ଦାରିଙ୍ଗବାଡ଼ିରେ ତୁଷାରପାତ, ୪ ଡିଗ୍ରୀକୁ ଖସିଲା ତାପମାତ୍ରା

ଦାରିଙ୍ଗବାଡ଼ି,୨୦ା୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଅସହ୍ୟ ଶୀତ ଅନୁଭୂତ ହେବା ସହ ତୁଷାରପାତ ହୋଇଛି। ଏହା ଦେଖିବାକୁ ସ୍ଥାନୀୟ ଲୋକଙ୍କ ସମେତ ରାତ୍ରିଯାପନ କରିଥିବା ପର୍ଯ୍ୟଟକ ଭିଡ଼ ଜମାଇବା ସହ ଏହାର ମଜା ନେଇଛନ୍ତି। ଚଳିତ ବର୍ଷ ତୁଷାରପାତ ପ୍ରଥମ ଥର ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ରହିଛି। ପ୍ରତ୍ୟେକ ବର୍ଷ ଏହି ସମୟରେ ତୁଷାରପାତ ହେଉଥିବା ନଜିର ରହିଛି। ଦାରିଙ୍ଗବାଡ଼ିର ବିଦ୍ୟୁତ ବିଭାଗ ନିକଟ ସହ କଫି ବଗିଚା, କିଲାବାଡ଼ି, ସିମନବାଡ଼ି, ଶ୍ରାନିକେତା, କିରିକୁଟି, ସିଆଙ୍ଗବାଲି ଅଞ୍ଚଳ ସମେତ ଦୁର୍ଗମ ଗ୍ରାମଗୁଡ଼ିକରେ ମଧ୍ୟ ତୁଷାରପାତ ହୋଇଥିବା ଜଣାପଡ଼ିଛି। ଅସହ୍ୟ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଘରୁ ବାହାରିବା କଷ୍ଟକର ହୋଇପଡ଼ିଛି। ପ୍ରବଳ ଶୀତକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ସମସ୍ତ ୨୫ଟି ପଞ୍ଚାୟତରେ ରାତ୍ରି ଆଶ୍ରୟସ୍ଥଳୀ କରାଯାଇଛି। ସେଠାରେ ଅସହାୟ ଏବଂ ବାହାରୁ ଆସୁଥିବା ଲୋକ ରାତ୍ରିଯାପନର ସମସ୍ତ ବ୍ୟବସ୍ଥା କରାଯାଇଥିବା ବିଡିଓ ଗଦାଧର ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରୋନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ହେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ...

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri