Posted inଜାତୀୟ

ମନ୍ଦିର ଶପିଂ କମ୍ପ୍ଲେକ୍ସ୍‌ ନିଲାମୀ ପ୍ରକ୍ରିୟାରେ ସବୁଧର୍ମର ଲୋକଙ୍କୁ ସାମିଲ କରାଯାଉ, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

କୁରନୁଲ୍‌, ୧୮।୧୨: ଆନ୍ଧ୍ରପ୍ରଦେଶର କୁରନୁଲ୍‌ରେ ଥିବା ଶ୍ରୀ ବ୍ରମରମମ୍ବା ମଲ୍ଲକାର୍ଜୁନ ସ୍ବାମୀ ମନ୍ଦିରର ଶପିଂ କମ୍ପ୍ଲେକ୍ସ୍‌ ଲିଜ୍‌ ନିଲାମୀ ପ୍ରକ୍ରିୟାରେ ସବୁଧର୍ମର ଲୋକଙ୍କୁ ସାମିଲ୍‌ କରିବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଶୀର୍ଷ କୋର୍ଟ କହିଛନ୍ତି ଯେ, କେବଳ ଧର୍ମର ଆଧାରରେ କୌଣସି ବ୍ୟକ୍ତି ବିଶେଷଙ୍କୁ ନିଲାମୀ ପ୍ରକ୍ରିୟାରୁ ଦୂରେଇ ରଖି ହେବ ନାହିଁ। ବିଚାରପତି ଡି.ଓ୍ବାଇ.ଚନ୍ଦ୍ରଚୂଡ଼ ଏବଂ ଏ.ଏସ୍‌.ବୋପନ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି ରାୟ ପ୍ରଦାନ କରିଛନ୍ତି।

୨୦୨୦ରେ ସର୍ବୋଚ୍ଚ ଅଦାଲତ ଆନ୍ଧ୍ରପ୍ରଦେଶ ହାଇକୋର୍ଟଙ୍କର ୨୦୧୯ ସେପ୍ଟେମ୍ବର ରାୟ ଉପରେ ରୋକ ଲଗାଇ ଦେଇଥିଲେ। ଏଥିରେ ୨୦୧୫ରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ ଆଧାରରେ ଅଣ-ହିନ୍ଦୁଙ୍କୁ ଏହି ନିଲାମୀ ପ୍ରକ୍ରିୟାରେ ସାମିଲ କରା ନ ଯିବା ନେଇ ଅନୁଚ୍ଛେଦ ୧୪ ଏବଂ ୧୫କୁ ଉଲ୍ଲଂଘନ ହେଉଥିବା ଲାଗି କରାଯାଇଥିବା ଏକ ରିଟ୍‌ ପିଟିଶନକୁ ଖାରଜ କରି ଦିଆଯାଇଥିଲା। ଏହା ସହିତ ଲିଜ୍‌ ଏବଂ ଲାଇସେନ୍ସ୍‌ ନିୟମ ୨୦୦୩ରେ ନିୟମ ୪(୨) ଏବଂ ୧୮କୁ ସାମିଲ୍‌ କରାଯାଇଥିଲା।

ଏହାକୁ ନେଇ ଆବେଦନକାରୀ ସୈୟନ ଜାନି ବାଶାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କ ରାଜସ୍ବ ବିଭାଗର ମୁଖ୍ୟ ବନ୍ଦୋବସ୍ତ ସଚିବ ଏବଂ ଶ୍ରୀ ବ୍ରମରମମ୍ବା ମଲ୍ଲକାର୍ଜୁନ ସ୍ବାମୀ ମନ୍ଦିରର କାର୍ଯ୍ୟକାରୀ ଅଧିକାରୀଙ୍କ ବିରୋଧରେ ଅଦାଲତ ଅବମାନନା କରୁଥିବା ନେଇ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri