Posted inଜାତୀୟ

୨୧ ବର୍ଷ ପୂର୍ବରୁ ବିବାହ ନ କରି ଲିଭ୍‌ଇନ୍‌ରେ ରହିପାରିବେ ବୟସ୍କ, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ଚଣ୍ଡିଗଡ଼, ୨୧।୧୨: କେନ୍ଦ୍ର ସରକାର ଝିଅଙ୍କ ବିବାହ ବୟସ ସୀମା ୨୧ ବର୍ଷ ବୃଦ୍ଧି କରିବା ନେଇ ଆଇନ ଆଣିବାକୁ ଯାଉଛନ୍ତି। ପୂର୍ବରୁ ବିବାହ ବୟସସୀମା ଝିଅଙ୍କ ପାଇଁ ୧୮ ଥିବାବେଳେ ପୁଅଙ୍କ ପାଇଁ ୨୧ ବର୍ଷ ଥିଲା। ମାତ୍ର ଏବେ ଏହାକୁ ସମାନ କରି ଦିଆଯାଇଛି। ତେବେ ଭୋଟଦାନ ସର୍ବନିମ୍ନ ବୟସ ସୀମା ୧୮ ବର୍ଷ ରହିଛି। ଏପରିସ୍ଥଳେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଏକ ମାମଲାର ଶୁଣାଣି ବେଳେ କହିଛନ୍ତି ଯେ, ୨୧ ବର୍ଷ ପୂର୍ବରୁ ବିବାହ କରି ନ ପାରିଲେ ବି ବୟସ୍କମାନେ ଲିଭ୍‌ଇନ୍‌ରେ ରହିପାରିବେ। ସେମାନେ ସାବାଳକ ହୋଇଥିବାରୁ ବିବାହ ଉପଯୋଗୀ ବୟସ ନ ହଲେ ଏକାଠି ରହିବାରେ କୌଣସି ଅସୁବିଧା ନାହିଁ ବୋଲି କୋର୍ଟ କହିଛନ୍ତି।

ପଞ୍ଜାବର ଗୁରୁଦାସପୁର ଜିଲାରେ ଏକ ଲିଭ୍‌-ଇନ୍‌ରେ ରହୁଥିବା ୧୮ ବର୍ଷ ବୟସରୁ ଅଧିକ ଦୁଇଜଣ ଝିଅ ଏବଂ ପୁଅଙ୍କ ସୁରକ୍ଷା ପାଇଁ ଦାଖଲ ହୋଇଥିବା ଏକ ଆବେଦନ ଉପରେ ଶୁଣାଣି ବେଳେ ହାଇକୋର୍ଟ ଏଭଳି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଉଭୟଙ୍କ ପରିବାର ପକ୍ଷରୁ ସେମାନଙ୍କ ଲିଭ୍‌ଇନ୍‌ରେ ରହୁଥିବା ଘଟଣାକୁ ପସନ୍ଦ କରାଯାଉନାହିଁ ସେମାନେ ଆବେଦନ ପତ୍ରରେ ଉଲ୍ଲେଖ କରିଛନ୍ତି।

ଏହି ମାମଲାର ଶୁଣାଣି କରି ହାଇକୋର୍ଟର ବିଚାରପତି ହରନରେଶ ସିଂ ଗିଲଙ୍କ ନେତୃତ୍ୱ ଗଠିତ ଖଣ୍ଡପୀଠ କହିଛନ୍ତି ଯେ ପ୍ରତ୍ୟେକ ନାଗରିକଙ୍କର ସ୍ବାଧୀନତା ତଥା ଜୀବନ ରକ୍ଷା କରିବା ସରକାରଙ୍କ ଦାୟିତ୍ୱ। ଖଣ୍ଡପୀଠ କହିଛନ୍ତି ଭାରତର ସମ୍ବିଧାନ ଆବେଦନକାରୀଙ୍କୁ ଭାରତର ନାଗରିକ ହୋଇଥିବାରୁ ମୌଳିକ ଅଧିକାରରୁ ବଞ୍ଚିତ କରିପାରିବ ନାହିଁ। ସେମାନେ ବୟସ୍କ ହୋଇଥିଲେ ମଧ୍ୟ ବିବାହ ବୟସ ହୋଇନଥିବାରୁ ଲିଭ୍‌ଇନ୍‌ରେ ରହୁଥିବା ଏହି ଯୋଡ଼ାଙ୍କୁ ସୁରକ୍ଷା ଯୋଗାଇବା ପାଇଁ ଖଣ୍ଡପୀଠ ଗୁରୁଦାସପୁର ଏସଏସପିଙ୍କକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...

ପ୍ରଧାନମନ୍ତ୍ରୀ ଚେହେରା ବଦଳାଇଲା କଂଗ୍ରେସ! ରାହୁଲ ଗାନ୍ଧୀ ନୁହଁନ୍ତି, ଏହି ନେତା… ସାଂସଦଙ୍କ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ଜାତୀୟ କଂଗ୍ରେସର ଆଭ୍ୟନ୍ତରୀଣ ଏବଂ ବାହ୍ୟ ରାଜନୈତିକ ଦୃଶ୍ୟପଟରେ, ପୂର୍ବ ଅନେକ ନିର୍ବାଚନରୁ ଏହା ସ୍ପଷ୍ଟ ହୋଇଛି ଯେ ପୂର୍ବତନ ଦଳର ଅଧ୍ୟକ୍ଷ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri