Posted inଜାତୀୟ

ଅଜୟ ମିଶ୍ରାଙ୍କ ବହିଷ୍କାର ଦାବିରେ ସଂସଦ ଅଚଳ

ନୂଆଦିଲ୍ଲୀ,୧୬।୧୨: ଉତ୍ତର ପ୍ରଦେଶର ଲଖିମପୁର ଖେରିରେ ଚାଷୀଙ୍କ ଉପରେ ଗାଡି ମାଡି ହତ୍ୟା କରିବା ଘଟଣାକୁ ନେଇ ଗୁରୁବାର ସଂସଦ ଅଚଳ ହୋଇପଡିଛି। ଘଟଣାର ତଦନ୍ତ କରୁଥିବା ଏସଆଇଟି ଏହାକୁ ଏକ ଯୋଜନାବଦ୍ଧ ଷଡଯନ୍ତ୍ର ବୋଲି କହିବା ପରେ କେନ୍ଦ୍ର ସରକାରଙ୍କୁ ବିରୋଧୀ ଘେରିଛନ୍ତି। ଉତ୍ତର ପ୍ରଦେଶର ଲଖିମପୁର ଖେରିରେ ଘଟିଥିବା ଏହି ଲୋମହର୍ଷଣକାରୀ ଘଟଣାରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ଗିରଫ ହୋଇଛନ୍ତି। ସେ ଘଟଣାର ମୁଖ୍ୟ ଅଭିଯୁକ୍ତ ବୋଲି ଏସଆଇଟି କହିଥିବାରୁ ବିରୋଧୀ ଅଜୟ ମିଶ୍ରାଙ୍କ ବହିଷ୍କାର ଦାବି କରିଛନ୍ତି। ଆଜି ସଂସଦର ଉଭୟ ଗୃହରେ ଏହି ପ୍ରସଙ୍ଗ ଉଠାଇ ବିରୋଧୀ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିଛନ୍ତି। ହଟ୍ଟଗୋଳ ଯୋଗୁ ଉଭୟ ଗୃହକୁ ଦିନ ୨ଟା ଯାଏ ମୁଲତବୀ ଘୋଷଣା କରାଯାଇଥିଲା। ଏହାପରେ ଗୃହ ଆରମ୍ଭ ହେବା କ୍ଷଣି ବିରୋଧୀ ପୁଣି ହଙ୍ଗାମା କରିବାରୁ ଗୃହକୁ କାଲି ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ଅପରପକ୍ଷରେ ବିରୋଧୀ ଅଜୟ ମିଶ୍ରାଙ୍କ ବହିଷ୍କାର ଦାବି କରୁଥିଲେ ମଧ୍ୟ ସରକାର ନିଜ ଜିଦ୍‌ରେ ଅଟଳ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦିଙ୍କୁ ଗାଳି ଦେଇ ଦେଇ…’, ରାହୁଲ ଗାନ୍ଧୀଙ୍କୁ କାହିଁକି ପ୍ରେସିଡେଣ୍ଟ କହିଲେ ଗିରିରାଜ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୨୩।୧୨: ଭାଜପା କାର୍ଯ୍ୟକାରୀ ସଭାପତି ନୀତୀନ ନବୀନ ଆଜି (ଡିସେମ୍ବର ୨୩) ପ୍ରଥମ ଥର ପାଇଁ ପାଟନାରେ ପହଞ୍ଚୁଛନ୍ତି। ରାଜଧାନୀ ପାଟନା ସହିତ ନବୀନଙ୍କର ଗଭୀର...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ।...

ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…

ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର...

ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ଶ୍ରୀମୟୀ: ରାଜନୀତିରେ ହଲଚଲ…

ଭୁବନେଶ୍ୱର,୨୩।୧୨: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲାବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

ଭୁଶୁଡ଼ୁଛି ଲାଲଗଡ଼, ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ମାଲକାନଗିରି,୨୩/୧୨(ଦୁଯ୍ୟୋଧନ ପାତ୍ର): ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ମାଓବାଦୀ । ମାଲକାନଗିରିରେ ଆତ୍ମସମର୍ପଣ କଲେ ୨୨ ଜଣ ମାଓବାଦୀ । ପୋଲିସ ମହାନିର୍ଦ୍ଦେଶକଙ୍କ...

ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri