Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ
ଗତକାଲିର ଟେନସନ୍‌ ଆଜି ବନ୍ଧୁମିଳନର କିିଛି ମାତ୍ରାରେ କମିଯିବ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ ଓ ଏକ ପ୍ରକାର ମନୋବଳ ବୃଦ୍ଧି ପାଇବ। ସ୍ତ୍ରୀଙ୍କ ଚିଡା ସ୍ବଭାବ ଏବଂ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ।
ବୃଷ
ବୃଷ
ଆଜି ଆପଣ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ବନ୍ଧୁଙ୍କ ସମ୍ମୁଖରେ ନିଜର ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବା ପାଇଁ ବାଧ୍ୟ ହେବେ। ଗତକାଲି ଠାରୁ ମନରେ ଭାବୁଥିବା କାମଟି ଆଜି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ପରିବହନ, ବ୍ୟବସାୟ,ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ।
ମିଥୁନ
ମିଥୁନ
ଆର୍ଥିକ ଅଭିବୃଦ୍ଧି ଘଟିଲେ ମଧ୍ୟ କେତେକ କାମ ଅଦୁରା ରହିଯିବ। ପ୍ରତିଟି କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟ ଦେଇ ଚଳିବାକୁ ପଡିବ। ଅଫିସ୍‌ରେ ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ କଠୋର ପରିଶ୍ରମ ଜନିତ ସ୍ବାସ୍ଥ୍ୟ ହାନୀ ଘଟିପାରେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବ ଏବଂ ପାରିବାରିକ ସ୍ଥିତି ବହୁତ ଭଲ ରହିବ। ମାତ୍ର ଆଲୋଚନା ସମୟରେ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ ଏବଂ ଆନୁଷ୍ଠାନିକ କାମରୁ ପ୍ରଶଂସିତହେବେ।
ସି˚ହ
ସି˚ହ
ଆର୍ଥିକ ସ୍ବଚ୍ଛଳତା ରହିବା କାରଣରୁ ମାନସିକ ସ୍ଥିରତା କେତେକାଂଶରେ ଆସିବ। ପ୍ରତ୍ୟେକ କ୍ଷେତ୍ରରେ ଜଗି ରଖି ଚଳିବା ଭଲ ହେବ ଅନ୍ୟଥା ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବନ୍ଧୁଙ୍କ ପ୍ରରୋଚନାରେ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ବିଳାସ ବ୍ୟସନ ମଧ୍ୟରେ ସମୟକୁ ଅତିବାହିତ କରିବାକୁ ମନସ୍ଥ କରିବେ।
କନ୍ୟା
ସମସ୍ୟା ଗୁଡିକ ନିୟନ୍ତ୍ରଣାଧୀନ ରହିଥିଲେ ମଧ୍ୟ କେତେକ କାରଣରୁ ମନରେ ସରସତା ରହିବ ନାହିଁ। ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ହେବା ଏକପ୍ରକାର ପରିସ୍ଥିତିକୁ ନିୟନ୍ତ୍ରଣ ମଧ୍ୟରେ ରଖିବ। ନିକଟସ୍ଥ ବନ୍ଧୁ ମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ଦୀର୍ଘ ଦିନର ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ପାରିବାରିିକ ପରିସ୍ଥିତି ପୂର୍ବପରି ରହିବ ସାୟାହ୍ନେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ସଭାସମିତିରେ ଯୋଗ ଦେଲେ କିମ୍ବା ସହମତିରେ କାମ କଲେ ଲକ୍ଷ୍ୟ ହାସଲ କରିପାରିବେ। ଆଜି ଈଛା ନଥିଲେ ମଧ୍ୟ ହାତରୁ ଖାଇ ପର ପାଇଁ ଖଟିବାକୁ ପଡିପାରେ। ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।
ବିଛା
ବିଛା
ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ହାତ ମୁଠାରୁ ସୁ୍‌ଯୋଗ ଖସିଯାଇପାରେ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ନିଜ ପରିସରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କରିବା ପାଇଁ ଧାର ସୁତ୍ରରେ ଅର୍ଥ ଆଣିବାକୁ ପଡିପାରେ।
ଧନୁ
ଧନୁ
ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ ଏବଂ ଆପଣଙ୍କ ଚେଷ୍ଟା ମଧ୍ୟ ବେକାର ଯିବ ନାହିଁ। ମାତ୍ରପାରିବାରିିକ ଜାଳ ବୃଦ୍ଧି ପାଇବ ଏବଂ ସାମୟିକ ମାନସିକ ଅସ୍ଥିରତା ସୃଷ୍ଟି ହେବାର ଆଶଙ୍କା ରହିଛି। ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଧ୍ୟରୁ ଉପକୃତ ହେବେ।
ମକର
ମକର
କୈାଣସି ଭୂଲ୍‌ ଖବରକୁ ସତ୍ୟ ମନେ କରି ଉତ୍‌କ୍ଷିପ୍ତ ହୋଇପାରନ୍ତି। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଛୋଟ ଛୋଟ କଥାକୁ କେନ୍ଦ୍ରକରି ପଡୋଶୀ କେହି ପ୍ରତିବାଦର ସ୍ବର ଉଠାଇପାରନ୍ତି। ପଡୋଶୀଙ୍କ ପ୍ରରୋଚନାରେ ମନୋରନ କାର୍ଯ୍ୟକ୍ରମରେ ନିଜକୁ ସାମିଲ୍‌ କରି ପାରନ୍ତି।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦେବେ ,ସେଥିରେ ସଫଳତା ଅବଶ୍ୟମ୍ଭାବୀ। ସାହିତ୍ୟ,କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ମାତ୍ର ଅତିରିକ୍ତ ଭ୍ରମଣ ହେତୁକ ସଂନ୍ଧ୍ୟାରେ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପାରିବାରିକ କ୍ଷେତ୍ରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ।
ମୀନମୀନ
ଆଜିର କାମରେ ସାମାନ୍ୟ ଅନୁପସ୍ଥିତି କିମ୍ବା ବିଳମ୍ବ ପାଇଁ କୈଫୟତ୍‌ ଦେବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ କିମ୍ବା ପ୍ରତିଯୋଗୀତା କ୍ଷେତ୍ରରେ ପ୍ରତିବନ୍ଧକ ସୃୃଷ୍ଟି ହେବାର ଆଶଙ୍କା ରହିଛି। ପାରିବାରିକ ଜୀବନରେ ଝଡ ସୃଷ୍ଟି ହେବାର ଆଶଙ୍କା ରହିଛି। ମତଭେଦ କାରଣରୁ ଆନୁଷ୍ଠାନିକ କାମରେ ବାଧାବିଘ୍ନ ଘଟିପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri