Posted inଜାତୀୟ

କେନ୍ଦ୍ର ସରକାରଙ୍କ ଆଡ଼କୁ ଢଳିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୯।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ କେନ୍ଦ୍ରର ଭାଜପା ସରକାରଙ୍କ ଆଡକୁ ଢଲିଥିବା ଲକ୍ଷ୍ୟ କରାଯାଇଛି। ଦିଲ୍ଲୀର ଉନ୍ନତି ପାଇଁ ସେ କେନ୍ଦ୍ର ସରକାରଙ୍କ ସହ ଏକାଠି ହେବାକୁ ସ୍ଥିର କରିଥିବା କୁହାଯାଉଛି। ଦିଲ୍ଲୀର ଆଇନ ଶୃଙ୍ଖଳା ବ୍ୟବସ୍ଥାଠାରୁ ନେଇ ଜଳ ଯୋଗାଣ ପର୍ଯ୍ୟନ୍ତ କେଜରିଓ୍ବାଲ କେନ୍ଦ୍ର ସରକାରଙ୍କ ସହ ମିଶି କାମ କରିବାକୁ ପ୍ରସ୍ତୁତ ଥିବା ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘରେ ଘରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କଥା ଘୋଷଣା କରିବା ପରେ କେଜରିଓ୍ବାଲ ଏହା ମାଧ୍ୟମରେ ବିକାଶର କଥା ଚିନ୍ତା କରିଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ମୋଦି ଜଳ ସଞ୍ଚୟ କଥା କହିବା ପରେ ଦିଲ୍ଲୀର କେଜରିଓ୍ବାଲ ସରକାର ଯମୁନା ନଦୀ କୂଳରେ ଛୋଟ ଛୋଟ ପୋଖରୀ କରି ଜଳ ସଂରକ୍ଷଣ କରିବା ସହ କେନ୍ଦ୍ର ସରକାରଙ୍କ ସହଯୋଗରେ ସିଓ୍ବେଜ ଟ୍ରିଟମେଣ୍ଟ ପ୍ଲାଣ୍ଟର ଶିଳାନ୍ୟାସ ମଧ୍ୟ କରି ସାରିଛନ୍ତି। ତେଣୁ ମୋଦି ସରକାରଙ୍କ ଉପରେ କେଜରିଓ୍ବାଲ ନରମ ମନୋଭାବ ପ୍ରକାଶ କରିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri