Posted inଖେଳ

ବିଶ୍ୱରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ଆଡିଲେଡ,୨୦।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଆଶେସ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଆଡିଲେଡରେ ଖେଳାଯାଉଛି। ଏହି ମ୍ୟାଚରେ ଇଂଲଣ୍ଡ ବୋଲର ଜେମ୍ସ ଆଣ୍ଡରସନ ଏକ ନିଆରା ସଫଳତା ହାସଲ କରିଛନ୍ତି । ତାଙ୍କ ପୂର୍ବରୁ ଟେଷ୍ଟ କ୍ରିକେଟରେ ଦୁନିଆର କୌଣସି ଦ୍ରୁତ ବୋଲର ଏହି ରେକର୍ଡ ସୃଷ୍ଟି କରିପାରନ୍ତି ନାହିଁ। ଟେଷ୍ଟ କ୍ରିକେଟରେ ସର୍ବାଧିକ ଓଭର ବୋଲିଂ କରିବାରେ ଆଣ୍ଡରସନ ଏବେ ଦୁନିଆର ପ୍ରଥମ ଦ୍ରୁତ ବୋଲର ହୋଇପାରିଛନ୍ତି। ସେ ଏପର୍ଯ୍ୟନ୍ତ ଟେଷ୍ଟ କ୍ରିକେଟରେ ୬୦୦୦ ଓଭର ବୋଲିଂ କରିଛନ୍ତି। ଆଡିଲେଡ ଡେ-ନାଇଟ ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ସେ ଏହା ହାସଲ କରିଥିଲେ।
ଜେମ୍ସ ଆଣ୍ଡରସନ ୨୦୦୩ରେ ଜିମ୍ବାୱେ ବିପକ୍ଷରେ ଲର୍ଡସରେ ଟେଷ୍ଟ ଡେବ୍ୟୁ କରିଥିଲେ। ସେ ତାଙ୍କର ପ୍ରଥମ ଓଭରରେ ୧୭ ରନ ଦେଇଥିଲେ। ଟେଷ୍ଟ କ୍ରିକେଟରେ ପ୍ରଥମ ଓଭରରେ ଦୁନିଆର କୌଣସି ବୋଲର ଏତେ ରନ ସଂଗ୍ରହ ଦେଇନାହାନ୍ତି। ଦ୍ରୁତ ବୋଲର ଭାବରେ ପ୍ରଥମ ଓଭରରେ ସର୍ବାଧିକ ରନ ଦେବାରେ ସେ ରେକର୍ଡ ରଖିଛନ୍ତି। କିନ୍ତୁ ସେବେଠାରୁ ଆଣ୍ଡରସନ ଆଉ ପଛକୁ ଚାହିଁ ନାହାଁନ୍ତି। ସେ ଆଜି ଟେଷ୍ଟରେ ଦୁନିଆର ସବୁଠାରୁ ସଫଳ ଦ୍ରୁତ ବୋଲର। ସେ ଏପର୍ଯ୍ୟନ୍ତ ଟେଷ୍ଟ କ୍ରିକେଟରେ ୬୦୦ରୁ ଅଧିକ ଉଇକେଟ ନେଇଛନ୍ତି।
ଜେମ୍ସ ଆଣ୍ଡରସନ ଗତ ୧୮ ବର୍ଷ ଧରି କ୍ରମାଗତ ଭାବେ ଇଂଲଣ୍ଡ ପାଇଁ ଖେଳୁଛନ୍ତି। ସେ ଏପର୍ଯ୍ୟନ୍ତ ଇଂଲଣ୍ଡ ଦଳ ପାଇଁ ୧୬୬ଟି ଟେଷ୍ଟ ଖେଳିଛନ୍ତି । ୧୬୬ଟି ମ୍ୟାଚ ଖେଳି ୬୩୨ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri