୭ କୋଟିର ସାଇବର ଠକେଇ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ବର୍ଷକ ମଧ୍ୟରେ ସାଇବର ଲୁଟେରା ପ୍ରାୟ ୭ କୋଟି ଟଙ୍କା ଲୁଟିଛନ୍ତି। ୬ କୋଟି ୭୯ ଲକ୍ଷ ୮୫ ହଜାର ୩୪୪ ଟଙ୍କା ମଧ୍ୟରୁ ଗୋଲଡେନ୍‌ ପିରିୟଡ଼ ବ୍ଲକ ହୋଇ ଫେରି ପାରିଛି ୧ କୋଟି ୪୮ ଲକ୍ଷ ୧୧ ହଜାର ୮୭୦ ଟଙ୍କା। ଭୁବନେଶ୍ୱର ସାଇବର ସେଲ୍‌ରେ ଏନେଇ ମୋଟ୍‌ ୬୭ଟି ମାମଲା ରୁଜୁ ହୋଇଛି। ୧୩ ଅଭିଯୁକ୍ତ ଗିରଫ ହୋଇଥିବା ଭୁବନେଶ୍ୱର ସାଇବର ହେଲ୍ପ ଡେସ୍କର ବାର୍ଷିକ ରିପୋର୍ଟରେ ପ୍ରକାଶ ପାଇଛି। ଗୃହ ମନ୍ତ୍ରଣାଳୟର ସାଇବର ସେଫ୍‌କୁ ସମସ୍ତ ଠକେଇ କଲ୍‌ ନମ୍ବର ପଠାଇଛି ପୋଲିସ। ତେବେ ସାଇବର ଠକେଇ ନେଇ ଟୋଲ୍‌ ଫ୍ରି ନମ୍ବରକୁ କେବଳ ଭୁବନେଶ୍ୱରରୁ ଆସିଛି ୨୮୭୨ କଲ୍‌ ।

ଭୁବନେଶ୍ୱର ବାହାରୁ ଆସିଛି ସାଢ଼େ ୩ ହଜାର କଲ୍‌। ପଞ୍ଜାବ , ରାଜସ୍ଥାନ, ଗୁରୁଗାଓଁ ଏବଂ ବାଙ୍ଗାଲୁରୁ ଅଧିକାଂଶ ଠକେଇ ମାମଲା ଆସିଛି। ଏନେଇ ଗୁଗୁଲ୍‌ ମ୍ୟାପିଂରୁ କମିଶନରେଟ ପୋଲିସ ସାଇବର ଠକଙ୍କ ଲୋକେଶନ ଟ୍ରାକ୍‌ କରିଛି। ଭୁବନେଶ୍ୱରରେ ଜମତାରା ଗ୍ୟାଙ୍ଗ ସକ୍ରିୟ ରହିଥିବା ସୂଚନା ଦେଇଛି ପୋଲିସ। any ଡେସ୍କ ଆପ୍ଲିକେଶନ ଡାଉନଲୋଡ୍‌ କଲେ ଅଧିକ ଠକେଇ ହେଉଥିବା ଜଣାପଡ଼ିଛି । ଏନେଇ କୌଣସି ମେସେଜ ଆସିଲେ ଏହି ଆପ୍‌ ଡାଉନଲୋଡ୍‌ ନ କରିବାକୁ ଭୁବନେଶ୍ୱର ଡିସିପି ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri