର ୧୧୮୩ ଗାଁ ପ୍ରଭାବିତ ହୋଇଥିବା କୃଷି ବିଭାଗ ପକ୍ଷରୁ ଜିଲା ପ୍ରଶାସନକୁ କ୍ଷତି ଦର୍ଶାଯାଇଛି। ଭଦ୍ରକ ବ୍ଲକର ୧୬୪ ଗାଁର ୫୬୫୦ ହେକ୍ଟର, ତିହିଡ଼ି ବ୍ଲକର ୧୩୦ ଗାଁର ୭୬୦୦, ବାସୁଦେବପୁର ବ୍ଲକର ୬୫ ଗାଁର ୯୮୨୦, ଚାନ୍ଦବାଲି ବ୍ଲକର ୨୯୧ ଗାଁର ୨୮,୫୪୦, ଧାମନଗର ବ୍ଲକର ୧୫୨ ଗାଁର ୨୨୮୦, ଭଣ୍ଡାରିପୋଖରୀ ବ୍ଲକର ୧୭୬ ଗାଁର ୭୦୧୫ ଓ ବନ୍ତ ବ୍ଲକର ୨୦୫ ଗାଁର ୧୮୮୫ ହେକ୍ଟର ଚାଷଜମି କ୍ଷତିଗ୍ରସ୍ତ ହୋଇଛି। ପ୍ରଶାସନ ପକ୍ଷରୁ ଆକଳନ ଏହି କ୍ଷୟକ୍ଷତି ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଥିବା ଜିଲାପାଳ ତ୍ରିଲୋଚନ ମାଝି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri