Posted inଖେଳ

ଖେଳାଳି ପଜିଟିଭ ଚିହ୍ନଟ ହେଲେ ବି ଚାଲୁରହିବ ସିରିଜ୍‌

ନୂଆଦିଲ୍ଲୀ,୨୨।୧୨: ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଯାଉଛି ଭାରତ ଓ ଘରୋଇ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ଓ ଦିନିକିଆ ସିରିଜ୍‌। ଯଦି ସିରିଜ୍‌ ବେଳେ କୌଣସି ଖେଳାଳି କିମ୍ବା ସପୋର୍ଟ ଷ୍ଟାଫ ପଜିଟିଭ ଚିହ୍ନଟ ହୁଅନ୍ତି, ତେବେ ମଧ୍ୟ ସିରିଜ୍‌ ବାତିଲ ହେବ ନାହିଁ। ମିଳିତ ଭାବେ ଏଭଳି ନିଷ୍ପତ୍ତି ନେଇଛନ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ କ୍ରିକେଟ ସାଉଥ ଆଫ୍ରିକା (ସିଏସ୍‌ଏ)। କୌଣସି ଦଳର କ୍ୟାମ୍ପରେ କରୋନା ପ୍ରବେଶ କଲେ, କେବଳ ସଂକ୍ରମିତ ସଦସ୍ୟଙ୍କୁ ଆସୋସଲେଶନରେ ରଖାଯିବ। ଯାହା ଫଳରେ ସିରିଜ୍‌ ପ୍ରଭାବିତ ହେବ ନାହିଁ।

ଟେଷ୍ଟ ସିରିଜ ପ୍ରଥମ ମ୍ୟାଚ୍‌ ଡିସେମ୍ବର ୨୬ରୁ ସେଞ୍ଜୁରିଅନରେ ଆରମ୍ଭ ହେବ। ସେହିପରି ଜୋହାନ୍ସବର୍ଗରେ ଜାନୁୟାରୀ ୩ରୁ ୭ ତାରିଖ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଓ ଜାନୁୟାରୀ ୧୧ରୁ ୧୫ ମଧ୍ୟରେ କେପ୍‌ଟାଉନ୍‌ରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଟେଷ୍ଟ ସିରିଜ ପରେ ଜାନୁୟାରୀ ୧୯, ୨୧ ଓ ୨୩ ତାରିଖରେ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଟେଷ୍ଟ ମ୍ୟାଚ ଆୟୋଜନ ହେବ। ମୋଡିକାଲ ପ୍ରୋଟୋକଲ ନେଇ ସିଏସ୍‌ଏ ଓ ବିସିସିଆଇ ମଧ୍ୟ ସହମତି ପ୍ରକାଶ ପାଇଛି। ଖେଳାଳି, ସପୋର୍ଟ ଷ୍ଟାଫ୍‌ଙ୍କ ସମେତ ବାୟୋ ବବଲର ଅଂଶବିଶେଷ ଥିବା ସବୁ ବ୍ୟକ୍ତିଙ୍କ ଟୀକାକରଣ ହେବ। ଯଦି କୌଣସି ଖେଳାଳି ସଂକ୍ରମିତ ହୁଅନ୍ତି ତେବେ ସେମାନଙ୍କ ଟମ୍‌ ଡାକ୍ତର ତାଙ୍କର ଚକିତ୍ସା କରିବେ। ପ୍ରତ୍ୟେକ ଖେଳାଳିଙ୍କ ପ୍ରତିଦିନ କୋଭିଡ ଟେଷ୍ଟ ହେବ ଓ ସିମ୍ପଟମ ସ୍କ୍ରିନିଂର ସମ୍ମୁଖୀନ ହେବେ ବୋଲି ସେ କହିଛନ୍ତି। ପ୍ରତିଦିନ ରାପିଡ୍‌ ଆଣ୍ଟିଜେନ ଟେଷ୍ଟ କରାଯିବ। ଏ ନେଇ ଉଭୟ ଦଳ ତରଫର ସମ୍ମତି ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri