ନାବାଳକଙ୍କ ମୃତ୍ୟୁ: ଗୁଣି ଗାରେଡ଼ି ଅଭିଯୋଗ ଆଣିଲେ ପରିବାର ଲୋକେ

ଟିଟିଲାଗଡ଼,୧୯ା୧୨(ଡି.ଏନ୍‌.ଏ.): ରବିବାର ବଲାଙ୍ଗୀର ଜିଲା ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ଲୁଥୁରବନ୍ଧ ଗ୍ରାମରେ ନିଲାମ ବାଗ (୧୫) ନାମକ ଜଣେ ନାବାଳକଙ୍କ ମୃତ୍ୟୁ ଗୁଣିଗାରେଡ଼ିରେ ହୋଇଥିବା ନେଇ ପରିବାର ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗୁଣିଆ ଟଙ୍କ ବାଗଙ୍କ ଘରକୁ ଗ୍ରାମବାସୀ ଆକ୍ରମଣ କରିଛନ୍ତି। ଖବର ପାଇ ଟିଟିଲାଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଥିବା ବେଳେ ପୋଲିସ ଗାଡ଼ିକୁ ଉତ୍ତେଜିତ ଗ୍ରାମବାସୀ ଅଟକ ରଖି ଗୁଣିଆଙ୍କ ଗିରଫ ଦାବି କରିଛନ୍ତି। ପୋଲିସ କହିବା ଅନୁସାରେ ନାବାଳକଙ୍କର କୌଣସି ରୋଗରେ ପୀଡିତ ହୋଇ ମୃତ୍ୟୁ ଘଟିଛି। ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ଡିପି ଓ ସୁରେନ୍ଦ୍ର ନାଥ ଶତପଥୀ ପ୍ରତିଶ୍ରୁତି ଦେବା ପରେ ପୋଲିସ ଗାଡ଼ିକୁ ଗ୍ରାମବାସୀ ଛାଡ଼ି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିର ବିରୋଧୀ ଆଜି ଭାଇ-ଭାଇ

ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି...

୪ ଆସନରେ ନାମାଙ୍କନ ଭରି ଚର୍ଚ୍ଚାରେ ଜ୍ଞାନେନ୍ଦ୍ର

ସମ୍ବଲପୁର,୭।୫(ଭବାନୀ ଶଙ୍କର ଭୋଇ):ଚଳିତ ସାଧାରଣ ନିର୍ବାଚନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରାର୍ଥୀମାନେ ଚର୍ଚ୍ଚାର ପରିସରକୁ ଆସୁଛନ୍ତି । ଏମିତି ଜଣେ ସ୍ବାଧୀନ ପ୍ରାର୍ଥୀ ହେଲେ ଜ୍ଞାନେନ୍ଦ୍ର...

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri