ସୁରକ୍ଷାବଳର ଗୁଳି ମାଡ଼ରେ ଛତ୍ରଭଙ୍ଗ ଦେଲେ ମାଓବାଦୀ

ନୂଆପଡ଼ା ଅଫିସ,୧୭।୧୨: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା ସିନାପାଲି ଥାନା ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଏବଂ ଯବାନ ମଧ୍ୟରେ ଗୁଳି ବିନିମୟ ହୋଇଛି। ଯବାନଙ୍କ ପାଲଟା ଗୁଳିରେ ମାଓବାଦୀମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି। ନୂଆପଡ଼ା ଏସ୍‌ପିଙ୍କ ସମ୍ମିଳନୀ କକ୍ଷରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ପ୍ରତ୍ୟୁଷ ଦିବାକର ଏହି ସୂଚନା ଦେଇଛନ୍ତି। ଘଟଣା ପରେ ଛତିଶଗଡ଼ ସୀମାନ୍ତରେ କୋମ୍ବିଂ ଅପରେଶନ ଜାରି ରହିଛି ବୋଲି ଏସ୍‌ପି କହିଛନ୍ତି।

ସୂଚନା ମୁତାବକ, ସିନାପାଲି ଥାନା ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ଗତ ୧୪ ତାରିଖରୁ ସିଆରପିଏଫ୍‌, ଏସ୍‌ଓଜି ଓ ଡିଭିଏଫ୍‌ ଯବାନ ମିଳିତ ଭାବେ କୋମ୍ବିଂ ଅପରେଶନ କରୁଥିଲେ। ଗୁରୁବାର ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀମାନେ ଏସ୍‌ଓଜି ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଯବାନ ଏହାର ଯବାବ ଦେଇଥିଲେ। ଯବାନଙ୍କ ଗୁଳିକୁ ସାମ୍‌ନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ଯବାନଙ୍କ ପକ୍ଷରୁ ଏକ କ୍ୟାମ୍ପ ଠାବ କରାଯାଇଛି। କ୍ୟାମ୍ପରୁ ମାଓବାଦୀଙ୍କ ବିଭିନ୍ନ ସାମଗ୍ରୀ ଜବତ କରାଯାଇଛି। ଖବରଦାତା ସମ୍ମିଳନୀରେ ସିଆର୍‌ପିଏଫ୍‌ କମାଣ୍ଡାଣ୍ଟ ରାଜେଶ ବାସ୍ତବ, ସେକେଣ୍ଡ କମାଣ୍ଡାଣ୍ଟ ଧୀରଜ କୁମାର ସିଂ, ଡେପୁଟି କମାଣ୍ଡାଣ୍ଟ ଦନାରାମ ୟାଦବ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri