ଭୁବନେଶ୍ୱରର ୪ ଫ୍ଲାଟ୍‌ କଣ୍ଟେନ୍‌ମେଣ୍ଟ

ଭୁବନେଶ୍ୱର, ୨୩। ୧୨ (ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌କୁ ନେଇ ଏବେ ଭୟର ବାତାବରଣ ଲାଗି ରହିଛି। ଏଭଳିସ୍ଥଳେ ଏକାଧିକ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ରାଜଧାନୀ ଭୁବନେଶ୍ୱରର ଆଉଏକ ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ୬୪ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ଡୁମୁଡୁମାସ୍ଥିତ କସ୍‌ମୋପଲିସ ଆପାର୍ଟମେଣ୍ଟର ଫ୍ଲାଟ୍‌ ନଂ. ଜି- ୧୧୨, ଜି-୧୩୨, ଜି-୧୪୨ ଓ ଜି-୧୫୧ରୁ ୮ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାରୁ ସଂକ୍ରମଣ ଏଡାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଏଠାରେ କଣ୍ଟେନ୍‌ମେଣ୍ଟ କଟକଣା ଲଗାଇଛି। ଏହି ସମୟରେ ସମ୍ପୃକ୍ତ ଅଞ୍ଚଳକୁ ଲୋକଙ୍କ ଯିବା ଆସିବାକୁ ବାରଣ କରାଯାଇଛି। ଏଥିସହ ସେଠାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡିକୁ ମଧ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କଣ୍ଟେନମେଣ୍ଟ ଅଞ୍ଚଳରେ ଥିବା ଲୋକଙ୍କୁ ବିଏମ୍‌ସି ପକ୍ଷରୁ ଆବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବ। ଓ୍ବାର୍ଡ ଅଫିସର ଜେଡ୍‌. ଆବେଦିନ୍‌ ସାମଗ୍ରୀ ଯୋଗାଣ ଦାୟିତ୍ୱରେ ରହିଥିବାବେଳେ ଡା. ଦୀପ୍ତିମାନ ବେହେରା ମେଡିକାଲ ସହାୟତା ପାଇଁ ନିୟୋଜିତ ଅଛନ୍ତି।
ସୂଚନାଯୋଗ୍ୟ, ସହରରେ ଏବେ କରୋନା ସଂକ୍ରମଣ ଜାରି ରହିଛି। ତେବେ କଟକରୁ ରାଜ୍ୟର ପ୍ରଥମ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜଧାନୀରେ ଏହାକୁ ରୋକିବାକୁ ବିଏମ୍‌ସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଫଳରେ ଗୋଟିଏ ସ୍ଥାନରୁ ଏକାଧିକ ସଂକ୍ରମିତ ଚିହ୍ନଟ ହେଲେ କଣ୍ଟେନମେଣ୍ଟ ଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଦୀର୍ଘଦିନ ପରେ ମଙ୍ଗଳବାର ସହରର ଦୁଇଟି ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ କରାଯାଇଥିଲା। ଆଗକୁ ବଡ଼ଦିନ ଓ ନୂଆବର୍ଷ ଆସୁଥିବାରୁ ସଂକ୍ରମଣ ବଢିବା ଆଶଙ୍କା ରହିଛି। ତେଣୁ ଖୁବ୍‌ଶୀଘ୍ର ରାଜଧାନୀବାସୀଙ୍କ ପାଇଁ ମାର୍ଗଦର୍ଶିକା ଜାରି କରାଯିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟାରେ ରାଜଧାନୀରୁ ୬୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨ଲକ୍ଷ ୩ହଜାର ୮୭ରେ ପହଞ୍ଚତ୍ଛି। ସେହିପରି ଗୋଟିଏ ଦିନରେ ୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ୍‌ ୧୨ଲକ୍ଷ ୧ହଜାର ୧୪ଜଣ ସୁସ୍ଥ ହୋଇଥିବାବେଳେ ୯୫୮ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି ଓ ୧୦୯୪ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ବିଏମ୍‌ସି ତଥ୍ୟରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri