ଆଜିଠୁ ୪ ଜିଲାକୁ ଏୟାର ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର/ ସମ୍ବଲପୁର,୨୦ା୧୨(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ପ୍ରଥମ ପର୍ଯ୍ୟାୟରେ ୪ଟି ଜଲାରେ ଏହି ସେବା ଯୋଗାଇ ଦିଆଯିବ। ସେଗୁଡ଼ିକ ହେଲା ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ା। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଏହି ଏୟାର ଆମ୍ବୁଲାନ୍ସ ସେବାର ଉଦ୍‌ଘାଟନ କରିବେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ରବିବାର ସମ୍ବଲପୁର ଗସ୍ତରେ ଆସି ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସୂଚନା ଦେଇଛନ୍ତି ା ସେ ଆହୁରି କହିଛନ୍ତି ଯେ ରାଜ୍ୟରେ
ଯେତେବେଳେ ଏକ୍‌ମୋ ଚିକିତ୍ସାର ଆବଶ୍ୟକ ପଡ଼ିଥିଲା, ସେ ସମୟରେ ମୁଖ୍ୟମନ୍ତ୍ରୀ କଟକ ଏସ୍‌ସିବିରେ ଏକ୍‌ମୋ ସେବା ଉଦ୍‌ଘାଟନ କରିଥିଲେ। ଏବେ ଜନସାଧାରଣ ସୁବିଧାରେ ଚିକିତ୍ସା ପାଉଛନ୍ତି। ଏବେ ଏୟାର ଆମ୍ବୁଲାନ୍ସ ସେବା ଆବଶ୍ୟକ ପଡୁଛି। ତେଣୁ ମୁଖ୍ୟମନ୍ତ୍ରୀ ଏୟାର ଆମ୍ବୁଲାନ୍ସ ସେବା ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସେବା ଲାଗୁ ହେବା ଫଳରେ ରୋଗୀମାନଙ୍କୁ କମ୍‌ ସମୟ ମଧ୍ୟରେ ଡାକ୍ତରଖାନାରେ ପହଞ୍ଚା ଯାଇପାରିବ। ଏହି ସେବାକାର୍ଯ୍ୟ ଜିଲାପାଳମାନେ ପରିଚାଳନା କରିବେ। ଜିଲାପାଳମାନଙ୍କୁ ଏହି ଆମ୍ବୁଲାନ୍ସ ସେବାର ଆବଶ୍ୟକତା ନେଇ ଜଣାଇବା ପରେ ସୁବିଧା ଯୋଗାଇ ଦିଆଯିବ। ଯେଉଁମାନଙ୍କର ଏୟାର ଆମ୍ବୁଲାନ୍ସ ଆବଶ୍ୟକ ପଡ଼ିବ ସେମାନେ ଜିଲାପାଳଙ୍କ ମାଧ୍ୟମରେ ଆବେଦନ କରିବେ। ତେବେ ପୂର୍ବରୁ ଭୁବନେଶ୍ୱରରେ ଏୟାର ଆମ୍ବୁଲାନ୍ସ ସୁବିଧା ରହିଥିଲା। ଅନେକ ରୋଗୀଙ୍କୁ ସୁବିଧା ଯୋଗାଇ ଦିଆଯାଇଛି। ଏବେ ପ୍ରଥମ ପର୍ଯ୍ୟାୟରେ ୪ ଜିଲାକୁ ସାମିଲ କରାଯିବାର ଅଛି। ଆଗକୁ ସମସ୍ତ ଜିଲାରେ ଏହି ସୁବିଧା ଲାଗୁ କରାଯିବ। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶା ପାଇଁ ଏହା ଏକ ଗୌରବ କଥା ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ସୂଚନା କହିଛନ୍ତି।
ଏହି ପରିପ୍ରେକ୍ଷୀରେ ରାଜ୍ୟର ଡାକ୍ତର ଅଭାବ ଥିବା ଅଭିଯୋଗକୁ ନେଇ ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଆଗାମୀ ୨ ବର୍ଷରେ ଡାକ୍ତର ସଂଖ୍ୟାରେ ଓଡ଼ିଶା ବଳକା ହୋଇଯିବ। ରାଜ୍ୟରେ ପୂର୍ବରୁ ୩ ମେଡିକାଲ କଲେଜ ରହିଥିଲା। ଏବେ ୭ଟି ମେଡିକାଲ କଲେଜ ହୋଇସାରିଛି। ଆଉ ୭ଟି ପ୍ରକ୍ରିୟାରେ ରହିଛି। ମେଡିକାଲ କଲେଜ ହୋଇଥିବାରୁ ଡାକ୍ତର ସଂଖ୍ୟା ମଧ୍ୟ ଅଧିକ ହୋଇଯିବ ବୋଲି ନବ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri