ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନିର୍ଦ୍ଦେଶ

କଟକ ଅଫିସ,୨୩ା୧୨: ପଞ୍ଚାୟତ ନିର୍ବାଚନ ପାଇଁ ଜାରି ହୋଇଥିବା ସଂରକ୍ଷଣ ସମ୍ପର୍କିତ ବିଜ୍ଞପ୍ତିକୁ ରାଜ୍ୟ ସରକାର ପ୍ରତ୍ୟାହାର କରିବେ। ଏଥିସହିତ ସଂରକ୍ଷଣ ସମ୍ପର୍କିତ ଏକ ସାନି ବିଜ୍ଞପ୍ତି ଡିସେମ୍ବର ୨୭ସୁଦ୍ଧା ଜାରି କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସାନି ବିଜ୍ଞପ୍ତି ଅନୁସାରେ ଆସନ୍ତା ଜାନୁୟାରୀ ୩ ତାରିଖ ସୁଦ୍ଧା ସଂରକ୍ଷଣ ନେଇ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ। ୫ତାରିଖ ସୁଦ୍ଧା ଅଭିଯୋଗର ସମାଧାନ କରାଯିବ। ୭ତାରିଖରେ ସଂରକ୍ଷଣ ନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ସରକାର ଚୂଡ଼ାନ୍ତ ତାଲିକା ଦେବେ। ମାର୍ଚ୍ଚ ୮ସୁଦ୍ଧା ନିର୍ବାଚନର ସମସ୍ତ ପ୍ରକ୍ରିୟା ସାରିବାକୁ ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ଏ.କେ. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ରାଜ୍ୟ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ବୀରେନ୍ଦ୍ର ଦାସ ନାମକ ଜଣେ ସରପଞ୍ଚ ଆଶାୟୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜାରି ସଂରକ୍ଷଣ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ କରିଥିଲେ। ପଞ୍ଚାୟତରାଜ ନିର୍ବାଚନ ଆଇନ ଅନୁଯାୟୀ ସରପଞ୍ଚ ନିର୍ବାଚନ ସମୟରେ ରାଜ୍ୟ ଜନସଂଖ୍ୟାର ଅନୁପାତ ଅନୁସାରେ ବିଭିନ୍ନ ବର୍ଗଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିବା କଥା। ହେଲେ ପଞ୍ଚାୟତିରାଜ ସଚିବଙ୍କ ବିଜ୍ଞପ୍ତିରେ ଏହାକୁ ଅଣଦେଖା କରାଯାଇଥିବା ଆବେଦନକାରୀ ଦାସ ଅଭିଯୋଗ କରି ହାଇକାର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ରାଜ୍ୟ ନିର୍ବାଚନ କମିଶନ ନଭେମ୍ବର ୧୬ତାରିଖରେ ବିଜ୍ଞପ୍ତି ଜାରି କରି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆସନ ସଂରକ୍ଷଣ ତାଲିକା ଜାରି କରିଥିଲେ। ବିଜ୍ଞପ୍ତି ଅନୁସାରେ ଆଗାମୀ ପଞ୍ଚାୟତ ନିର୍ବାଚନରେ ମୋଟ ୮୫୩ ଜିଲା ପରିଷଦ ଆସନ ମଧ୍ୟରୁ ପଛୁଆବର୍ଗଙ୍କ ପାଇଁ ମାତ୍ର ୧୦୪ ଆସନ ସଂରକ୍ଷିତ ରହିଛି। ଏଥିରେ ୧୪ଟି ଜିଲା ପରିଷଦ ଆସନରେ ଗୋଟିଏ ବି ଆସନ ପଛୁଆବର୍ଗର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ହୋଇନାହିଁ। ସେଗୁଡ଼ିକ ହେଲା ଦେବଗଡ଼, ଗଜପତି, ସୁନ୍ଦରଗଡ଼, ସମ୍ବଲପୁର, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି ଓ ଝାରସୁଗୁଡ଼ା। ଏହି ସବୁକୁ ଦୃଷ୍ଟିରେ ରଖି ପଞ୍ଚାୟତିରାଜ ସଚିବ ଜାରି କରିଥିବା ସଂରକ୍ଷଣ ବିଜ୍ଞପ୍ତିକୁ ଖାରଜ କରିବା ସହ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରାଇବାପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ଉଚ୍ଚ ଅଦାଲତରେ ପ୍ରାର୍ଥନା କରିଥିଲେ। ଉକ୍ତ ଆବେଦନର ଶୁଣାଣି କରି ପଞ୍ଚାୟତ ନିର୍ବାଚନରେ ବିଭିନ୍ନ ବର୍ଗଙ୍କ ପାଇଁ ରହିଥିବା ସ୍ଥାନ ସଂରକ୍ଷଣ ପ୍ରସଙ୍ଗରେ ରାଜ୍ୟ ସରକାର ସତ୍ୟପାଠ ମାଧ୍ୟମରେ ଜଣାଇବାକୁ ପୂର୍ବରୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ଏକ ସତ୍ୟପାଠ ଦାଖଲ କରି ଆସନ ସଂରକ୍ଷଣ ପାଇଁ ଏକ ସାନି ବିଜ୍ଞପ୍ତି ଆସନ୍ତା ୨୭ତାରିଖରେ ପ୍ରକାଶ କରିବେ ବୋଲି କହିଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ସୁକାନ୍ତ ଦଳେଇ ଓ ନିରଞ୍ଜନ ହୋତା ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥରୁଛି ସାରା ରାଜ୍ୟ, କନ୍ଧମାଳରେ ସର୍ବନିମ୍ନ ତାପମାତ୍ରା ରହିଛି…

ଭୁବନେଶ୍ୱର,୧୨ା୧୨: ଶୀତରେ ଥରୁଛି ସାରା ରାଜ୍ୟ। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। କନ୍ଧମାଳ ଜିଲା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ କୋରାପୁଟର...

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର...

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା।...

ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ

ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର...

ହେବ ତୃତୀୟ ବିଶ୍ୱଯୁଦ୍ଧ! ଚେତାବନୀ ଦେଲେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୨।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଶାନ୍ତି ଆଲୋଚନାରେ ପ୍ରାୟ ବିରକ୍ତ ହୋଇପଡିଲେଣି। ଅନେକ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ...

ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:  ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି...

ଭାରତ ନିଜସ୍ୱ ବାୟୁ ମାନଦଣ୍ଡ ସ୍ଥିର କରିବ: ବିଶ୍ୱ ପ୍ରଦୂଷଣ ରାଙ୍କିଙ୍ଗକୁ ଗ୍ରହଣ କଲେନି ସରକାର

ନୂଆଦିଲ୍ଲୀ,୧୨।୧୨: ବିଭିନ୍ନ ସଂସ୍ଥା ଦ୍ୱାରା ପ୍ରକାଶିତ ବିଶ୍ୱ ବାୟୁ ଗୁଣବତ୍ତା ରାଙ୍କିଙ୍ଗଗୁଡ଼ିକୁ କୌଣସି ସରକାରୀ କର୍ତ୍ତୃପକ୍ଷ କରୁ ନାହାନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର ବାୟୁ...

ମାତ୍ର ୧୦୦ ଟଙ୍କାରେ ମିଳିବ ଟି-୨୦ ବିଶ୍ୱକପ ଟିକେଟ୍‌, କେଉଁଠି ଆଉ କେମିତି କରିବେ ବୁକିଂ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୨: ICC ପୁରୁଷ ଟି-୨୦ ବିଶ୍ୱକପର ୧୦ମ ସଂସ୍କରଣ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ। ଏଥିରେ ଏକ ଗ୍ରୁପ ପର୍ଯ୍ୟାୟ, ଏକ ସୁପର ୮...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri