ଆଉ ଏକ ବିଦ୍ରୋହ ପାଇଁ ବାଜିଲା ବୀର ଧ୍ୱନି

ଭୁବନେଶ୍ୱର, (ବ୍ୟୁରୋ)/ଖୋର୍ଦ୍ଧା ଅଫିସ, ୧୮ା୧୨: ୧୮୧୭ ମସିହା ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ପ୍ରଦାନ ଓ ପାଇକ ସ୍ମାରକୀ ନିର୍ମାଣ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ଓଡ଼ିଶା ବୀର ମହାସଂଘ। ରାଜ୍ୟର ପାଇକଙ୍କୁ ଏକାଠି କରିବା ସହ ଆଉଏକ ସଂଗ୍ରାମ ପାଇଁ ବୀର ଧ୍ୱନି ବଜାଇଛି। ଏଥିପାଇଁ ଶୁକ୍ରବାର ଖୋର୍ଦ୍ଧାର ବରୁଣେଇ ପାଦଦେଶ ଓ ରାଜଧାନୀ ଭୁବନେଶ୍ୱରଠାରେ ପାଇକ ମେଳି ହୋଇଥିଲା। ଖୋର୍ଦ୍ଧା, ଗଞ୍ଜାମ, ପୁରୀ, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ ଆଦି ଅଞ୍ଚଳରୁ ୩ହଜାରରୁ ଊର୍ଦ୍ଧ୍ୱ ପାଇକ ଆଖଡ଼ା ଦଳ, ଦଳେଇ, ଦଳବେହେରା, ପାଇକ ସର୍ଦ୍ଦାର, ଐତିହାସିକ ଓ ସାମରିକ ପରମ୍ପରାର ଗବେଷକ ସାମିଲ ହୋଇଥିଲେ। ମା’ ବରୁଣେଇଙ୍କୁ ପୂଜାର୍ଚ୍ଚନା କରି ଶୋଭାଯାତ୍ରାରେ ଖୋର୍ଦ୍ଧାଗଡ଼ରୁ ବୀର ମାଟି ସଂଗ୍ରହ କରି ପଞ୍ଚପାଇକ ମହାରଥୀଙ୍କୁ ପୁଷ୍ପମାଲ୍ୟ ପ୍ରଦାନ କରିବା ପରେ ସେମାନେ ଖୋର୍ଦ୍ଧା ସହର ପରିକ୍ରମା କରିଥିଲେ। ପରେ ମଶାଲ ଯାତ୍ରା ଭୁବନେଶ୍ୱର ଅଭିମୁଖେ ବାହାରିଥିଲା। ପାଇକ ବୀରଙ୍କ ବୀରତ୍ୱର ଗାଥା ଉଜ୍ଜୀବିତ କରି ରଖିଥିବା ପାଇକ ଆଖଡ଼ା ଦେଖିବାକୁ ମିଳିଥିଲା। ହାତରେ ଢାଲ, ଖଣ୍ଡା, ତଲଓ୍ବାର, ସାଜ, ବାଡି ଧରି ବୀର ବାଦ୍ୟର ତାଳେ ତାଳେ ସମରକଳା ପ୍ରଦର୍ଶନ କରିଥିଲେ। ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ଆସିଥିବା ପାଇକବାହିନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ଯୁଦ୍ଧ ବାଦ୍ୟ ତାଳେ ତାଳେ ପାଇକ ଆଖଡ଼ା ପ୍ରଦର୍ଶନ କରି ବିରାଟ ଶୋଭାଯାତ୍ରାରେ ରାମ ମନ୍ଦିର ଛକଦେଇ ଏକାମ୍ର ହାଟ ପର୍ଯ୍ୟନ୍ତ ଯାଇଥିଲେ। ସେଠାରେ ମହାସଂଘ ସଭାପତି ଡ. ପ୍ରକାଶ ଶ୍ରୀଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ପ୍ରତିବାଦସଭା ଅନୁଷ୍ଠିତ ହୋଇଥିଲା। ମହାସଂଘ ସାଧାରଣ ସମ୍ପାଦକ ତଥା ପୂର୍ବତନ ବିଧାୟକ ଡ. ଦିଲ୍ଲୀପ ଶ୍ରୀଚନ୍ଦନ କହିଲେ, ଆମର ନ୍ୟାଯ୍ୟଦାବି ପୂରଣ ପାଇଁ ଆଜି ଆଉଏକ ପାଇକ ସଂଗ୍ରାମର ବିଗୁଲ୍‌ ବାଜିଲା। ଯଦି ପାଇକ ବିଦ୍ରୋହକୁ କେନ୍ଦ୍ର ସରକାର ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା ପ୍ରଦାନ ନ ଦିଅନ୍ତି, ଏହାପରେ ଦିଲ୍ଲୀ ଯାଇ ପାଇକ ବାହିନୀ ବିପ୍ଳବ କରିବ। ଏଥିସହିତ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି, ସଂସ୍କୃତିମନ୍ତ୍ରୀ ପ୍ରମୁଖଙ୍କୁ ଦାବିପତ୍ର ପ୍ରଦାନ କରିବେ। ଯେପର୍ଯ୍ୟନ୍ତ ଦାବି ହାସଲ ନ ହୋଇଛି, ସେପର୍ଯ୍ୟନ୍ତ ସଂଗ୍ରାମ ଚାଲୁ ରହିବ ବୋଲି ଡ. ଶ୍ରୀଚନ୍ଦନ କହିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଖୋର୍ଦ୍ଧାର ବରୁଣେଇଠାରେ ଶିଳାନ୍ୟାସ କରିଥିବା ସ୍ଥାନରେ ପାଇକ ସ୍ମୃତିସ୍ତମ୍ଭ ନିର୍ମାଣ ପାଇଁ ଯଥାଶୀଘ୍ର ଜାଗା ଯୋଗାଇ ନ ଦେଲେ ବିପ୍ଳବର ବହ୍ନି ଅନୁରୂପ ଭାବେ ଚାଲୁ ରହିବ ବୋଲି ସେ ଚେତାବନୀ ଦେଇଛନ୍ତି। ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଚିଲିକା ପୂର୍ବତନ ବିଧାୟକ ଡ. ଦେବେନ୍ଦ୍ର ମାନସିଂ, କାର୍ଯ୍ୟକ୍ରମର ମୁଖ୍ୟ ସଂଯୋଜକ ନରେନ୍ଦ୍ର ପୃଷ୍ଟି, ସାମାଜିକକର୍ମୀ ଗଣେଶ ସାମନ୍ତରାୟ, ଐତିହାସିକ ତଥା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପୂର୍ବତନ ରେଜିଷ୍ଟ୍ରାର ଡ. ନାରାୟଣ ରାଓ, ଗବେଷକ ଡ. ଗୋପାଳ କୃଷ୍ଣ ଦାସ, ଆଇନଜୀବୀ ଶିଶିର ପରିଡା, ଡ.ବୃନ୍ଦାବନ ପଣ୍ଡା, ଇତିଶ୍ରୀ ସାହୁ ପ୍ରମୁଖ ଯୋଗଦେଇ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ବିପ୍ଳବ ଚାଲୁ ରହିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri