Posted inଜାତୀୟ

ଅକ୍ସିଜେନ୍‌, ଚିକିତ୍ସା ଉପକରଣ ପ୍ରସ୍ତୁତ ରଖ

ନୂଆଦିଲ୍ଲୀ, ୧୭।୧୨:କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ବଢ଼ିଚାଲିଥିବାରୁ କେନ୍ଦ୍ର ସରକାର ଚିନ୍ତିତ ହୋଇପଡ଼ିଛନ୍ତି। ବୁଧବାର ଦେଶରେ ଆଉ ୧୪ ନୂଆ ମାମଲା ଚିହ୍ନଟ ହୋଇଛି। କର୍ନାଟକରେ ୫, ତେଲଙ୍ଗାନା ଓ ଦିଲ୍ଲୀରେ ୪ ଲେଖାଏଁ ଏବଂ ଗୁଜରାଟରେ ଜଣେ ସଂକ୍ରମିତ ହେବା ପରେ ମୋଟ ମାମଲା ୮୭କୁ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ସହ ଅକ୍ସିଜେନ୍‌ ଯୋଗାଣ, ଚିକିତ୍ସା ଉପକରଣ, ଭେଣ୍ଟିଲେଟର, କନ୍‌ସେଣ୍ଟ୍ରେଟର ସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଅକ୍ସିଜେନ୍‌ ଓ ଚିକିତ୍ସା ଉପକରଣ ପ୍ରସ୍ତୁତ ରଖିବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ସଂକ୍ରମଣ ବୃଦ୍ଧି ଘଟିଲେ ଏହାର ମୁକାବିଲା ପାଇଁ ପର୍ଯ୍ୟାପ୍ତ ପ୍ରସ୍ତୁତି ଆବଶ୍ୟକ। କୋଭିଡ୍‌-୧୯ ମହାମାରୀର ମୁକାବିଲା ଲାଗି ପର୍ଯ୍ୟାପ୍ତ ପରିମାଣର ଅବାଧ ମେଡିକାଲ ଅକ୍ସିଜେନ୍‌ ଯୋଗାଣ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ତେଣୁ ଦୈନିକ ଭିତ୍ତିରେ ଉପରୋକ୍ତ ସାମଗ୍ରୀ କେତେ ଉପଲବ୍ଧ ରହିଛି ତାହା ସୁନିଶ୍ଚିତ କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପରାମର୍ଶ ଦେଇଛନ୍ତି।
ନୂଆ ସ୍ଥାପନ ହୋଇଥିବା ଅକ୍ସିଜେନ୍‌ ପ୍ଲାଣ୍ଟଗୁଡ଼ିକ କେତେ ପରିମାଣରେ ଅକ୍ସିଜେନ୍‌ ଯୋଗାଇପାରିବ, ଏହାର ଚାପ ଓ ବିଶୁଦ୍ଧତା ଆଦି ଉପରେ ସୁନିଶ୍ଚିତ ହେବା ଲାଗି ଡିସେମ୍ବର ସୁଦ୍ଧା ମକ୍‌ ଡ୍ରିଲ୍‌ ସମ୍ପୂର୍ଣ୍ଣ କରିବାକୁ ରାଜ୍ୟଗୁଡ଼ିକୁ କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୩,୨୩୬ ପିଏସ୍‌ଏ ପ୍ଲାଣ୍ଟ ପ୍ରତିଷ୍ଠା ହୋଇଛି ଯାହାର ମୋଟ ଅକ୍ସିଜେନ୍‌ ଉତ୍ପାଦନ କ୍ଷମତା ୩,୭୮୩ ମେଟ୍ରିକ୍‌ ଟନ୍‌। ଏହା ବ୍ୟତୀତ ପିଏମ୍‌ କେୟାର୍ସ ଏବଂ ଜରୁରୀ କୋଭିଡ୍‌ ରିଲିଫ୍‌ ପ୍ୟାକେଜ୍‌ରେ ରାଜ୍ୟଗୁଡ଼ିକୁ ୧,୧୪,୦୦୦ ଅକ୍ସିଜେନ୍‌ କନ୍‌ସେଣ୍ଟ୍ରେଟର ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri