Posted inଜାତୀୟ

ଲା ନିନା ପ୍ରଭାବରୁ ଶୀତ ଲହରୀ, ବହୁ ଅଞ୍ଚଳରେ ତୁଷାରପାତ…

ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଉତ୍ତରଭାରତ ସମେତ ଦେଶର ବହୁ ଅଞ୍ଚଳରେ ତାପମାତ୍ରା ହଠାତ୍‌ କମିବା ସହିତ ଶୀତ ଲହରୀ ଆରମ୍ଭ ହୋଇଛି। ଜାତୀୟ ରାଜଧାନୀ ଦିଲ୍ଲୀର ସଫଦରଜଙ୍ଗରେ ମଙ୍ଗଳବାର ସକାଳ ୮ଟା ୩୦ରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି ଯେ ଦେଶର ବହୁ ଅଞ୍ଚଳରେ ତାପମାତ୍ରା ପୁଣି କମିବାର ସମ୍ଭାବନା ରହିଛି।

ଦେଶର ବହୁ ଅଞ୍ଚଳରେ ତୁଷାରପାତ ହେବାରେ ଲାଗିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ପ୍ରବଳ ଥଣ୍ଡା ଯୋଗୁ ଦେହ ଥରିବା ସହିତ ଦାନ୍ତରେ ଦାନ୍ତ ବାଜିବା ସ୍ଥିତି ସୃଷ୍ଟି ହୋଇଛି।

ବଡ଼ଦିନ ବେଳକୁ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜସ୍ଥାନ, ପଞ୍ଜାବ, ହରିୟାଣା, ମଧ୍ୟପ୍ରଦେଶ, ବିହାରରେ ତାପମାତ୍ରା କ୍ରମଶଃ କମିବାରେ ଲାଗିଛି। ଏହା ସହିତ ଶୀଲହର ଯୋଗୁ ଜୀବନ ଯାତ୍ରା ଠପ୍‌ ହୋଇଯାଇଛି। ହିମାଚଳ ପ୍ରଦେଶ, ହରିୟାଣା, ଚଣ୍ଡିଗଡ଼ ଏବଂ ଦିଲ୍ଲୀ, ପଶ୍ଚିମ ଉତ୍ତରପ୍ରଦେଶର କେତେକ ସ୍ଥାନରେ ସାଧାରଣ ତାପମାତ୍ରା ମାଇନସ୍‌ ଡିଗ୍ରୀ ସେଲସିୟସରେ ପହଞ୍ଚିଛି।

ଶୀତ ଲହରୀ ସହିତ ଘନ କୁହୁଡ଼ି ଯୋଗୁ ସମସ୍ୟା ଉପୁଜିବାରେ ଲାଗିଛି। ଲା ନିନା ପ୍ରଭାବରୁ ଚଳିତ ବର୍ଷ ଭାରତରେ ଶୀତଦିନର ତାପମାତ୍ରାରେ ଏଭଳି ହ୍ରାସ ପରିଲକ୍ଷିତ ହୋଇଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ଦେଶର ବହୁ ଅଞ୍ଚଳରେ ତୁଷାରପାତ ହେବାରେ ଲାଗିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri